ଗଉଡ଼ବାଟା, କିଲୁସୁଗାବାସୀଙ୍କୁ ମିଳୁନି ମୌଳିକ ସୁବିଧା

ଫୁଲବାଣୀ ଅଫିସ/ଟିକାବାଲି, ୧।୨: ଗ୍ରାମାଞ୍ଚଳର ଲୋକେ ଯେପରି ସମସ୍ତ ସୁବିଧା ପାଇପାରିବେ ସେଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁ ଯୋଜନା କରାଯାଉଛି ା ପ୍ରକୃତରେ ଯୋଜନାର ରୁପାୟନ ଠିକ୍‌ ଭାବେ ହେଉନାହିଁ ା କାଗଜ କଲମରେ ବିକାଶ ଚାଲିଛି। ବାସ୍ତବରେ ଏବେ ବି ଲୋକଙ୍କୁ ସର୍ବନିମ୍ନ ମୌଳିକ ସୁବିଧା ମିଳୁନାହିଁ ା ରାସ୍ତା, ପାନୀୟ ଜଳ ସେମାନଙ୍କ ପାଇଁ ସାତ ସପନା କନ୍ଧମାଳ ଜିଲା ଟିକାବାଲି ବ୍ଲକ କଇଁଝର ପଞ୍ଚାୟତ ୧୩ ନଂ ୱାର୍ଡରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ା କଇଁଝର ପଞ୍ଚାୟତ ୧୩ନଂ. ୱର୍ଡରେ ରହିଛି ଗଉଡବାଟା ଏବଂ କିଲୁସୁଗା ସାହି ା ଏଠାରେ ୩୦ରୁ ଊର୍ଦ୍ଧ୍ୱ ପରିବାର ବସବାସ କରୁଛନ୍ତି। ୨୦୧୦ରେ ଗଉଡବେଟାରୁ କିରିସୁଗା ପର୍ଯ୍ୟନ୍ତ ମାଟି ରାସ୍ତା ହୋଇଥିଲା ା ସେବେଠାରୁ ଆଉ ରାସ୍ତା କାମ ହୋଇନାହିଁ ା ଫଳରେ ଯାତାୟତ ପାଇଁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ୍ନ ହେଉଛନ୍ତି। ବର୍ଷା ଦିନେ ସମସ୍ୟା ଆହୁରି ବଢ଼ିଯାଉଛି। ରାସ୍ତା ପାଇଁ ଗ୍ରାମବାସୀ ବାରମ୍ବାର ଅଭିଯୋଗ କରି ଆସୁଥିଲେ ମଧ୍ୟ କେହି କର୍ଣ୍ଣପାତ କରୁନାହାନ୍ତି। ସେହିପରି ଗ୍ରାମରେ ପାନୀୟ ଜଳର ଉତ୍କଟ ସମସ୍ୟା ଲାଗି ରହିଛି। କିରିସୁଗାରେ ପାଣିର ଉତ୍କଟ ସମସ୍ୟା ା ଗାଁଠୁ ଦୂରରେ ଥିବା ବିଲ ମଝିର ଚୁଆରୁ ଲୋକେ ପାଣି ସଂଗ୍ରହ କରି ବ୍ୟବହାର କରୁଛନ୍ତି। ରାସ୍ତା ପାଇଁ ବାରମ୍ବାର ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ କି ନିର୍ବାଚିତ ପ୍ରତିନିଧି କେହି ଶୁଣୁନାହାନ୍ତି। ଭୋଟ ବେଳେ ସବୁ ସମସ୍ୟା ସମାଧାନ ହେବ ବୋଲି ପ୍ରତିଶ୍ରୁତି ଦିଆଯାଉଛି ା ଭୋଟ ସରିଲା ପରେ କେହି ପଚାରୁ ନାହାନ୍ତି। ରାସ୍ତା ନ ଥିବାରୁ ଗାଁକୁ ଆମ୍ବୁଲାନ୍ସ ଆସି ପାରୁନାହିଁ ା ଗର୍ଭବତୀ, ଗୁରୁତର ରୋଗୀଙ୍କୁ ମେଡିକାଲ ନେବାରେ ବହୁ ଅସୁବିଧା ହେଉଛି। ପାନୀୟ ଜଳର ଘୋର ସମସ୍ୟା ା ନଳକୂପ ନାହିଁ ା ଚୁଆ ପାଣି ଆଣି ରୋଷେଇ କରିବା ସହ ତାକୁ ପିଇବାକୁ ବାଧ୍ୟ ହେଉଛୁ ବୋଲି ଗ୍ରାମର ସମୀର କହଁରଙ୍କ ସମେତ ଅନ୍ୟମାନେ ପ୍ରକାଶ କରଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ୱତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ୱତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri