ଦୋକାନୀଙ୍କ ଦଖଲରେ ଗୋରେଖନାଥ ପୀଠ ରାସ୍ତା

ରଘୁନାଥପୁର,୮।୧(ଡି.ଏନ୍‌.ଏ.): ରଘୁନାଥପୁର ବ୍ଲକ କେରେକେରାସ୍ଥିତ ବିଭୂତିକ୍ଷେତ୍ର ପ୍ରଭୁ ଗୋରେଖନାଥ ପୀଠ ରାସ୍ତାରେ ଟ୍ରାଫିକ ଜାମ୍‌ ଉତ୍କଟ ରୂପ ନେଇଛି। ନୂଆବର୍ଷ ଉପଲକ୍ଷେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଯାତ୍ରୀଙ୍କ ପୀଠକୁ ଆଗମନ ହେଉଛନ୍ତି। ମାତ୍ର ଦୋକାନୀମାନେ ରାସ୍ତାକୁ ମାଡ଼ିଯାଇଥିବାରୁ ଟ୍ରାଫିକ୍‌ ସମସ୍ୟା ଉପୁଜିଛି। ଜଇପୁର ଜଗତ୍‌ସିଂହପୁର ରାସ୍ତାର କେରେକେରା ଛକରୁ ପୀଠର ଦୂରତ୍ୱ ୧ କିମି ଅଟେ। ପୀଠ ପାଚେରିକୁ ଲାଗିଥିବା ରାସ୍ତାର ଅପର ପାର୍ଶ୍ୱରେ କେତେଜଣ ବ୍ୟବସାୟୀ ରାସ୍ତା ଉପରକୁ ମାଡ଼ିଯାଇ ଦୋକାନ ଗୃହ ନିର୍ମାଣ କରିଛନ୍ତି। ଫଳରେ ଅବଶିଷ୍ଟ ରାସ୍ତା ଯାତାୟତ ପାଇଁ ସଂକୀର୍ଣ୍ଣ ହୋଇଯାଇଛି। ଉକ୍ତ ସ୍ଥାନରେ ରାସ୍ତାର ଚଉଡ଼ା ୬୦ କଡ଼ି ଥିବାବେଳେ ପ୍ରାୟ ୨୫ କଡ଼ିରୁ ଊଦ୍ଧର୍‌ବ ସରକାରୀ ରାସ୍ତା ବ୍ୟବସାୟୀଙ୍କ ଜବରଦଖଲରେ ରହିଛି। କିନ୍ତୁ ବ୍ୟବସାୟୀମାନେ ନିଜ ଜାଗାରେ ବ୍ୟବସାୟ କରୁଥିବା କହି ଅଭିଯୋଗକୁ ଏଡ଼ାଇ ଦେଉଛନ୍ତି ବୋଲି ସ୍ଥାନୀୟ ଯୁବକ ସଂଘର ସଦସ୍ୟମାନେ କହିଛନ୍ତି। ଏ ସମ୍ପର୍କରେ ଯୁବକ ସଂଘ ଓ ଗ୍ରାମବାସୀଙ୍କ ପକ୍ଷରୁ ମାପଚୁପ କରି ସରକାରୀ ରାସ୍ତାକୁ ଉନ୍ମୁକ୍ତ କରିବା ପାଇଁ ବିଭିନ୍ନ ସମୟରେ ଜିଲା ପ୍ରଶାସନ ଓ ତହସିଲଦାରଙ୍କୁ ଅବଗତ କରାଯାଇଛି। ମାତ୍ର ଅଦ୍ୟାବଧି କୌଣସି ସୁଫଳ ମିଳିନି ବୋଲି ସେମାନେ ଅଭିଯୋଗ କରିଛନ୍ତି। ଜବରଦଖଲକାରୀ ବ୍ୟକ୍ତି ପୀଠ ସହ ଜଡ଼ିତ ରହୁଥିବାରୁ ପ୍ରଶାସନ ସେମାନଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେବାକୁ ପଛଘୁଞ୍ଚା ଦେଉଛି ବୋଲି ଗ୍ରାମବାସୀ କ୍ଷୋଭର ସହ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷେ ଜାମ୍‌ରେ ଘଣ୍ଟା ଘଣ୍ଟା ଫସି ରହୁଥିବା ଯାତ୍ରୀମାନେ ନିଜର ଅସନ୍ତୋଷ ବ୍ୟକ୍ତକରିବା ସହ ଗମନାଗମନ ବ୍ୟବସ୍ଥାକୁ ସାବଲୀଳ କରିବା ପାଇଁ ପୀଠ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛନ୍ତି। ଶ୍ରଦ୍ଧାଳୁଙ୍କ ଗମନାଗମନର ସୁବ୍ୟବସ୍ଥା ପାଇଁ ପଦକ୍ଷେପ ନିଆ ନ ଗଲେ ଆଗାମୀ ଦିନରେ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରାଯିବ ବୋଲି ଆଇନଜୀବୀ ଜୀବନବଲ୍ଲଭ ମହାନ୍ତି, ପ୍ରଦୀପ୍ତ ମହାନ୍ତି, ରମେଶ ମହାନ୍ତି ପ୍ରମୁଖ କହିଛନ୍ତି। ଏ ସମ୍ପର୍କରେ ରଘୁନାଥପୁର ତହସିଲଦାର ରୂପାଲିକା ଦାଶ କୁହନ୍ତି,
ଏହି ରାସ୍ତା ସମସ୍ୟା ସମ୍ପର୍କରେ ଅଭିଯୋଗ ହୋଇଛି। ଏନେଇ ସ୍ଥାନୀୟ ଛପଡା ସର୍କଲ ଆରଆଇଙ୍କୁ ତଦନ୍ତ କରି ରିପୋର୍ଟ ଦେବା ପାଇଁ କୁହାଯାଇଛି। ଏହାପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri