ସରକାରୀ ସହାୟତା, ଶିକ୍ଷା ବ୍ୟବସ୍ଥା ନୀତିନିୟମ ଜଣାଉଛି କାର୍ଯ୍ୟକ୍ରମ

ଚିତ୍ରକୋଣ୍ଡା, ୨୪।୯(୨୩ା୯): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ବଡ଼ପଡ଼ା ପଞ୍ଚାୟତର ବଡ଼ପଡ଼ା ସରକାରୀ ଆଦିବାସୀ ହରିଜନ ଉନ୍ନୟନ ବାଳିକା ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଶତ୍ରୁଘନ ସ୍ବାଇଁଙ୍କ ତତ୍ୱାବଧାନରେ ଆମେ ଜାଣିବା, ଆମେ ଜିଣିବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଜିଲା ପରିଷଦ ଅଧ୍ୟକ୍ଷା ସମାରି ତାଙ୍ଗୁଲ ସମ୍ମାନିତ ଅତିଥି ଭାବେ ପାପରମେଟେଲା ଥାନା ଅଧିକାରୀ ମାନସ ରଞ୍ଜନ ସ୍ବାଇଁ, ବିଏସ୍‌ଏଫ୍‌ କମାଣ୍ଡାଣ୍ଟ, ବଡ଼ପଡ଼ା ସରପଞ୍ଚ ନିଲୁ ଖିଲ, ପାପରମେଟେଲା ସରପଞ୍ଚ ନରସିଂହ ସିନ୍ଧେରୀ ଉପସ୍ଥିତ ଥିଲେ l କାର୍ଯ୍ୟକ୍ରମ ପ୍ରାରମ୍ଭରେ ଗଣେଶ ଏବଂ ଜଗନ୍ନାଥଙ୍କ ନିକଟରେ ଦୀପ ପ୍ରଜଳନ ପରେ ଛାତ୍ରୀମାନେ ସ୍ବାଗତ ସଙ୍ଗୀତ ଗାନ କରିଥିଲେ। ପରେ ପ୍ରଧାନ ଶିକ୍ଷକ ସ୍ବାଇଁ ସ୍ବାଗତ ସୂଚନା ଦେଇଥିଲେ। କାର୍ଯ୍ୟକ୍ରମରେ ଅଭିଭାବକ, ଛାତ୍ରୀଛାତ୍ରଙ୍କ ପାଇଁ ଆସୁଥିବା ସରକାରୀ ସହାୟତା, ଶିକ୍ଷା ବ୍ୟବସ୍ଥାର ନୀତିନିୟମ ଉପରେ ଆଲୋଚନା ହୋଇଥିଲା। ଏହି ଅବସରରେ ‘ଆମ ଓଡିଶା’ ଉପରେ ବକ୍ତୃତା ପ୍ରତିଯୋଗିତା କରାଯାଇ କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ବିଦ୍ୟାଳୟରେ ସ୍ବାସ୍ଥ୍ୟ, ବିଜ୍ଞାନ ସମ୍ବନ୍ଧୀୟ ଜୀବନ କୌଶଳ ଶିକ୍ଷା, ସିଲେଇ ଶିକ୍ଷା ଓ ପ୍ରଯୁକ୍ତି ବିଦ୍ୟା ସମ୍ପର୍କରେ ଛାତ୍ରୀ ଓ ସେମାନଙ୍କ ଅଭିଭାବକଙ୍କୁ ସଚେତନ ମଧ୍ୟ କରାଯାଇଥିଲା। ଶିକ୍ଷକ ଅଜୟ ରାଉତ କାର୍ଯ୍ୟକ୍ରମ ପରିଚାଳନା କରି ଥିଲେ। ସେହିଭଳି ପଣଷପୁଟ ସରକାରୀ ଏସ୍‌ଏସ୍‌ଡି ବିଦ୍ୟାଳୟରେ ମଧ୍ୟ ଆମେ ଜାଣିବା ଆମେ ଜିଣିବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?