ଜରାଜୀର୍ଣ୍ଣ ଅବସ୍ଥାରେ ସରକାରୀ ଆୟୁର୍ବେଦ ଚିକିତ୍ସାଳୟ

ସୁନ୍ଦରଗଡ଼, ୫।୧୧(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକ ଅନ୍ତର୍ଗତ ଟପରିଆ ପଞ୍ଚାୟତରେ ଦୀର୍ଘ ୧୫ ବର୍ଷ ଉପରେ ହେବ ଏକ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ ତିଆରି ହେଇଥିଲା। ଦୀର୍ଘ ଦିନ ଧରି ତାହା ବନ୍ଦ ହୋଇ ପଡିରହିଥିବାରୁ ସେହି କୋଠା ଭୁଷୁଡ଼ିବା ଅବସ୍ଥାରେ ଅଛି। ବତ୍ତର୍ର୍ମାନ ସେଠାରେ ନୂତନ ଭାବେ ଆୟୁର୍ବେଦିକ ଡାକ୍ତର ଯୋଗ ଦେଇଛନ୍ତି। ମାତ୍ର କୋଠାଟି ଜରାଜୀର୍ଣ୍ଣ ଅବସ୍ଥାରେ ଥିବା ହେତୁ ଭିତରେ ବସିବା ପାଇଁ ଜାଗା ନାହିଁ। ତେଣୁ ଡାକ୍ତର ଜଣକ ଏହି ଆୟୁର୍ବେଦିକ ଚିକିତ୍ସାଳୟ ବାହାରେ ଏକ ଗଛ ତଳେ ବସି ରୋଗୀମାନଙ୍କୁ ଦେଖୁଛନ୍ତି। ଔଷଧ ରଖିବା ପାଇଁ ମଧ୍ୟ ଜାଗା ନାହିଁ। ରୋଗୀମାନେ ମଧ୍ୟ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହି ସ୍ଥାନରେ ନୂତନ କୋଠା ନିର୍ମାଣ ନିମନ୍ତେ ଶୁକ୍ରବାର ପଶ୍ଚିମ ଓଡ଼ିଶା ଯୁବା ମଞ୍ଚ ତରଫରୁ ସୁନ୍ଦରଗଡ଼ ଅତିରିକ୍ତ ଜିଲାପାଳଙ୍କ ରବି ନାରାୟଣ ସାହୁଙ୍କୁ ଏକ ଦାବିପତ୍ର ଦିଆଯାଇଛି। ପଶ୍ଚିମ ଓଡ଼ିଶା ଯୁବା ମଞ୍ଚର ଦିନେଶ ପଟେଲ, ପ୍ରବୀଣ ଚୱଡ଼ା, ଅଜୟ ନାଏକ ପ୍ରମୁଖ ଏହି ଦାବି ପତ୍ର ପ୍ରଦାନବେଳେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ: ୯୦% ରଖିଥିବା ୮୪ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲ ଠାରେ ଶନିବାର ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ-୨୦୨୬ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ପ୍ରଗତି ଶିକ୍ଷାନୁଷ୍ଠାନର ୯୦%ରୁ…

ଗୁଣାତ୍ମକ ଶିକ୍ଷା,ଅକ୍ଲାନ୍ତ ପରିଶ୍ରମ ଆଣିଦେଲା ସଫଳତା, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଚଳିତ ଦ୍ଵାଦଶ ବୋର୍ଡ ପରୀକ୍ଷାରେ ଛାତ୍ରୀଛାତ୍ର ମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଥୁଆମୂଳ ରାମପୁରରେ ‘ସମାଧାନ ସମାରୋହ-୨୦୨୬’ ପ୍ରସ୍ତୁତି ବୈଠକ: ସୁପ୍ରିମ କୋର୍ଟଙ୍କ ବିଶେଷ ଲୋକ ଅଦାଲତ ନେଇ ସଚେତନତା…

ଥୁଆମୂଳ ରାମପୁର, ୨୩।୫(ଦୁର୍ଗା କୀର୍ତ୍ତି): ସାଧାରଣ ଜନତାଙ୍କୁ ସହଜ ଓ ତ୍ୱରିତ ନ୍ୟାୟ ପ୍ରଦାନ କରିବା ଲକ୍ଷ୍ୟରେ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ (ସୁପ୍ରିମ କୋର୍ଟ)ଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶନାରେ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri