Posted inଜାତୀୟ

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏସବୁ କର୍ମଚାରୀଙ୍କ ବଢ଼ିଲା ଦରମା, ମିଳିବ ମୋଟା ଅଙ୍କର ଏରିଅର

ନୂଆଦିଲ୍ଲୀ,୨୩।୧: କେନ୍ଦ୍ର ସରକାର ପ୍ରାୟ ୯୩ ହଜାର କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ଦେଇଛନ୍ତି। ସାଧାରଣ ବୀମା କମ୍ପାନୀ, ନାବାର୍ଡ (NABARD) ଏବଂ ଆରବିଆଇ (RBI) ର କର୍ମଚାରୀଙ୍କ ଦରମା ଓ ପେନସନ ସଂଶୋଧନ ପ୍ରସ୍ତାବକୁ ଅର୍ଥ ମନ୍ତ୍ରଣାଳୟ ଶୁକ୍ରବାର ମଞ୍ଜୁରୀ ପ୍ରଦାନ କରିଛି। ଏହି ନିଷ୍ପତ୍ତି ଫଳରେ ସରକାରଙ୍କ ଉପରେ ପ୍ରାୟ ୮,୧୭୦ କୋଟି ଟଙ୍କାର ଅତିରିକ୍ତ ଆର୍ଥିକ ବୋଝ ପଡ଼ିବ।

ଏହି ସଂଶୋଧନ ଦ୍ୱାରା ମୋଟ ୪୬,୩୨୨ କର୍ମଚାରୀ, ୨୩,୫୭୦ ପେନସନଭୋଗୀ ଏବଂ ୨୩,୨୬୦ ପେନସନଭୋଗୀ ଉପକୃତ ହେବେ। ଏହି କର୍ମଚାରୀଙ୍କ ବେତନ ସଂଶୋଧନ ୧ ଅଗଷ୍ଟ ୨୦୨୨ ରୁ ଲାଗୁ ହେବ। ଏଥିପାଇଁ ୮,୧୭୦.୩୦ କୋଟି ଟଙ୍କା ବ୍ୟୟ କରାଯିବ, ଯେଉଁଥିରୁ ୫,୮୨୨.୬୮ କୋଟି ଟଙ୍କା କେବଳ ବକେୟା ବା ଏରିଅର ଆକାରରେ ପ୍ରଦାନ କରାଯିବ।

ନାବାର୍ଡରେ ବେତନ ସଂଶୋଧନ ୧ ନଭେମ୍ବର ୨୦୨୨ ରୁ ଲାଗୁ ହେବ। ଏହାଦ୍ୱାରା ବାର୍ଷିକ ୧୭୦ କୋଟି ଟଙ୍କାର ଅତିରିକ୍ତ ଖର୍ଚ୍ଚ ହେବା ସହ ପ୍ରାୟ ୫୧୦ କୋଟି ଟଙ୍କାର ଏରିଅର ଦିଆଯିବ। ପେନସନଭୋଗୀଙ୍କୁ ଏକକାଳୀନ ୫୦.୮୨ କୋଟି ଟଙ୍କାର ବକେୟା ମିଳିବ।

ରିଜର୍ଭ ବ୍ୟାଙ୍କର ଅବସରପ୍ରାପ୍ତ କର୍ମଚାରୀଙ୍କ ମୂଳ ପେନସନ ଓ ମହଙ୍ଗା ଭତ୍ତାରେ ୧୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ୧ ନଭେମ୍ବର ୨୦୨୨ ରୁ ପ୍ରଭାବୀ ହେବ। ଏଥିପାଇଁ ମୋଟ ୨,୬୯୬.୮୨ କୋଟି ଟଙ୍କା ଖର୍ଚ୍ଚ ହେବ, ଯେଉଁଥିରେ ୨,୪୮୫.୦୨ କୋଟି ଟଙ୍କାର ଏରିଅର ସାମିଲ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଲକାତାରେ ଭାଜପା-ଟିଏମସି କର୍ମୀ ମୁହାଁମୁହିଁ: ପରସ୍ପରର କାର୍ଯ୍ୟକ୍ରମରେ ଭଙ୍ଗାରୁଜା

କୋଲକାତା, ୨୫ା୧: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୈତିକ ହିଂସା ଚରମ ସୀମାରେ ପହଞ୍ଚିଛି। ରବିବାର ସନ୍ଧ୍ୟାରେ କୋଲକାତାର ସାଖେରବଜାର ଏବଂ ବେହାଲା ପଶ୍ଚିମ ଅଞ୍ଚଳରେ ଭାଜପା…

ବିଶ୍ୱ ପାଇଁ ଭାରତ ଶାନ୍ତିର ଦୂତ: ୭୭ତମ ସାଧାରଣତନ୍ତ୍ର ଦିବସରେ ଦେଶବାସୀଙ୍କୁ ରାଷ୍ଟ୍ରପତିଙ୍କ ସମ୍ବୋଧନ

ନୂଆଦିଲ୍ଲୀ, ୨୫ା୧: ୭୭ତମ ସାଧାରଣତନ୍ତ୍ର ଦିବସର ପୂର୍ବ ସନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜାତି ଉଦ୍ଦେଶ୍ୟରେ ଉଦ୍‌ବୋଧନ ଦେଇଛନ୍ତି। ଏହି ଅବସରରେ ସେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା…

ଅଭିଷେକ, ସୂର୍ଯ୍ୟକୁମାରଙ୍କ ବିସ୍ଫୋରକ ବ୍ୟାଟିଂ: ୩-୦ରେ ଭାରତର ଆଗୁଆ ସିରିଜ୍‌ ବିଜୟୀ

ଗୁଆହାଟୀ,୨୫ା୧- ଅଭିଷେକ ଶର୍ମା ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ବିପକ୍ଷରେ ରବିବାର ଖେଳାଯାଇଥିବା ତୃତୀୟ ଟି୨୦ ମ୍ୟାଚ୍‌କୁ ଭାରତ ୮…

ପାରିବାରିକ କଳହର କରୁଣ ପରିଣତି, ଗୋଟିଏ ପରିବାରର ୩ଜଣଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଆନନ୍ଦପୁୁର/ହାଟଡିହି,୨୫।୧(ସୁଶାନ୍ତ କୁମାର ସାହୁ/ ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ଖାଳିଆମେଣ୍ଟା ପଞ୍ଚାୟତ ଅଧୀନ ନିଆଳିଝରଣ ଗ୍ରାମରେ ଜମିବାଡ଼ି ବିବାଦରୁ ରବିବାର ସନ୍ଧ୍ୟାରେ ଟ୍ରିପଲ…

ମେଟା ପଢୁଛି ଆପଣଙ୍କ ହ୍ୱାଟ୍ସଆପ୍ ମେସେଜ୍, ପୂର୍ବତନ କର୍ମଚାରୀ କଲେ ଖୁଲାସା

ନୂଆଦିଲ୍ଲୀ, ୨୫ା୧: ହ୍ୱାଟ୍ସଆପ୍ ବ୍ୟବହାରକାରୀଙ୍କ ପାଇଁ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ହ୍ୱାଟ୍ସଆପ୍‌ର ମାଲିକାନା ସଂସ୍ଥା ‘ମେଟା’ ୟୁଜରମାନଙ୍କ ମେସେଜ ପଢ଼ୁଥିବା ସାଙ୍ଘାତିକ ଅଭିଯୋଗ ଲାଗିଛି।…

ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥବ୍ୟବସ୍ଥା ଆଡ଼କୁ ବଢୁଛି ଭାରତ: କିନ୍ତୁ ମୁଣ୍ଡପିଛା ଆୟରେ ପଛରେ କାହିଁକି?

ନୂଆଦିଲ୍ଲୀ, ୨୫ା୧: ଦ୍ରୁତ ଗତିରେ ଆଗେଇ ଚାଲିଛି ଭାରତୀୟ ଅର୍ଥନୀତି, କିନ୍ତୁ ବଢୁନାହିଁ ମୁଣ୍ଡପିଛା ଆୟ। ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ରିପୋର୍ଟ ଅନୁଯାୟୀ ଭାରତର ଜିଡିପି…

ସରକାରଙ୍କ ବଡ଼ ଘୋଷଣା, ରୋହିତ ଶର୍ମା ଏବଂ ହରମନପ୍ରୀତ କୌରଙ୍କୁ ପଦ୍ମ ପୁରସ୍କାର

ନୂଆଦିଲ୍ଲୀ,୨୫।୧:  ଗଣତନ୍ତ୍ର ଦିବସର ପୂର୍ବ ସନ୍ଧ୍ୟାରେ, ଭାରତ ସରକାର ପଦ୍ମ ପୁରସ୍କାର ପାଇଁ ମନୋନୀତ ୧୩୧ ଜଣଙ୍କ ତାଲିକା ପ୍ରକାଶ କରିଛନ୍ତି । ୧୩୧ ଜଣଙ୍କ ମଧ୍ୟରେ ୯…

ଟ୍ରମ୍ପଙ୍କ ଭୟରେ ବଙ୍କରରେ ଲୁଚିଲେ ଖାମେନେଇ; ଜାଣନ୍ତୁ ଏବେ କାହା ହାତରେ ଇରାନର ଦାୟିତ୍ୱ…?

ତେହରାନ,୨୫।୧: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏଭଳି ସମୟରେ ଇରାନର ସୁପ୍ରିମ ଲିଡର ଆୟାତୋଲ୍ଲା ଅଲୀ ଖାମେନେଇ ତେହରାନରେ ନିର୍ମିତ…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri