Posted inଜାତୀୟ

ପିଏମ କିସାନ ଯୋଜନାର ଲାଭ ନେଉଥିବା କୃଷକଙ୍କୁ ସାବଧାନ କରାଇଲେ ସରକାର, ଏହି ଫାଇଲକୁ ଡାଉନଲୋଡ କରିଥିଲେ…

ନୂଆଦିଲ୍ଲୀ,୧୩।୭: ଯଦି ଆପଣ ମଧ୍ୟ ଜଣେ କୃଷକ ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ବାର୍ତ୍ତା ପ୍ରତି ସତର୍କ ରହିବାକୁ କୃଷକମାନଙ୍କୁ ସରକାର ପରାମର୍ଶ ଦେଇଛନ୍ତି। ଯଦି କୃଷକ ଭାଇମାନେ ସେହି ଫାଇଲ ଡାଉନଲୋଡ କରନ୍ତି ତେବେ ସେମାନେ ଘୋଟାଲାର ଶିକାର ହୋଇପାରନ୍ତି ।

ପ୍ରଧାନମନ୍ତ୍ରୀ କିସାନ ଯୋଜନାର ଲାଭ ନେଉଥିବା ଚାଷୀଙ୍କୁ ସରକାର ଚେତାବନୀ ଦେଇଛନ୍ତି। ସୋସିଆଲ ମିଡିଆରେ ଏକ ବାର୍ତ୍ତା ଭାଇରାଲ ହେଉଛି ଯେଉଁଥିରେ ପିଏମ କିସାନ ଯୋଜନା ସହ ଜଡିତ ଏପିକେ ଫାଇଲକୁ ଡାଉନଲୋଡ ଏବଂ ଇନଷ୍ଟଲ କରିବାକୁ କୁହାଯାଇଛି। ସରକାର ଏପରି ନକଲି ବାର୍ତ୍ତା ପ୍ରତି ସତର୍କ ରହିବାକୁ କୃଷକମାନଙ୍କୁ କହିଛନ୍ତି। ଯଦି ଡାଉନଲୋଡ କରିଛନ୍ତି ତା’ହେଲେ ତୁରନ୍ତ ଡିଲିଟ୍‌ କରିବାକୁ କୁହାଯାଇଛି।

ପ୍ରଧାନମନ୍ତ୍ରୀ କିସାନ ସାମନ ନିଧି ଯୋଜନା ଅଧୀନରେ ହିତାଧିକାରୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। କୌଣସି ଅଜଣା ନମ୍ବରରୁ ହ୍ବାଟସ ଆପ ମେସେଜ କିମ୍ବା ଏପିକେ ଫାଇଲ ଡାଉନଲୋଡ କରନ୍ତୁ ନାହିଁ। ଏହି ଫାଇଲ ଆପଣଙ୍କ ଫୋନ ହ୍ୟାକ କରିପାରେ ଏବଂ ଆପଣଙ୍କର ବ୍ୟକ୍ତିଗତ ସୂଚନା ଚୋରି କରିପାରେ।

 


Enter your email to get our daily news in your inbox.

All Right Reserved By Dharitri.Com

ନେପୋଲିଅନଙ୍କ ରହସ୍ୟମୟ ଚିଠିର ଗୁମର ଖୋଲିଲା ଏଆଇ

ଲଣ୍ଡନ, ୩ା୧୦: ଫ୍ରାନ୍ସର ପ୍ରସିଦ୍ଧ ସମ୍ରାଟ ନେପୋଲିଅନ ବୋନାପାର୍ଟଙ୍କ ଏକ ୨୧୭ ବର୍ଷ ପୁରୁଣା ରହସ୍ୟମୟ ଚିଠିର ଗୁପ୍ତ ସଙ୍କେତକୁ କୃତ୍ରିମ ବୁଦ୍ଧିମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ…

ସିଇସି ଜ୍ଞାନେଶଙ୍କ ଇସ୍ତଫା ଦାବି ତେଜିଲା

ମମ୍ବାଇ,୩ା୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶୁକ୍ରବାର ମୁମ୍ବାଇର ଶିବାଜୀ ପାର୍କରେ ଜେଲଭରୋ ଆନ୍ଦୋଳନ…

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?