ଚଉଷଠି ଯୋଗିନୀ ମନ୍ଦିର ପାଇଁ ୮୮ କୋଟି ଟଙ୍କା ଘୋଷଣା କଲେ ସରକାର, ସୌନ୍ଦର୍ଯ୍ୟକରଣ ପାଇଁ ଖର୍ଚ୍ଚ ହେବ

ଭୁବନେଶ୍ୱର,୧୧ା୮: ଓଡ଼ିଶାର ବଲାଙ୍ଗିର ଜିଲାର ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ରାଣୀପୁର ଝରିଆଲରେ ଅବସ୍ଥିତ ଐତିହାସିକ ଚଉଷଠି ଯୋଗିନୀ ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ଉନ୍ନତିକରଣ ପାଇଁ ରାଜ୍ୟ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ପୀଠର ବିକାଶ ପାଇଁ ୮୭ କୋଟି ୯୩ ଲକ୍ଷ ୨୮ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି।

Image

ଚଉଷଠି ଯୋଗିନୀ ମନ୍ଦିର ହେଉଛି ଓଡ଼ିଶାର ଏକ ପ୍ରମୁଖ ତନ୍ତ୍ରପୀଠ, ଯାହା ନବମ ଶତାବ୍ଦୀରେ ନିର୍ମିତ ହୋଇଥିବା ବୋଲି ଅନୁମାନ କରାଯାଏ। ଏହି ମନ୍ଦିର ଭାରତର ଅନ୍ୟତମ ଯୋଗିନୀ ପୀଠ ମଧ୍ୟରେ ଗଣାଯାଏ ଏବଂ ଏହାର ସ୍ଥାପତ୍ୟ ଓ ଭାସ୍କର୍ଯ୍ୟ ଶୈଳୀ ପର୍ଯ୍ୟଟକ ଓ ଭକ୍ତମାନଙ୍କୁ ଆକର୍ଷିତ କରିଥାଏ। ମନ୍ଦିରରେ ୬୪ ଯୋଗିନୀଙ୍କ ମୂର୍ତ୍ତି ସହିତ ମହାମାୟା ଦେବୀଙ୍କ ପୂଜା କରାଯାଏ। ଏହି ପୀଠରେ ମହାଶିବରାତ୍ରି ଓ ଚୈତ୍ର ପର୍ବ ଭଳି ବଡ଼ ବଡ଼ ଉତ୍ସବ ପାଳନ କରାଯାଏ, ଯାହା ହଜାର ହଜାର ଭକ୍ତଙ୍କୁ ଆକର୍ଷିତ କରିଥାଏ।

Image

ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ଯେ, ଏହି ଆର୍ଥିକ ସହାୟତା ମନ୍ଦିର ପରିସରର ସୌନ୍ଦର୍ଯ୍ୟକରଣ, ପରିବେଶ ଉନ୍ନତି, ଗମନାଗମନ ସୁବିଧା ଓ ଅନ୍ୟାନ୍ୟ ଭିତ୍ତିଭୂମି ବିକାଶ ପାଇଁ ଖର୍ଚ୍ଚ କରାଯିବ। ଏହା ଦ୍ୱାରା ମନ୍ଦିରକୁ ଏକ ପ୍ରମୁଖ ପର୍ଯ୍ୟଟନ କେନ୍ଦ୍ର ଭାବେ ଗଢ଼ି ତୋଳିବା ସହ ସ୍ଥାନୀୟ ଅର୍ଥନୀତିକୁ ମଜବୁତ କରାଯିବ। ଏହା ପୂର୍ବରୁ ୨୦୦୪-୦୫ ଆର୍ଥିକ ବର୍ଷରେ କେନ୍ଦ୍ରୀୟ ପର୍ଯ୍ୟଟନ ଯୋଜନାରେ ମନ୍ଦିର ବିକାଶ ପାଇଁ ୨ କୋଟି ଟଙ୍କା ମଞ୍ଜୁର ହୋଇଥିଲା, କିନ୍ତୁ ଅନେକ କାରଣରୁ ସେହି ବିକାଶ କାର୍ଯ୍ୟ ଅଟକି ରହିଥିଲା।

Image

ଏହି ନୂଆ ଘୋଷଣା ସ୍ଥାନୀୟ ଅଞ୍ଚଳବାସୀ ଓ ଭକ୍ତମାନଙ୍କ ମଧ୍ୟରେ ଆନନ୍ଦର ସଞ୍ଚାର କରିଛି। ଏହା ଦ୍ୱାରା ରାଣୀପୁର ଝରିଆଲରେ ଥିବା ଏହି ପୁରାତନ ତନ୍ତ୍ରପୀଠର ଗୌରବ ଓ ଆଧ୍ୟାତ୍ମିକ ମହତ୍ତ୍ୱ ଆହୁରି ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି।

Image


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?