Posted inଜାତୀୟ

ଅମରନାଥ ଯାତ୍ରା ପ୍ରସ୍ତୁତି ପାଇଁ ସରକାର ଆକ୍ଟିଭ୍‌: ରାସ୍ତାରେ ଜମିଥିବା ବରଫକୁ ହଟାଇବ ବିଆରଓ ଟିମ୍‌

ନୂଆଦିଲ୍ଲୀ,୩।୩: ଜମ୍ମୁ-କଶ୍ମୀର ସରକାର ଏବଂ ଅମରନାଥ ଶ୍ରାଇନ୍‌ ବୋର୍ଡ ପକ୍ଷରୁ ଚଳିତ ବର୍ଷର ଅମରନାଥ ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଚଳିତଥର ସେନାର ରୋଡ ୱିଙ୍ଗର ଇଞ୍ଜିନିୟରମାନଙ୍କୁ ସାହାଯ୍ୟ କରିବାକୁ ମୁତୟନ କରାଯାଇଛି। ଅମରନାଥ ଯାତ୍ରାର ଇତିହାସରେ ପ୍ରଥମ ଥର ପାଇଁ ଅମରନାଥ ଯାତ୍ରା ଟ୍ରାକର ରକ୍ଷଣାବେକ୍ଷଣ ସାମଗ୍ରିକ ନିୟନ୍ତ୍ରଣର ବର୍ଡର ରୋଡ ଅର୍ଗାନାଇଜେସନ୍‌ (ବିଆରଓ)କୁ ହସ୍ତାନ୍ତର କରାଯାଇଛି। ଅଧିକାରୀଙ୍କ କହିବାନୁସାରେ, ବାର୍ଷିକ ଅମରନାଥ ଯାତ୍ରା ପାଇଁ ପ୍ରସ୍ତୁତିର ଏକ ଅଂଶ ଭାବେ ଜମ୍ମୁ-କଶ୍ମୀର କର୍ତ୍ତୃପକ୍ଷ ବାଲ ତାଲ ପାର୍ଶ୍ୱରୁ ଅମରନାଥ ଗୁମ୍ଫା ପର୍ଯ୍ୟନ୍ତ ବରଫ ସଫା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏତଦ୍‌ ବ୍ୟତୀତ ପାଣିପାଗ ସ୍ଥିତିକୁ ଆଧାର କରି ପ୍ରଶାସନ ପାଇଁ ଏକ ଯୋଜନା ପ୍ରସ୍ତୁତ କରାଯାଇଛି। ଚଳିତ ବର୍ଷ ଏହି ଯାତ୍ରା ଜୁନ ୩୦ରୁ ଆରମ୍ଭ ହେବ ଏବଂ ଅଗଷ୍ଟ ୧୧ ରେ ରକ୍ଷାବନ୍ଧନରେ ଶେଷ ହେବ। ସରକାରଙ୍କ ଅନୁମୋଦନ ପରେ ଖୁବ୍‌ଶୀଘ୍ର ବିଆରଓ ଦ୍ୱାରା ତୁଷାର ସଫା କାର୍ଯ୍ୟ ଆରମ୍ଭ ହୋଇଛି ଏବଂ ବେସ କ୍ୟାମ୍ପରୁ ଅମରନାଥ ଗୁମ୍ଫା ପର୍ଯ୍ୟନ୍ତ ଯନ୍ତ୍ରପାତି ଏବଂ ନୂତନ ଟେକ୍ନୋଲୋଜି ସହିତ ସଜ୍ଜିତ ଶ୍ରମିକମାନଙ୍କୁ ନିୟୋଜିତ କରାଯାଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri