କେନ୍ଦୁପତ୍ର ତୋଳାଳିଙ୍କୁ ଡବଲ ବୋନସ୍‌ ଘୋଷଣା କଲେ ସରକାର

ଭୁବନେଶ୍ୱର,୧୧ା୨: କେନ୍ଦୁପତ୍ର ତୋଳାଳିଙ୍କୁ ଡବଲ ବୋନସ୍‌ ମିଳିବ ବୋଲି ରବିବାର ରାଜ୍ୟ ସରକାର ଘୋଷଣା କରିଛନ୍ତି। ସମ୍ବଲପୁର ଚାରମାଳ ଗସ୍ତରେ ଥାଇ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ କାର୍ଯ୍ୟକ୍ରମରେ ଭର୍ଚୁଆଲରେ ଯୋଗ ଦେଇ ଏପରି ଐତିହାସିକ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏବେ କେନ୍ଦୁପତ୍ର ତୋଳାଳିଙ୍କୁ ଡବଲ ବୋନସ୍‌ ମିଳିବ। ପୂର୍ବରୁ ମିଳୁଥିବା ୨୫ ପ୍ରତିଶତ ବୋନସ୍‌କୁ ୫୦ ପ୍ରତିଶତକୁ ବୃଦ୍ଧି ପାଇଛି। ଏଥିରୁ ରାଜ୍ୟର ୮ ଲକ୍ଷ ୫୦ ହଜାର କେନ୍ଦୁପତ୍ର ତୋଳାଳି ଉପକୃତ ହେବେ। ସରକାର ୯୮ କୋଟି ଖର୍ଚ୍ଚ କରିବେ।

ସେହିପରି ବନ୍ଧାଳି ଓ ଋତୁକାଳୀନ ଶ୍ରମିକଙ୍କ ଇନ୍‌ସେଟିଭ୍‌ ଦୁଇଗୁଣ ବଢ଼ି ୫ରୁ ୧୦ ପ୍ରତିଶତକୁ ବୃଦ୍ଧି କରିଛନ୍ତି। ଏଥିଲାଗି ସରକାର ୧୧ କୋଟି ଖର୍ଚ୍ଚ କରିବେ। ରାଜ୍ୟରେ ଥିବା ୪୦ ହଜାର ବନ୍ଧାଳି ଓ ସିଜନାଲ ଷ୍ଟାଫ୍‌ ଏଥିରୁ ଉପକୃତ ହେବେ। ସେହିପରି ଋତୁକାଳୀନ କର୍ମଚାରୀଙ୍କୁ ଖୁସି ଖବର ଦେଇଛନ୍ତି ସରକାର। ସେମାନଙ୍କର ଦରମା ବୃଦ୍ଧି ଦାବି ପୂରଣ ହୋଇଛି। ହେଡ ଚେକରଙ୍କ ମାସିକ ଦରମା ୨୨ ହଜାର ୬୩୧ ରୁ ୨୪ ହଜାର ୪୨୦କୁ ବୃଦ୍ଧି ପାଇଛି। ମହଙ୍ଗା ଭତ୍ତା ୪ ଶହ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି ପାଇଛି। ସର୍କଲ ଚେକରଙ୍କ ଦରମା ୧୭ ହଜାର ୭୪୦ରୁ ୨୧ ହଜାରରୁ ଅଧିକ ହୋଇଛି। ଡିଏ ୩୦୦ ରୁ ୪୫୦କୁ ବୃଦ୍ଧି ପାଇଛି। ସେହିପରି ବନ୍ଧାଳି ଚେକରଙ୍କ ଦରମା ୧୪ ହଜାର ୮୦୦ ଟଙ୍କାରୁ ୧୭ ହଜାର ୬୮୦କୁ ବୃଦ୍ଧି ପାଇଛି। ଡିଏ ୨ଶହରୁ ୩ଶହ ଟଙ୍କାକୁ ବୃଦ୍ଧି ପାଇଛି। ମୁନସିଙ୍କ ଦରମା ୧୨ ହଜାର ୪୨୦ରୁ ୧୫ ହଜାର ୨୧୫ ଟଙ୍କାକୁ ବୃଦ୍ଧି ପାଇଛି। ମୁନସି-୨ଙ୍କ ଦରମା ୯ ହଜାର ୮୫୦ରୁ ୧୨ ହଜାର ୩୮୫ ଟଙ୍କାକୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri