୨ ଜିଲାକୁ ଯୋଡ଼ିବ ଗୋତୋମୁଣ୍ଡା-ଡାହିମାଲ ରାସ୍ତା

କୋକସରା,୧୫।୧୨(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆଦିବାସୀ ବହୁଳ ଗୋତୋମୁଣ୍ଡା ପଞ୍ଚାୟତ ଅଞ୍ଚଳବାସୀଙ୍କ ବହୁ ପ୍ରତୀକ୍ଷିତ ଦାବି ପୂରଣ ହେବାକୁ ଯାଉଛି। କଳାହାଣ୍ଡିରୁ ନବରଙ୍ଗପୁର ଜିଲାକୁ ଯୋଡ଼ିବ ଗୋତୋମୁଣ୍ଡା-ଡାହିମାଲ ରାସ୍ତା। ରାସ୍ତା କାର୍ଯ୍ୟ ସମ୍ପୂର୍ଣ୍ଣ ହେଲେ କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡର ଜନସାଧାରଣ ନବରଙ୍ଗପୁର ଜିଲା ସହିତ ସିଧାସଳଖ ଯୋଡ଼ି ହେବେ।

ଅନ୍ୟପକ୍ଷେ ରାସ୍ତା ନିର୍ମାଣରେ ବାଧକ ସାଜିଥିଲା ସାହାଜଖୋଲ ଜଙ୍ଗଲ। ତେବେ ଜନସାଧାରଣଙ୍କ ମୌଳିକ ସମସ୍ୟାକୁ ନେଇ ପୁଷ୍ପେନ୍ଦ୍ର ସିଂଦେଓ ରାଜ୍ୟ ସରକାରଙ୍କ ନିକଟରେ ରାସ୍ତା ନିର୍ମାଣ ପାଇଁ ଦାବି ଉପସ୍ଥାପନ କରିଥିଲେ। ପରବର୍ତ୍ତୀ ସମୟରେ ନବରଙ୍ଗପୁର ଜିଲା ଝରିଗାଁ ବିଧାୟକ ପ୍ରକାଶ ମାଝୀ ମଧ୍ୟ ରାସ୍ତା ନିର୍ମାଣ ପାଇଁ ସରକାରଙ୍କୁ ଲିଖିତ ଭାବେ ଅନୁରୋଧ କରିଥିଲେ। ପରବର୍ତ୍ତୀ ସମୟରେ ରାଜ୍ୟ ସରକାର ରାସ୍ତା ନିର୍ମାଣ ପାଇଁ ଅନୁମତି ଦେଇଥିଲେ। ପ୍ରଥମ ପର୍ଯ୍ୟାୟରେ ଧର୍ମଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୫୩ ଲକ୍ଷ ଟଙ୍କା ଅନୁଦାନରେ ରାସ୍ତା କାର୍ଯ୍ୟ ଆରମ୍ଭ ହୋଇଥିଲା । ତାହା ବର୍ତ୍ତମାନ ଅଧାପନ୍ତରିଆ ରହିଛି। ବର୍ତ୍ତମାନ ପୁଣି ୫.୮୦୦ କିଲୋମିଟର ରାସ୍ତା ପାଇଁ ନବରଙ୍ଗପୁର ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୮କୋଟି ୪୫ ଲକ୍ଷ ଅନୁଦାନରେ ରାସ୍ତା ନିର୍ମାଣ ପାଇଁ ଟେଣ୍ଡର ସରିଛି।

ଏହି ପରିପ୍ରେକ୍ଷୀରେ ଗୁରୁବାର ଦୁଇ ଜିଲାର ଜନପ୍ରତିନିଧି ଓ ପ୍ରଶାସନିକ ଅଧିକାରୀ ରାସ୍ତା ପରିଦର୍ଶନ କରିବା ସହ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏହି ଅବସରରେ ଧର୍ମଗଡ଼ ବିଧାୟକ ମୋଷଧି ବାଗ, ଆମପାଣି ଜୋନ ଜିଲା ପରିଷଦ ସଭ୍ୟ ହେମନ୍ତ ମାଝୀ, କୋକସରା ତହସିଲଦାର ଦେବବ୍ରତ କରାଟି, ଧର୍ମଗଡ଼ ଫରେଷ୍ଟ ରେଞ୍ଜ ଅଧିକାରୀ ଭବାନୀ ଶଙ୍କର କାଉର, ନବରଙ୍ଗପୁର ଉମରକୋଟ ଡିଭିଜନର ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ବାହୀ ଯନ୍ତ୍ରୀ ଅନ୍ତୁନି କିଷାନ, ଝରିଗାଁ ବ୍ଲକ ଅଧ୍ୟକ୍ଷ ଦୁର୍ଗା ମାଝୀଙ୍କ ସହ ଗ୍ରାମବାସୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri