Posted inଫୁରସତ

ଗୋରୁମାରା ଜାତୀୟ ଉଦ୍ୟାନ

ପଶ୍ଚିମବଙ୍ଗର ଜଲପାଇଗୁଡ଼ି ଜିଲା ଅନ୍ତର୍ଗତ ଗୋରୁମାରା ଜାତୀୟ ଉଦ୍ୟାନଟି ହେଉଛି ସ୍ଥାନୀୟ ଅଞ୍ଚଳର ଏକ ଲୋକପ୍ରିୟ ପର୍ଯ୍ୟଟନସ୍ଥଳୀ। ୧୮୯୫ ମସିହାରେ ମାତ୍ର ୭ ବର୍ଗ କି.ମି ଅଞ୍ଚଳକୁ ନେଇ ପ୍ରଥମେ ଏହି ସ୍ଥାନରେ ଏକ ସଂରକ୍ଷଣ କେନ୍ଦ୍ର ଗଢି ଉଠିଥିଲା। ଧୀରେ ଧୀରେ ସଂରକ୍ଷଣ କେନ୍ଦ୍ରର ପରିସୀମା ବଢିବା ସହ ଏଠାରେ ପଶୁପକ୍ଷୀଙ୍କର ସଂଖ୍ୟା ବୃଦ୍ଧି ପାଇବାରୁ ୧୯୪୯ରେ ଏହାକୁ ବନ୍ୟପ୍ରାଣୀ ଅଭୟାରଣ୍ୟର ମାନ୍ୟତା ମିଳିଲା। ଶେଷରେ ୧୯୯୨ ମସିହାରେ ଏହାକୁ ଜାତୀୟ ଉଦ୍ୟାନର ପରିଚିତି ମିଳିଲା। ଆଉ ଏହାର ପରିସୀମା ୭ ବର୍ଗ କି.ମିରୁ ବୃଦ୍ଧି ପାଇଁ ୮୦ ବର୍ଗ କି.ମି.ରେ ମଧ୍ୟ ପହଁଞ୍ଚତ୍ଲା। ମୁଖ୍ୟତଃ ଗଣ୍ଡାମାନଙ୍କ ସୁରକ୍ଷା ପାଇଁ ଏଠାରେ ବିଶେଷ ସୁବିଧା ରହିଥିବାରୁ ଅନ୍ୟ ପ୍ରାଣୀଙ୍କ ତୁଳନାରେ ଏଠି ଗଣ୍ଡା ଟିକେ ଅଧିକ ସଂଖ୍ୟାରେ ଦେଖାଯାଇଥାନ୍ତି।
କ’ଣ ଦେଖିବେ
ଗୋରୁମାରା ଗଣ୍ଡାମାନଙ୍କ ପାଇଁ ସ୍ବତନ୍ତ୍ର ପରିଚୟ ହାସଲ କରିଥିଲେ ହେଁ, ଏଠାରେ ଅନ୍ୟାନ୍ୟ ଜୀବଜନ୍ତୁଙ୍କୁ ମଧ୍ୟ ଦେଖିହୁଏ। ଯେମିତିକି ଗୟଳ, ଚିତାବାଘ, ଜଙ୍ଗଲୀ ଘୁଷୁରି, ବୋବାଉଥିବା ହରିଣ, ଜଙ୍ଗଲୀ ମଇଁଷୀ, ହାତୀ, ସମ୍ବର ଇତ୍ୟାଦି। ତା’ଛଡ଼ା ପ୍ରାୟ ୧୯୪ ପ୍ରଜାତିର ପକ୍ଷୀମାନଙ୍କ ପାଇଁ ଏହା ଏକ ସୁରକ୍ଷିତ ଆବାସସ୍ଥଳୀ କହିଲେ ମଧ୍ୟ ଭୁଲ୍‌ ହେବନାହିଁ। ଏପରି କି ଶୀତଦିନେ ମଧ୍ୟ ଶତାଧିକ ପ୍ରଜାତିରୁ ଊର୍ଦ୍ଧ୍ୱ ଭ୍ରମଣକାରୀ ପକ୍ଷୀ ବି ଏଠାକୁ ଉଡି ଆସିଥାନ୍ତି, ଯାହା ହେଉଛି ଏଠାକାର ଏକ ନିଆରା ଆକର୍ଷଣ। ସେହିପରି ଏହି ଜାତୀୟ ଉଦ୍ୟାନ ଭିତରେ ବିଭିନ୍ନ ପ୍ରଜାତିର ସରୀସୃପଙ୍କୁ ଦେଖିବା ପାଇଁ ଏକ ସ୍ବତନ୍ତ୍ର ଗ୍ୟାଲେରି ବି ତିଆରି କରାଯାଇଛି।
କେବେ ଓ କେମିତି ଯିବେ
ବର୍ଷର ଯେ କୌଣସି ସମୟରେ ଏଠାକୁ ଯିବାର ସୁବିଧା ଥିଲେ ହେଁ, ସ୍ଥାନୀୟ ପାଣିପାଗ ସୂଚନା କେନ୍ଦ୍ରର ମତାନୁଯାୟୀ, ଅକ୍ଟୋବରରୁ ମେ’ ହେଉଛି ଏଠାକୁ ଯିବା ପାଇଁ ସବୁଠୁ ଉପଯୁକ୍ତ ସମୟ। କାରଣ ଏହାପରେ ବର୍ଷାଦିନ ଆସିଯାଏ। ବର୍ଷାରେ ଗଲେ ଏଠାରେ ପଶୁପକ୍ଷୀଙ୍କୁ ନିକଟରୁ ଦେଖିବାରେ ସମସ୍ୟା ଉପୁଜିଥାଏ। ସେହିପରି ଏଠାକୁ ଯିବା ପାଇଁ ଗମନାଗମନର ବି ଭଲ ସୁବିଧା ରହିଛି। ବାଗଡୋଗ୍ରା ଏୟାରପୋର୍ଟ ହେଉଛି ଏହାର ନିକଟତମ ବିମାନବନ୍ଦର। ସେହିପରି ନିଉ ଜଲପାଇଗୁଡ଼ି ଜଙ୍କସନ୍‌ ରେଲଓ୍ବେ ଷ୍ଟେଶନ ହେଉଛି ଏହାର ନିକଟବର୍ତ୍ତୀ ମୁଖ୍ୟ ରେଳଷ୍ଟେଶନ। ତା’ଛଡ଼ା ଦେଶର ବିଭିନ୍ନ ସ୍ଥାନରୁ ବି ଏଠାକୁ ଟୁରିଷ୍ଟ ବସ୍‌ ଯା’ଆସ କରିଥାଏ। ତେଣୁ ପର୍ଯ୍ୟଟକଙ୍କୁ ଯେଉଁଥିରେ ସୁବିଧା ସେଥିରେ ଯାଇ ଆରାମରେ ଗୋରୁମାରାରେ ପହଁଞ୍ଚତ୍ପାରିବେ।
ହାତୀ ପିଠିରେ ବସି ବୁଲିବେ
ଗୋରୁମାରା ଜାତୀୟ ଉଦ୍ୟାନରେ ଥିବା ହାତୀମାନଙ୍କ ପିଠିରେ ବସି ବୁଲିବାର ମଜା ହିଁ କିଛି ନିଆରା। ଏଥିପାଇଁ ଅଳ୍ପ କିଛି ଶୁଳ୍କ ଦେବାକୁ ହୋଇଥାଏ। ତା’ଛଡ଼ା ଜାତୀୟ ଉଦ୍ୟାନ ମଧ୍ୟରେ ଥିବା ବିଭିନ୍ନ ପ୍ରକାରର ବୃକ୍ଷଲତା ବି ଏଠାକାର ପରିବେଶକୁ ବେଶ୍‌ ମନୋରମ କରିଥାଏ। ତେଣୁ ସହରର ଜନଗହଳିପୂର୍ଣ୍ଣ ପରିବେଶରୁ କିଛିକ୍ଷଣ ପାଇଁ ବାହାରି ଆସି ଏଭଳି ଏକ ଶାନ୍ତ ବାତାବରଣରେ ସମୟ କଟାଇବାକୁ ପ୍ରାୟତଃ ପର୍ଯ୍ୟଟକଙ୍କର ଗହଳି ଏଠାରେ ଲାଗିଥାଏ।
ଫଟୋଗ୍ରାଫିର ମଜା ନେବେ
ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟରେ ଭରା ଏହି ଜାତୀୟ ଉଦ୍ୟାନଟି ଉଭୟ ପ୍ରକୃତିପ୍ରେମୀ ତଥା ଦୁଃସାହସିକ ପର୍ଯ୍ୟଟନରେ ରୁଚି ରଖୁଥିବା ପର୍ଯ୍ୟଟକଙ୍କୁ ଖୁବ୍‌ ଆକୃଷ୍ଟ କରିଥାଏ। ଉଦ୍ୟାନରେ ଥିବା ଜାତିଜାତିକା ପଶୁପକ୍ଷୀଙ୍କୁ ଦେଖିବା ସହ ଆଗନ୍ତୁକ ଏଠାରେ ଫଟୋଗ୍ରାଫିର ମଜା ମଧ୍ୟ ନେଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଆକାଶରେ ଫୁଟବଲ ଖେଳିଲେ ଦୁଇ ଖେଳାଳି, ଭୟଙ୍କର ଦୃଶ୍ୟ ଦେଖିଲେ…

କିଛି ଲୋକ ଅନେକ ଦୁଃସାହସିକ କାର୍ଯ୍ୟ କରିଥାନ୍ତି। ଯାହା ଦେଖି ଲୋକଙ୍କ ପ୍ରାଣବାୟୁ ଉଡ଼ିଯିବା ପରି ଲାଗେ। ବର୍ତ୍ତମାନ ସୋସିଆଲ ମିଡିଆରେ ସେମିତି ଏକ ଭିଡିଓ...

ଏହି ଦେଶରେ ପୁରୁଷଙ୍କ ଅଭାବ; ଏହିକାମ ପାଇଁ ସ୍ୱାମୀ ‘ଭଡ଼ାରେ’ ନେଉଛନ୍ତି ମହିଳା

ନୂଆଦିଲ୍ଲୀ,୫ା୧୨: ୟୁରୋପୀୟ ଦେଶ ଲାଟଭିଆରେ ପୁରୁଷଙ୍କ ସଂଖ୍ୟା ମହିଳାଙ୍କ ତୁଳନାରେ ବହୁତ କମ୍ ଥିବାରୁ ଏଠାରେ ଏକ ଅଭାବନୀୟ ସାମାଜିକ ଧାରା ଦେଖିବାକୁ ମିଳିଛି। ଘରର...

ଏହି ଭୟଙ୍କର ଜୀବର ଚମଡ଼ାରୁ ତିଆରି ଘଣ୍ଟା ପିନ୍ଧନ୍ତି ପୁଟିନ୍‌, ଦାମ୍‌ ଜାଣିଲେ…

ମସ୍କୋ,୫ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏହି ଗସ୍ତ ଉଭୟ ଦେଶ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି।...

ବାହା ହେଉ ହେଉ ଭାଙ୍ଗିଲା ସମ୍ପର୍କ, ଚତୁର୍ଥୀ ରାତିରେ ଛାଡ଼ପତ୍ର ପେପରରେ ସାଇନ୍‌ କଲେ କନ୍ୟା

ଲକ୍ଷ୍ନୌ,୪ା୧୨: ଉତ୍ତରପ୍ରଦେଶର ଦେଓରିଆରୁ ଏକ ଅଜବ ମାମଲା ସାମ୍ନାକୁ ଆସିଛି, ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟଚକିତ କରିଛି। ଚତୁର୍ଥୀରେ ଜଣେ ନବବିବାହିତା କନ୍ୟା ସମ୍ପର୍କ ଭାଙ୍ଗି ତାଙ୍କ...

ବିଶ୍ୱର ସବୁଠୁ ମହଙ୍ଗା ଅଣ୍ଡା: ଏହା ମୂଲ୍ୟରେ କିଣିହୋଇଯିବ ୧୦୦ ହେଲିକପ୍ଟର

ଗୋଟିଏ ଅଣ୍ଡାର ମୂଲ୍ୟ କେତେ ହୋଇପାରେ? ୮ ଟଙ୍କା, ୧୦ ଟଙ୍କା, କିମ୍ବା ସର୍ବାଧିକ ୨୫ ଟଙ୍କା। କିନ୍ତୁ ବିଶ୍ୱରେ ଏମିତି ଏକ ଅଣ୍ଡା ଅଛି,...

ଗାଁର ନାଁ କିଡ୍‌ନୀ ଭ୍ୟାଲି, ଏହା ପଛର କାରଣ ଜାଣିଲେ ନିଶ୍ଚିତ ହେବେ ଚକିତ

ବିଶ୍ୱରେ ଏପରି ଅନେକ ସ୍ଥାନ ଅଛି, ଯାହା ସେମାନଙ୍କର ଅନନ୍ୟତା ପାଇଁ ଅତ୍ୟନ୍ତ ପ୍ରସିଦ୍ଧ। ଏହି କାରଣରୁ ଦେଶ ଏବଂ ବିଶ୍ୱର ସବୁଠି ଚର୍ଚ୍ଚା। ଆଜି...

ରହସ୍ୟମୟ ଜାଙ୍ଗବେଟୋ ନୃତ୍ୟ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବିଶ୍ୱର ପ୍ରତ୍ୟେକ ଦେଶର କିଛି ନା କିଛି ଇତିହାସ ଥାଏ, ଯାହା ଏହାକୁ ସ୍ବତନ୍ତ୍ର କରିଥାଏ। ଆଫ୍ରିକା ଅନେକ ଦୃଷ୍ଟିରୁ ସ୍ବତନ୍ତ୍ର ଏବଂ ଏହାକୁ ମାନବ...

ଭାରତରେ ମଦ୍ୟପାନବେଳେ ଅଧିକ ଖିଆଯାଏ ଏହି ଚାଖାଣା, ନାଁ ଜାଣିଲେ ହସି ଉଠିବେ…

ନୂଆଦିଲ୍ଲୀ,୨।୧୨: ଭାରତରେ, ଚାଖାଣା ବିନା ମଦ୍ୟପାନ ଅସମ୍ପୂର୍ଣ୍ଣ। ଲୁଣିଆ ଏବଂ ମସଲାଯୁକ୍ତ ଖାଇବା ବିନା ମଦ୍ୟପାନ ଆସର ଅସମ୍ପୂର୍ଣ୍ଣ। ଫ୍ୟାନ୍ସି ବାର୍‌ ହେଉ କିମ୍ୱା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri