ଆଖିରେ କଳା ଚଷମା, ମୁହଁରେ ମାସ୍କ ପିନ୍ଧି ୧୦ ଲକ୍ଷର ସୁନା ହାର ଲୁଟିନେଲେ ମହିଳା; ଭିଡିଓ ଦେଖିଲେ…

ଆଖିରେ କଳା ଚଷମା। ମୁହଁରେ ମାସ୍କ ପିନ୍ଧି ଅଭିନବ ଢ଼ଙ୍ଗରେ ମହିଳା ଚୋରି କରିନେଲେ ୧୦ ଲକ୍ଷ ମୂଲ୍ୟର ସୁନା ହାର। ଗୋରଖପୁରର ଗୋଲଘରରେ ଥିବା ଏକ ସୁନା ଦୋକାନରେ ଏଭଳି ଘଟଣା ଘଟିଛି। ମହିଳାଜଣଙ୍କ ଗ୍ରାହକ ସାଜି ଆସି ବେଶ ଚତୁରତାର ସହ ଚୋରି କରି ଫେରାର ହେବା ବେଳର ଘଟଣା ସିସିଟିଭିରେ କଏଦ ହେବା ପରେ ଭାଇରାଲ ହେଉଛି।

ଭାଇରାଲ ଭିଡିଓଟି ନଭେମ୍ବର ୧୭ର। ଭିଡିଓରେ ଦେଖାଯାଉଥିବା ଦୃଶ୍ୟ ଅନୁଯାୟୀ କିଛି ଗ୍ରାହକ ଅଳଙ୍କାର ଦୋକାନରେ ଉପସ୍ଥିତ ଅଛନ୍ତି। ସେମାନଙ୍କ ମଧ୍ୟରେ କଳା ଚଷମା ପିନ୍ଧିଥିବା ମହିଳା ଅଛନ୍ତି। ସେ ବହୁତ ଧନୀ ଭଳି ଲାଗୁଛନ୍ତି। ହେଲେ କଥା ହେବା ଆଳରେ ସେ ଗୋଟିଏ ହାରକୁ କୋଳକୁ ନେଇ ଲୁଚାଇ ଦେଉଛନ୍ତି। କେହି ସେ କଥାକୁ ନେଇ ସନ୍ଦେହ କରନ୍ତି ନାହିଁ। ପରେ ସେ ସେଠାରୁ ଫେରାର ହୋଇଯାଉଛନ୍ତି।

ପୁରା ଘଟଣା ପରେ ଦୋକାନ ମାଲିକ ଅଳଙ୍କାର ସେଟ୍‌ ଯାଞ୍ଚ କରିଥିଲେ। ସେଥିରେ ଗୋଟିଏ ସେଟ୍‌ କମ୍‌ ପାଇଥିଲେ। ଏହାକୁ ନେଇ ଶୋ’ ରୁମ୍‌ରେ ଉତ୍ତେଜନା ପ୍ରକାଶ ପାଇଥିଲା। ମାଲିକ ପ୍ରଥମେ ତାଙ୍କ କର୍ମଚାରୀଙ୍କୁ ସନ୍ଦେହ କରିଥିଲେ। କିନ୍ତୁ ସିସିଟିଭି ଫୁଟେଜ ଦେଖାଯିବା ପରେ ମହିଳାଙ୍କ ଚୋରି ଘଟଣା ସାମ୍ନାକୁ ଆସିଥିଲା। ଏହାକୁ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ପରେ ଏନେଇ ଦୋକାନ ମାଲିକ ପୋଲିସ ନିକଟରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଦିନିକିଆ ପାଇଁ ଟିମ ଇଣ୍ଡିଆର ମାଷ୍ଟରପ୍ଲାନ ହେଲା ଲିକ୍‌’! ବଡ଼ କଥା କହିଲେ ଭାରତୀୟ କୋଚ

ନୂଆଦିଲ୍ଲୀ,୨୬।୯: ୨୦୨୭ ଦିନିକିଆ ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ ଦଳ ପାଇଁ ଆଗାମୀ ପ୍ରତ୍ୟେକ ସିରିଜ ଗୁରୁତ୍ୱପୂର୍ଣ୍ଣ ହେବ। ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ୩…

ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଓମ ବିର୍ଲଙ୍କ ବାସଭବନ ସାମ୍ନାରେ ନତମସ୍ତକ ହେଲେ ମେୟର, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୬।୯: ରାଜସ୍ଥାନର କୋଟା ନଗର ନିଗମର ନୂଆ ମେୟର ଭାବେ ଭାଜପାର ଅନୁସୂୟା ଗୋସ୍ବାମୀ ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଏକ ଭିଡିଓ ସୋସିଆଲ ମିଡିଆରେ…

ରିପୋର୍ଟରେ ବଡ଼ ଖୁଲାସା: ଦଳ ବଦଳାଇଛନ୍ତି ୧୧୧ ଏମ୍‌ପି, ବିଧାୟକ

ନୂଆଦିଲ୍ଲୀ,୨୬ା୯: ୨୦୨୨ରୁ ୨୦୨୬ ମଧ୍ୟରେ ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭା ନିର୍ବାଚନ ଜିତିବା ପରେ ୧୧୧ ଏମ୍‌ପି ଏବଂ ବିଧାୟକ ଦଳ ବଦାଇଛନ୍ତି। ସର୍ବାଧିକ ଦଳବଦଳ ନାଗାଲାଣ୍ଡ…

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

ରାହୁଙ୍କ ଘରେ ଶୁକ୍ରଙ୍କ ପ୍ରବେଶ: ଆଜିଠୁ ଆରମ୍ଭ ହେଲା ୩ ରାଶିଙ୍କ ଗୋଲଡେନ୍‌ ଟାଇମ୍‌, ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ପ୍ରେମ, ସୌନ୍ଦର୍ଯ୍ୟ, ଧନ, ଐଶ୍ୱର୍ଯ୍ୟ ଏବଂ ଭୌତିକ ସୁଖ-ସୁବିଧାର କାରକ ଗ୍ରହ ଭାବେ ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ଶୁକ୍ରଙ୍କ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?