ସାଙ୍ଗମାନଙ୍କ ସହ ଗାଧୋଇବା ବେଳେ ବୁଡ଼ିଗଲେ

କୋକସରା,୨୮।୫(ଡି.ଏନ୍‌.ଏ.): ରବିବାର ଧର୍ମଗଡ଼ରୁ ୪ଜଣ ସାଙ୍ଗ ବୁଲିବା ପାଇଁ କୋକସରା ବ୍ଲକ ସାହାଜଖୋଲ ଜଙ୍ଗଲ ମଧ୍ୟରେ ଥିବା ପର୍ଯ୍ୟଟନ ସ୍ଥଳୀ ଡୋକରୀଚଞ୍ଚରାକୁ ଯାଇଥିଲେ। ବୁଲାବୁଲି କରିବା ପରେ ଡୋକରୀଦର ଜଳପ୍ରପାତରେ ୪ଜଣ ସାଙ୍ଗ ଗାଧୋଇବା ପାଇଁ ପାଣି ଭିତରକୁ ଯାଇଥିଲେ। ସେତିକିବେଳେ ହଠାତ ଜଣେ ସାଙ୍ଗ ପାଣିର ଗଭୀର ଭିତରକୁ ଚାଲିଯାଇ ଆସିବାରେ ସକ୍ଷମ ହୋଇପାରି ନ ଥିଲେ। ଅନ୍ୟ ୩ଜଣ ସାଙ୍ଗ ତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ବିଫଳ ହୋଇଥିଲେ। ନିଖୋଜ ଯୁବକ ଜଣକ ହେଉଛନ୍ତି ଧର୍ମଗଡ଼ ସହରର ବ୍ୟବସାୟୀ ହରେଶ ଅଗ୍ରୱାଲଙ୍କ ପୁଅ ଅମନ ଅଗ୍ରୱାଲ(୨୫) ବୋଲି ଜଣାପଡିଛି। ଅନ୍ୟ ୩ଜଣ ଯୁବକ ହେଲେ ଧର୍ମଗଡ଼ର ଅଭିଜିତ ପାଟ୍ଟଯୋଷୀ(୨୬), ଦିପେଶ ଅଗ୍ରୱାଲ(୨୬), ପ୍ରଭୁଦତ୍ତ ବେହେରା(୨୬)। ସାଙ୍ଗ ପାଣିରେ ବୁଡିବା ଦେଖି ଅନ୍ୟ ୩ଜଣ ସାଙ୍ଗ ସ୍ଥାନୀୟ ଉନ୍ନୟନ କମିଟିର ସଦସ୍ୟଙ୍କୁ ଜଣାଇଥିଲେ। ପରେ ଉନ୍ନୟନ କମିଟି ପକ୍ଷରୁ ଆମପାଣି ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଆମପାଣି ପୋଲିସ ଓ କୋକସରା ଦମକଳ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ତେବେ ସନ୍ଧ୍ୟା ସୁଦ୍ଧା ଯୁବକଙ୍କୁ ଉଦ୍ଧାର କରାଯାଇ ନାହିଁ। ସୋମବାର ସକାଳୁ ପୁଣି ଉଦ୍ଧାର କାର୍ଯ୍ୟ ଜାରି ରହିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଘଟଣାସ୍ଥଳରେ କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ, ଜୁନାଗଡ଼ ଏନଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲ, ଉନ୍ନୟନ କମିଟିର କର୍ମକର୍ତ୍ତା, ଆମପାଣି ଥାନା ଅଧିକାରୀ ଚତୁର୍ଭୁଜ ନାଏକ ପ୍ରମୁଖ ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri