ଦୋକାନୀଙ୍କ ଦଖଲରେ ଗୋରେଖନାଥ ପୀଠ ରାସ୍ତା

ରଘୁନାଥପୁର,୮।୧(ଡି.ଏନ୍‌.ଏ.): ରଘୁନାଥପୁର ବ୍ଲକ କେରେକେରାସ୍ଥିତ ବିଭୂତିକ୍ଷେତ୍ର ପ୍ରଭୁ ଗୋରେଖନାଥ ପୀଠ ରାସ୍ତାରେ ଟ୍ରାଫିକ ଜାମ୍‌ ଉତ୍କଟ ରୂପ ନେଇଛି। ନୂଆବର୍ଷ ଉପଲକ୍ଷେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଯାତ୍ରୀଙ୍କ ପୀଠକୁ ଆଗମନ ହେଉଛନ୍ତି। ମାତ୍ର ଦୋକାନୀମାନେ ରାସ୍ତାକୁ ମାଡ଼ିଯାଇଥିବାରୁ ଟ୍ରାଫିକ୍‌ ସମସ୍ୟା ଉପୁଜିଛି। ଜଇପୁର ଜଗତ୍‌ସିଂହପୁର ରାସ୍ତାର କେରେକେରା ଛକରୁ ପୀଠର ଦୂରତ୍ୱ ୧ କିମି ଅଟେ। ପୀଠ ପାଚେରିକୁ ଲାଗିଥିବା ରାସ୍ତାର ଅପର ପାର୍ଶ୍ୱରେ କେତେଜଣ ବ୍ୟବସାୟୀ ରାସ୍ତା ଉପରକୁ ମାଡ଼ିଯାଇ ଦୋକାନ ଗୃହ ନିର୍ମାଣ କରିଛନ୍ତି। ଫଳରେ ଅବଶିଷ୍ଟ ରାସ୍ତା ଯାତାୟତ ପାଇଁ ସଂକୀର୍ଣ୍ଣ ହୋଇଯାଇଛି। ଉକ୍ତ ସ୍ଥାନରେ ରାସ୍ତାର ଚଉଡ଼ା ୬୦ କଡ଼ି ଥିବାବେଳେ ପ୍ରାୟ ୨୫ କଡ଼ିରୁ ଊଦ୍ଧର୍‌ବ ସରକାରୀ ରାସ୍ତା ବ୍ୟବସାୟୀଙ୍କ ଜବରଦଖଲରେ ରହିଛି। କିନ୍ତୁ ବ୍ୟବସାୟୀମାନେ ନିଜ ଜାଗାରେ ବ୍ୟବସାୟ କରୁଥିବା କହି ଅଭିଯୋଗକୁ ଏଡ଼ାଇ ଦେଉଛନ୍ତି ବୋଲି ସ୍ଥାନୀୟ ଯୁବକ ସଂଘର ସଦସ୍ୟମାନେ କହିଛନ୍ତି। ଏ ସମ୍ପର୍କରେ ଯୁବକ ସଂଘ ଓ ଗ୍ରାମବାସୀଙ୍କ ପକ୍ଷରୁ ମାପଚୁପ କରି ସରକାରୀ ରାସ୍ତାକୁ ଉନ୍ମୁକ୍ତ କରିବା ପାଇଁ ବିଭିନ୍ନ ସମୟରେ ଜିଲା ପ୍ରଶାସନ ଓ ତହସିଲଦାରଙ୍କୁ ଅବଗତ କରାଯାଇଛି। ମାତ୍ର ଅଦ୍ୟାବଧି କୌଣସି ସୁଫଳ ମିଳିନି ବୋଲି ସେମାନେ ଅଭିଯୋଗ କରିଛନ୍ତି। ଜବରଦଖଲକାରୀ ବ୍ୟକ୍ତି ପୀଠ ସହ ଜଡ଼ିତ ରହୁଥିବାରୁ ପ୍ରଶାସନ ସେମାନଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେବାକୁ ପଛଘୁଞ୍ଚା ଦେଉଛି ବୋଲି ଗ୍ରାମବାସୀ କ୍ଷୋଭର ସହ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷେ ଜାମ୍‌ରେ ଘଣ୍ଟା ଘଣ୍ଟା ଫସି ରହୁଥିବା ଯାତ୍ରୀମାନେ ନିଜର ଅସନ୍ତୋଷ ବ୍ୟକ୍ତକରିବା ସହ ଗମନାଗମନ ବ୍ୟବସ୍ଥାକୁ ସାବଲୀଳ କରିବା ପାଇଁ ପୀଠ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛନ୍ତି। ଶ୍ରଦ୍ଧାଳୁଙ୍କ ଗମନାଗମନର ସୁବ୍ୟବସ୍ଥା ପାଇଁ ପଦକ୍ଷେପ ନିଆ ନ ଗଲେ ଆଗାମୀ ଦିନରେ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରାଯିବ ବୋଲି ଆଇନଜୀବୀ ଜୀବନବଲ୍ଲଭ ମହାନ୍ତି, ପ୍ରଦୀପ୍ତ ମହାନ୍ତି, ରମେଶ ମହାନ୍ତି ପ୍ରମୁଖ କହିଛନ୍ତି। ଏ ସମ୍ପର୍କରେ ରଘୁନାଥପୁର ତହସିଲଦାର ରୂପାଲିକା ଦାଶ କୁହନ୍ତି,
ଏହି ରାସ୍ତା ସମସ୍ୟା ସମ୍ପର୍କରେ ଅଭିଯୋଗ ହୋଇଛି। ଏନେଇ ସ୍ଥାନୀୟ ଛପଡା ସର୍କଲ ଆରଆଇଙ୍କୁ ତଦନ୍ତ କରି ରିପୋର୍ଟ ଦେବା ପାଇଁ କୁହାଯାଇଛି। ଏହାପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri