Posted inଜାତୀୟ

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏସବୁ କର୍ମଚାରୀଙ୍କ ବଢ଼ିଲା ଦରମା, ମିଳିବ ମୋଟା ଅଙ୍କର ଏରିଅର

ନୂଆଦିଲ୍ଲୀ,୨୩।୧: କେନ୍ଦ୍ର ସରକାର ପ୍ରାୟ ୯୩ ହଜାର କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ଦେଇଛନ୍ତି। ସାଧାରଣ ବୀମା କମ୍ପାନୀ, ନାବାର୍ଡ (NABARD) ଏବଂ ଆରବିଆଇ (RBI) ର କର୍ମଚାରୀଙ୍କ ଦରମା ଓ ପେନସନ ସଂଶୋଧନ ପ୍ରସ୍ତାବକୁ ଅର୍ଥ ମନ୍ତ୍ରଣାଳୟ ଶୁକ୍ରବାର ମଞ୍ଜୁରୀ ପ୍ରଦାନ କରିଛି। ଏହି ନିଷ୍ପତ୍ତି ଫଳରେ ସରକାରଙ୍କ ଉପରେ ପ୍ରାୟ ୮,୧୭୦ କୋଟି ଟଙ୍କାର ଅତିରିକ୍ତ ଆର୍ଥିକ ବୋଝ ପଡ଼ିବ।

ଏହି ସଂଶୋଧନ ଦ୍ୱାରା ମୋଟ ୪୬,୩୨୨ କର୍ମଚାରୀ, ୨୩,୫୭୦ ପେନସନଭୋଗୀ ଏବଂ ୨୩,୨୬୦ ପେନସନଭୋଗୀ ଉପକୃତ ହେବେ। ଏହି କର୍ମଚାରୀଙ୍କ ବେତନ ସଂଶୋଧନ ୧ ଅଗଷ୍ଟ ୨୦୨୨ ରୁ ଲାଗୁ ହେବ। ଏଥିପାଇଁ ୮,୧୭୦.୩୦ କୋଟି ଟଙ୍କା ବ୍ୟୟ କରାଯିବ, ଯେଉଁଥିରୁ ୫,୮୨୨.୬୮ କୋଟି ଟଙ୍କା କେବଳ ବକେୟା ବା ଏରିଅର ଆକାରରେ ପ୍ରଦାନ କରାଯିବ।

ନାବାର୍ଡରେ ବେତନ ସଂଶୋଧନ ୧ ନଭେମ୍ବର ୨୦୨୨ ରୁ ଲାଗୁ ହେବ। ଏହାଦ୍ୱାରା ବାର୍ଷିକ ୧୭୦ କୋଟି ଟଙ୍କାର ଅତିରିକ୍ତ ଖର୍ଚ୍ଚ ହେବା ସହ ପ୍ରାୟ ୫୧୦ କୋଟି ଟଙ୍କାର ଏରିଅର ଦିଆଯିବ। ପେନସନଭୋଗୀଙ୍କୁ ଏକକାଳୀନ ୫୦.୮୨ କୋଟି ଟଙ୍କାର ବକେୟା ମିଳିବ।

ରିଜର୍ଭ ବ୍ୟାଙ୍କର ଅବସରପ୍ରାପ୍ତ କର୍ମଚାରୀଙ୍କ ମୂଳ ପେନସନ ଓ ମହଙ୍ଗା ଭତ୍ତାରେ ୧୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ୧ ନଭେମ୍ବର ୨୦୨୨ ରୁ ପ୍ରଭାବୀ ହେବ। ଏଥିପାଇଁ ମୋଟ ୨,୬୯୬.୮୨ କୋଟି ଟଙ୍କା ଖର୍ଚ୍ଚ ହେବ, ଯେଉଁଥିରେ ୨,୪୮୫.୦୨ କୋଟି ଟଙ୍କାର ଏରିଅର ସାମିଲ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିକୁ ଏଣ୍ଟ୍ରି କରିବେ ଅଭିଜିତ ଦୀପକେ! କଲେ ଆଶ୍ଚର୍ଯ୍ୟଜନକ ଘୋଷଣା, ବଢିଲା ଭାଜପାର ଚିନ୍ତା

ନୂଆଦିଲ୍ଲୀ,୫।୮: କକ୍‌ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଜନ୍ତର-ମନ୍ତରରେ ହୋଇଥିବା ପ୍ରତିବାଦ ପରେ ବର୍ତ୍ତମାନ ଆଗାମୀ ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଅଭିଜିତଙ୍କ ଘରେ ଆଜିଠାରୁ…

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri