ସରକାରୀ ଘୋଷଣାକୁ ଫୁ: ଅସହ୍ୟ ଗୁଳୁଗୁଳିରେ ଘନ ଘନ ବିଦ୍ୟୁତ କାଟ

ଦାରିଙ୍ଗବାଡି, ୧୨।୫ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ୩ ଦିନ ହେଲା ଅସହ୍ୟ ଗରମ ହେଉଛି। ପ୍ରଚଣ୍ଡ ଖରା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହେଉଥିବା ବେଳେ ବିଦ୍ୟୁତ ବିଭ୍ରାଟ, ଅଘୋଷିତ ବିଦ୍ୟୁତ କାଟ ଗରମ ଗୁଳୁଗୁଳିକୁ ଦ୍ବିଗୁଣିତ କରୁଛି। ବିଦ୍ୟୁତ ନ ଥିବା ଯୋଗୁ ଳୋକେ ପଙ୍ଖା ଚଳାଇପାରୁନାହାନ୍ତି। ଫଳରେ ଗରମରେ ଆଉଟୁପାଉଟୁ ହେଉଛନ୍ତି ସେହିପରି ସରକାରୀ ଓ ବେସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି ହେଉଛି। ପ୍ରତିଦିନ ସକାଳ ୧୦ଟା ପରେ ଏହି ବିଦ୍ୟୁତ ବିଭ୍ରାଟ ଆରମ୍ଭ ହୋଇ ବିଳମ୍ବିତ ରାତି ପର୍ଯ୍ୟନ୍ତ ରହୁଛି। ମରାମତି ନାଁରେ ଘଣ୍ଟା ଘଣ୍ଟା ଲୋକଙ୍କୁ ବିଦ୍ୟୁତ ସେବାରୁ ବଞ୍ଚିତ ହେବାକୁ ପଡୁଛି। ଲୋକଙ୍କୁ ହଟହଟା ହେବାକୁ ପଡୁଥିଲେ ମଧ୍ୟ ବିଭାଗ ଲୋକଙ୍କ ସ୍ଥାୟୀ ସମସ୍ୟାର ସମାଧାନ ଦିଗରେ ଅବହେଳା କରୁଥିବା ଅଭିଯୋଗ ହେଉଛି। ଏବେ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ବିଦ୍ୟୁତ ନ କଟାଯିବାକୁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ବିଦ୍ୟୁତ ବାରମ୍ବାର କଟାଯାଉଥିବା ଓ ସରକାରଙ୍କ ନିର୍ଦ୍ଦେଶକୁ ଅବମାନନା କରାଯାଉଥିବା ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଯୁଦ୍ଧ ମଧ୍ୟରେ ହଠାତ୍‌ ୟୁ-ଟର୍ନ ନେଲେ ଟ୍ରମ୍ପ, କହିଲେ ଇରାନୀ ଲୋକମାନେ ବହୁତ ଶକ୍ତିଶାଳୀ, ମୁଁ ସେମାନଙ୍କୁ…

ଓ୍ବାଶିଂଟନ୍‌,୩।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ କାର୍ଯ୍ୟ ଅପେକ୍ଷା ତାଙ୍କ ଅଜବ ବୟାନ ପାଇଁ ଅଧିକ ପ୍ରସିଦ୍ଧ। ଇରାନ ସହିତ ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଟ୍ରମ୍ପ…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

‘ଏବେ ଆରମ୍ଭ ତ ହୋଇ ନାହିଁ…’, ଇରାନର ସର୍ବବୃହତ ପୋଲ ଉପରେ ଆକ୍ରମଣ ପରେ ତେହରାନକୁ ପୁଣି କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୩।୪: ବର୍ତ୍ତମାନ ଆମେରିକା ଏବଂ ଇରାନ ମଧ୍ୟରେ ଏକ ସଂଘର୍ଷ ଚାଲିଛି। ଆମେରିକା ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଗତକାଲି ରାତିରେ, ଆମେରିକା ଇରାନର…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଟ୍ରମ୍ପ: ସାଧାରଣ ଲୋକଙ୍କ ଉପରେ ପଡିବ ବଡ଼ ପ୍ରଭାବ, ଲାଗୁ କଲେ…

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଟ୍ରମ୍ପ ଔଷଧ ଉପରେ ୧୦୦% ଟାରିଫ୍‌ ଲାଗୁ କରିଛନ୍ତି। ଏହି ଔଷଧଗୁଡ଼ିକରେ…

ଯୁଦ୍ଧ ଭିତରେ ମୋଦିଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ପୁଟିନ୍‌, ଦେଖିକି ଟ୍ରମ୍ପ କାବା, ଜୟଶଙ୍କର ଗୋଟିଏ ସାକ୍ଷାତରେ…

ଓ୍ବାଶିଂଟନ୍‌,୩।୪: ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ମଧ୍ୟରେ, ଭାରତକୁ ରୁଷିଆଠାରୁ ଗୁରୁତ୍ୱପୂର୍ଣ୍ଣ…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri