Posted inଜାତୀୟ

୨୮ବର୍ଷ ପରେ ମିଳିଲା ଚାକିରି

ନୂଆଦିଲ୍ଲୀ, ୨୬।୧୦(ପି.ଟି.)ଭାରତୀୟ ଡାକ ବିଭାଗରେ ଚାକିରି ପାଇଁ ୧୯୯୫ ମସିହାରେ ଆବେଦନ କରିଥିଲେ। ହେଲେ ବିଭାଗୀୟ ତ୍ରୁଟି ଯୋଗୁ ତାଙ୍କୁ ଚାକିରି ମିଳି ପାରି ନ ଥିଲା। ଏବେ ସୁପ୍ରିମକୋର୍ଟ ଉକ୍ତ ବ୍ୟକ୍ତିଙ୍କୁ ଚାକିରି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସର୍ବୋଚ୍ଚ ଅଦାଲତର ବିଚାରପତି ବେଲା ଏମ୍‌ ତ୍ରିବେଦୀ ଏବଂ ଦୀପଙ୍କର ଦତ୍ତଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। ପ୍ରକାଶ ଯେ, ଅଙ୍କୁର ଗୁପ୍ତା ୧୯୯୫ରେ ପୋଷ୍ଟାଲ ଆସିଷ୍ଟାଣ୍ଟ ପଦବୀ ପାଇଁ ଆବେଦନ କରିଥିଲେ। ତାଙ୍କ ନାମ ଚୟନ ପରେ ସେ ଚାକିରି ପୂର୍ବ ପ୍ରଶିକ୍ଷଣ ମଧ୍ୟ ନେଇଥିଲେ। ହେଲେ ସେ ଧନ୍ଦାମୂଳକ ଶିକ୍ଷାକେନ୍ଦ୍ରରୁ ଇଣ୍ଟରମିଡିଏଟ୍‌ ଶିକ୍ଷା ଯୋଗ୍ୟତା ହାସଲ କରିଥିବା ଦର୍ଶାଇ ପରବର୍ତ୍ତୀ ସମୟରେ ତାଙ୍କ ନାମ ମେରିଟ୍‌ ଲିଷ୍ଟରୁ ବାଦ୍‌ ଦିଆଯାଇଥିଲା। ଉକ୍ତ ନିର୍ଦ୍ଦେଶ ବିରୋଧରେ ଅଙ୍କୁର ଏବଂ ଅନ୍ୟ କେତେଜଣ ପରୀକ୍ଷାର୍ଥୀ ସେଣ୍ଟ୍ରାଲ୍‌ ଆଡ୍‌ମିନିଷ୍ଟ୍ରେଟିଭ୍‌ ଟ୍ରିବ୍ୟୁନାଲ(କ୍ୟାଟ୍‌)ର ଦ୍ୱାରସ୍ଥ ହୋଇଥିଲେ। ୧୯୯୯ରେ ଟ୍ରିବ୍ୟୁନାଲ୍‌ ଅଙ୍କୁରଙ୍କ ସପକ୍ଷରେ ରାୟ ଦେଇଥିଲେ। ହେଲେ ଉକ୍ତ ରାୟକୁ ଡାକ ବିଭାଗ ଚ୍ୟାଲେଞ୍ଜ କରି ୨୦୦୦ ମସିହାରେ ଆଲ୍ଲାହାବାଦ୍‌ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା। ଆଲ୍ଲାହାବାଦ୍‌ ହାଇକୋର୍ଟ ଡାକ ବିଭାଗ ପକ୍ଷରୁ ହୋଇଥିବା ଆବେଦନକୁ ୨୦୧୭ରେ ଖାରଜ କରିବା ସହ ଟ୍ରିବ୍ୟୁନାଲଙ୍କ ଆଦେଶକୁ କାଏମ ରଖିଥିଲେ। ଏପରି କି ଏହା ଉପରେ ହୋଇଥିବା ରିଭ୍ୟୁ ପିଟିଶନକୁ ୨୦୨୧ରେ ମଧ୍ୟ ଖାରଜ କରିଥିଲେ। ପରବର୍ତ୍ତୀ ସମୟରେ ହାଇକୋର୍ଟଙ୍କ ରାୟ ବିରୋଧରେ ଡାକ ବିଭାଗ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

ଜନବସତି ଆଡ଼କୁ ମାଡ଼ି ଆସୁଛି ସମୁଦ୍ର, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସୋମବାର ଆର୍ଯ୍ୟପଲ୍ଲୀ ପଞ୍ଚାୟତର ୪ ଖଣ୍ଡ ଗ୍ରାମବାସୀ ଗୋପାଳପୁର ବନ୍ଦର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଗଞ୍ଜାମ ଜିଲାପାଳ ଭି.…

ଚାଷୀଙ୍କୁ ବଡ଼ ଉପହାର ଦେଲେ ସରକାର, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ଛାଡ଼

ଚେନ୍ନାଇ,୧୭ା୮: ତାମିଲନାଡୁର କୃଷକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ସୋମବାର ବିଧାନସଭାରେ ସେ ସମବାୟ କୃଷି ଋଣ ଛାଡ଼ ନେଇ…

ପୁରୁଷଙ୍କୁ ହାର୍ଟ ଆଟାକ୍‌ ଆସିଲେ ଛାତିରେ ହୋଇଥାଏ ଯନ୍ତ୍ରଣା, ମାତ୍ର ମହିଳାଙ୍କଠାରେ ଦେଖାଦିଏ ଏସବୁ ଲକ୍ଷଣ…

ମନୁଷ୍ୟ ଶରୀରରେ ମସ୍ତିଷ୍କ ପରେ ହୃତ୍‌ପିଣ୍ଡ ବା ହାର୍ଟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। କହିବାକୁ ଗଲେ ହୃଦ୍‌ଯନ୍ତ୍ର ଦ୍ୱାରା ମସ୍ତିଷ୍କକୁ ରକ୍ତ ସଞ୍ଚାଳନ ନ ହେଲେ…

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ମିଳିବ ପଞ୍ଚମ କିସ୍ତି ଟଙ୍କା

ଭୁବନେଶ୍ବର,୧୭ା୮: ସୁଭଦ୍ରା ପଞ୍ଚମ କିସ୍ତି ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି । ରକ୍ଷା ବନ୍ଧନ ଦିନ ହିଁ ମିଳିବ ସୁଭଦ୍ରା ପଞ୍ଚମ…

ବ୍ୟବସାୟୀ ଅପହରଣ ମାମଲା: ମହିଳା ପୋଲିସ ସବ୍‌ଇନ୍ସପେକ୍ଟରଙ୍କ ସହ ଜଣେ ସାମ୍ବାଦିକ ଗିରଫ, ୪କୁ ବୃଦ୍ଧି ପାଇଲା ସଂଖ୍ୟା

ବଲାଙ୍ଗୀର,୧୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ମାମଲାରେ ବଲାଙ୍ଗୀର ପୋଲିସ ଭୁବନେଶ୍ବରରୁ ଜଣେ ମହିଳା ସବ୍‌ଇନ୍ସପେକ୍ଟର ଓ ଜଣେ ଖବରଦାତାଙ୍କୁ…

ଗୁଲିଗପ ଇତିହାସକୁ ବଦଳାଇପାରେ ନାହିଁ

କୋଣାର୍କଠାରେ ସୂର୍ଯ୍ୟଙ୍କ ଉପାସନାର ସବିଶେଷ ଆଲୋଚନା ଅନେକଙ୍କ ମନରେ ପ୍ରଶ୍ନ ଉଠାଇପାରେ। ଇତିହାସ ବା ଐତିହ୍ୟ ପ୍ରସଙ୍ଗରେ ଉପାସନା ଧାରାକୁ ଏତେ ଗୁରୁତ୍ୱ ଦେବାର କାରଣ କ’ଣ!…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri