ସରକାରୀ ବ୍ୟାଙ୍କ କର୍ମଚାରୀ ସଂଘ ପକ୍ଷରୁ ଧର୍ମଘଟ: ଆନ୍ଦୋଳନରେ ସାମିଲ ହେଲେ…

ଛତ୍ରପୁର, ୨୭।୧(ଦିଲ୍ଲୀପ ସାମଲ): ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ (ୟୁଏଫ୍‌ବିୟୁ) ଆହ୍ବାନରେ ମଙ୍ଗଳବାର ଦେଶର ବିଭିନ୍ନ ବ୍ୟାଙ୍କ କର୍ମଚାରୀ ସଂଘ ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି । ୫-ଡେ ବ୍ୟାଙ୍କିଙ୍ଗ ଦାବିକୁ ନେଇ କର୍ମଚାରୀମାନେ ଆନ୍ଦୋଳନକୁ ଓହ୍ଲାଇଥିବାରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ କାମ ବାଧାପ୍ରାପ୍ତ ହୋଇଛି । ବିଶେଷ କରି ରାଷ୍ଟ୍ରାୟତ ବ୍ୟାଙ୍କ ତଥା ଷ୍ଟେଟବ୍ୟାଙ୍କ, ବ୍ୟାଙ୍କ ଅଫ ବରୋଦା, କାନାରା ବ୍ୟାଙ୍କ, ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ଏବଂ ୟୁନିୟନ ବ୍ୟାଙ୍କ ଭଳି ସରକାରୀ ବ୍ୟାଙ୍କ ଗୁଡିକର କର୍ମଚାରୀମାନେ ଏହି ଧର୍ମଘଟରେ ସାମିଲ ହୋଇଛନ୍ତି । ପୂର୍ବରୁ ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ (ୟୁଏଫ୍‌ବିୟୁ) ଏବଂ ଇଣ୍ଡିଆନ ବ୍ୟାଙ୍କ ଆସୋସିଏଶଏନ ମଧ୍ୟରେ ବୁଝାମଣା ହୋଇଥିଲା । ୫ଦିନ ବ୍ୟାଙ୍କ ଖୋଲା ହେବ ଆଉ ପ୍ରତ୍ୟେକ ଶନିବାର ବନ୍ଦ ରହିବ । ଖୋଲା ୫ ଦିନରେ ପ୍ରତ୍ୟେକ ଦିନ ନିର୍ଦ୍ଧାରିତ ସମୟ ଠାରୁ ବ୍ୟାଙ୍କରେ ଅତିରିକ୍ତ ୪୦ ମିନିଟ କାମ କରିବା ପାଇଁ କର୍ମଚାରୀମାନେ କହିଛନ୍ତି । ଏହାସହ ଏଟିଏମ, କେସ୍‌ ଡିପୋଜିଟ ମେଶିନ, ଇଣ୍ଟରନେଟ ବ୍ୟାଙ୍କିଙ୍ଗ, ୟୁପିଆଇ ଟ୍ରାଞ୍ଜେକ୍ସନ ୨୪ ଘଣ୍ଟା ଉପଲବ୍ଧ ଅଛି । ଶନିବାର ବ୍ୟାଙ୍କ ବନ୍ଦ ହେଲେ ଜନସାଧାରଣଙ୍କୁ କୌଣସି ଅସୁବିଧା ହେବ ନାହିଁ। କିନ୍ତୁ ଭାରତ ସରକାର ଏ ପର୍ଯ୍ୟନ୍ତ ଏହି ବିଷୟକୁ ନେଇ କୌଣସି ନିଷ୍ପତ୍ତି ନେଉନାହାନ୍ତି । ଯେତେଥର ବୈଠକ ହୋଇଛି ସବୁ ଶନିବାର ବନ୍ଦ ହେବ ବୋଲି କଥା ଉଠିଲେ ଏହାକୁ ଏଡାଇ ଦିଆଯାଉଛି । ଏଣୁ ଆଜି ବାଧ୍ୟ ହୋଇ ବ୍ୟାଙ୍କ କର୍ମଚାରୀ ସଂଘ ଆନ୍ଦୋଳନକୁ ଓହ୍ଲାଇଛି। ଏହି ଧର୍ମଘଟରେ ଷ୍ଟେଟ ବ୍ୟାଙ୍କ କର୍ମଚାରୀ ସଂଘର ଆଞ୍ଚଳିକ ସମ୍ପାଦକ(ଛତ୍ରପୁର ମୁଖ୍ୟ ଶାଖା) ଜିତେନ୍ଦ୍ର କୁମାର ପଲେଇ, ସାଙ୍ଗଠନିକ ସମ୍ପାଦକ ସରୋଜ ପରିଡା. ଆଞ୍ଚଳିକ ସଂପଦକ ସିମାଞ୍ଚଳ ପାତ୍ର, ଅଭିଷେକ ଯାନୀ, ଆଇ. ନିର୍ମଳା, ଆର. ପ୍ରିୟଙ୍କା ରେଡ୍ଡୀ, ପଦ୍ମ ବେହେରା, କୈଳାଶ ଚନ୍ଦ୍ର ନାୟକ, ଦିନମଣୀ ମୁର୍ମୁ, ରଞ୍ଜିତ ନାୟକ, ନିବେଦିତା ସାମଲ, ସୋମେଶ ରେଡ୍ଡୀ, ମନୋଜ ନାହାକ, ପ୍ରଦୀପ୍ତ ରାମ, ସୋମନାଥ ବେହେରା, ଉଦୟନାଥ ସାହୁ, ବି. ପୂର୍ଣ୍ଣଚନ୍ଦ୍ର ନାୟକ ପ୍ରମୁଖ ସାମିଲ ହୋଇଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?