ଗଞ୍ଜାମରେ କୋଭିଡ୍‌ ପରିଚାଳନାରେ ସରକାର, ପ୍ରଶାସନ ବିଫଳ: ଭାଜପା

ଛତ୍ରପୁର,୧୭।୭(ଡି.ଏନ୍‌.ଏ): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଜିଲାରେ କୋଭିଡ୍‌ ପରିଚାଳନା ଓ ନିୟନ୍ତ୍ରଣ କରିବାରେ ରାଜ୍ୟ ସରକାର ଓ ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ରୂପେ ବିଫଳ ହୋଇଥିବା ଭାଜପା ପକ୍ଷରୁ ଶୁକ୍ରବାର ଛତ୍ରପୁରଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଅଭିଯୋଗ କରାଯାଇଛି । କୋଭିଡ୍‌ ଟେଷ୍ଟିଂ ମଧ୍ୟ ଠିକ୍‌ ଭାବେ କରାଯାଉନି । ଜିଲାରେ ଥିବା କୋଭିଡ୍‌ ହସ୍ପିଟାଲ ଓ କୋଭିଡ୍‌ କେୟାର ସେଣ୍ଟରରେ ସ୍ବାସ୍ଥ୍ୟ ସେବାଠାରୁ ଆରମ୍ଭ କରି ଖାଦ୍ୟ, ପାଣି, ପରିମଳ ଆଦି ଅବ୍ୟବସ୍ଥା ନେଇ ସେଠାରେ ଥିବା ରୋଗୀମାନେ ଦୈନିକ ଭିଡିଓ ଭାଇରାଲ କରୁଛନ୍ତି। ଜିଲାରେ ଥିବା କୋଭିଡ୍‌ ସେଲ୍‌କୁ ମଧ୍ୟ ସେମାନେ ଫୋନ୍‌ କରି ଅଭିଯୋଗ ଜଣାଉଛନ୍ତି ।
ମାତ୍ର ଏହି ସମସ୍ୟା ସମାଧାନ ପାଇଁ ଜିଲାପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଉ ନ ଥିବା ଭାଜପା ଅଭିଯୋଗ କରିଛି । ତୁରନ୍ତ ଏହା ଉପରେ ଉଚିତ୍‌ ପଦକ୍ଷେପ ନିଆ ନ ଗଲେ ଆଗାମୀ ଦିନରେ ଭାଜପା ଆନ୍ଦୋଳନକୁ ଓହ୍ଲାଇବ ବୋଲି ଭାଜପା ନେତା ପ୍ରଶାନ୍ତ କୁମାର କର ଚେତାବନୀ ଦେଇଛନ୍ତି । ସରକାର ଓ ପ୍ରଶାସନର ପଦକ୍ଷେପ କେବଳ ଶଟ୍‌ଡାଉନ୍‌ ଓ ଲକ୍‌ଡାଉନ୍‌ରେ ସିମୀତ ରହିଛି ବୋଲି କଣମଣା ମଣ୍ଡଳ ଭାଜପା ସଭାପତି ତଥା ଓକିଲ ପଦ୍ମଚରଣ ସାହୁ କହିଛନ୍ତି । ଗାଁରେ ରାଶନ ସାମଗ୍ରୀ ମିଳୁନି । କୋଭିଡ୍‌ ଟେଷ୍ଟିଂ ବୃଦ୍ଧି, ବୁଦ୍ଧିଜିବୀ, ରାଜନୈତିକ ଦଳର ପ୍ରତିନିଧି, ବରିଷ୍ଠ ନାଗରିକ ଓ ଓକିଲଙ୍କ କୋଭିଡ୍‌ ପରିଚାଳନା ଉପରେ ମତାମତ ନିଆଯାଉ ବୋଲି ସଭାପତି ସାହୁ ଦାବି କରିଛନ୍ତି । ଉକ୍ତ ଖବରଦାତା ସମ୍ମିଳନୀରେ ଛତ୍ରପୁର ମଣ୍ଡଳ ଭାଜପା ସଭାପତି ସଞ୍ଜିତ କୁମାର ରାଉଳ, ସାଧାରଣସମ୍ପାଦକ ଡି. ସୁରେଶ ରେଡ୍ଡୀ, ଅମରେଶ ମହାରଣା ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri