୨ ଜିଲାକୁ ଯୋଡ଼ିବ ଗୋତୋମୁଣ୍ଡା-ଡାହିମାଲ ରାସ୍ତା

କୋକସରା,୧୫।୧୨(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆଦିବାସୀ ବହୁଳ ଗୋତୋମୁଣ୍ଡା ପଞ୍ଚାୟତ ଅଞ୍ଚଳବାସୀଙ୍କ ବହୁ ପ୍ରତୀକ୍ଷିତ ଦାବି ପୂରଣ ହେବାକୁ ଯାଉଛି। କଳାହାଣ୍ଡିରୁ ନବରଙ୍ଗପୁର ଜିଲାକୁ ଯୋଡ଼ିବ ଗୋତୋମୁଣ୍ଡା-ଡାହିମାଲ ରାସ୍ତା। ରାସ୍ତା କାର୍ଯ୍ୟ ସମ୍ପୂର୍ଣ୍ଣ ହେଲେ କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡର ଜନସାଧାରଣ ନବରଙ୍ଗପୁର ଜିଲା ସହିତ ସିଧାସଳଖ ଯୋଡ଼ି ହେବେ।

ଅନ୍ୟପକ୍ଷେ ରାସ୍ତା ନିର୍ମାଣରେ ବାଧକ ସାଜିଥିଲା ସାହାଜଖୋଲ ଜଙ୍ଗଲ। ତେବେ ଜନସାଧାରଣଙ୍କ ମୌଳିକ ସମସ୍ୟାକୁ ନେଇ ପୁଷ୍ପେନ୍ଦ୍ର ସିଂଦେଓ ରାଜ୍ୟ ସରକାରଙ୍କ ନିକଟରେ ରାସ୍ତା ନିର୍ମାଣ ପାଇଁ ଦାବି ଉପସ୍ଥାପନ କରିଥିଲେ। ପରବର୍ତ୍ତୀ ସମୟରେ ନବରଙ୍ଗପୁର ଜିଲା ଝରିଗାଁ ବିଧାୟକ ପ୍ରକାଶ ମାଝୀ ମଧ୍ୟ ରାସ୍ତା ନିର୍ମାଣ ପାଇଁ ସରକାରଙ୍କୁ ଲିଖିତ ଭାବେ ଅନୁରୋଧ କରିଥିଲେ। ପରବର୍ତ୍ତୀ ସମୟରେ ରାଜ୍ୟ ସରକାର ରାସ୍ତା ନିର୍ମାଣ ପାଇଁ ଅନୁମତି ଦେଇଥିଲେ। ପ୍ରଥମ ପର୍ଯ୍ୟାୟରେ ଧର୍ମଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୫୩ ଲକ୍ଷ ଟଙ୍କା ଅନୁଦାନରେ ରାସ୍ତା କାର୍ଯ୍ୟ ଆରମ୍ଭ ହୋଇଥିଲା । ତାହା ବର୍ତ୍ତମାନ ଅଧାପନ୍ତରିଆ ରହିଛି। ବର୍ତ୍ତମାନ ପୁଣି ୫.୮୦୦ କିଲୋମିଟର ରାସ୍ତା ପାଇଁ ନବରଙ୍ଗପୁର ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୮କୋଟି ୪୫ ଲକ୍ଷ ଅନୁଦାନରେ ରାସ୍ତା ନିର୍ମାଣ ପାଇଁ ଟେଣ୍ଡର ସରିଛି।

ଏହି ପରିପ୍ରେକ୍ଷୀରେ ଗୁରୁବାର ଦୁଇ ଜିଲାର ଜନପ୍ରତିନିଧି ଓ ପ୍ରଶାସନିକ ଅଧିକାରୀ ରାସ୍ତା ପରିଦର୍ଶନ କରିବା ସହ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏହି ଅବସରରେ ଧର୍ମଗଡ଼ ବିଧାୟକ ମୋଷଧି ବାଗ, ଆମପାଣି ଜୋନ ଜିଲା ପରିଷଦ ସଭ୍ୟ ହେମନ୍ତ ମାଝୀ, କୋକସରା ତହସିଲଦାର ଦେବବ୍ରତ କରାଟି, ଧର୍ମଗଡ଼ ଫରେଷ୍ଟ ରେଞ୍ଜ ଅଧିକାରୀ ଭବାନୀ ଶଙ୍କର କାଉର, ନବରଙ୍ଗପୁର ଉମରକୋଟ ଡିଭିଜନର ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ବାହୀ ଯନ୍ତ୍ରୀ ଅନ୍ତୁନି କିଷାନ, ଝରିଗାଁ ବ୍ଲକ ଅଧ୍ୟକ୍ଷ ଦୁର୍ଗା ମାଝୀଙ୍କ ସହ ଗ୍ରାମବାସୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri