କୁନ୍ଦୁରା-ଜୟପୁରକୁ ଗଡ଼ିଲା ସରକାରୀ ବସ: ପୂରଣ ହେଲା ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବି

କୁନ୍ଦୁରା,୧୨ା୧,(ସନ୍ତୋଷ ପ୍ରହରାଜ): କୁନ୍ଦୁରା ବ୍ଲକବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟିଛି। କୋଟପାଡ଼ ବିଧାୟକ ରୂପୁ ଭତ୍ରାଙ୍କ ପ୍ରଚେଷ୍ଟାରେ କୁନ୍ଦୁରା ବ୍ଲକର ପଖନାଗୁଡ଼ା ଠାରୁ ବ୍ୟବସାୟିକ ପ୍ରାଣକେନ୍ଦ୍ର ଜୟପୁର ପର୍ଯ୍ୟନ୍ତ ସରକାରୀ ବସ ସେବାର ଶୁଭାରମ୍ଭ ହୋଇଯାଇଛି। ସୋମବାର କୁନ୍ଦୁରା ବ୍ଲକ ସଦର ମହକୁମା ସ୍ଥିତ ନୂତନ ବସଷ୍ଟାଣ୍ଡ ନିକଟରୁ ଏହି ସେବାର ଉଦଘାଟନ କରାଯାଇଛି।

ପୂର୍ବରୁ ବ୍ଲକ ଅଞ୍ଚଳରେ ସରକାରୀ ବସ ଚାଲୁଥିଲେ ମଧ୍ୟ ଜୟପୁର ପର୍ଯ୍ୟନ୍ତ ସିଧାସଳଖ ସେବା ନଥିଲା। ଏନେଇ ଅଞ୍ଚଳର କିଛି ବରିଷ୍ଠ ନାଗରିକ ବିଧାୟକ ରୂପୁ ଭତ୍ରାଙ୍କୁ ଭେଟି ଅନୁରୋଧ କରିଥିଲେ। ଏହାକୁ ଗୁରୁତ୍ୱର ସହ ନେଇ ବିଧାୟକ ସମ୍ପୃକ୍ତ ବିଭାଗୀୟ ମନ୍ତ୍ରୀ, ଆଞ୍ଚଳିକ ପରିବହନ ଅଧିକାରୀ (RTO) ଏବଂ ଜିଲାପାଳଙ୍କ ସହ ଆଲୋଚନା କରିଥିଲେ। ଫଳରେ ସୋମବାରଠାରୁ ଏହି ଗମନାଗମନ ସୁବିଧା ଉପଲବ୍ଧ ହୋଇଛି।

କୁନ୍ଦୁରା ଅଞ୍ଚଳର ଅଧିକାଂଶ ଲୋକ ପନିପରିବା ଚାଷ ଉପରେ ନିର୍ଭର କରନ୍ତି ଏବଂ ବିକ୍ରି ପାଇଁ ଜୟପୁର ବଜାର ଉପରେ ଭରସା କରନ୍ତି। ମାତ୍ର ପରିବହନର ସଠିକ ସୁବିଧା ନଥିବାରୁ ଅଟୋ ଚାଳକମାନେ ନିଜ ମନଇଚ୍ଛା ଭଡ଼ା ଆଦାୟ କରୁଥିଲେ, ଯାହା ଚାଷୀ ଓ ବ୍ୟବସାୟୀଙ୍କ ପାଇଁ ବଡ଼ ବୋଝ ହେଉଥିଲା। ଏବେ ସରକାରୀ ବସ ଚାଲିବା ଦ୍ୱାରା ଚାଷୀ, କଲେଜ ଛାତ୍ରଛାତ୍ରୀ ବ୍ୟବସାୟୀ ଏବଂ ସାଧାରଣ ଜନତା ସୁବିଧାରେ ଜୟପୁର ଯାତାୟତ କରିପାରିବେ।

ସୂଚନାଯୋଗ୍ୟ ଯେ, ୧୯୯୫ ମସିହା ପୂର୍ବରୁ ଏହି ଅଞ୍ଚଳରେ ଏକ ସରକାରୀ ବସ ସେବା ଚାଲୁଥିଲା। ମାତ୍ର ପରବର୍ତ୍ତୀ ସମୟରେ ତାହା କେଉଁ କାରଣରୁ ବନ୍ଦ ହୋଇଗଲା, ତାହା ଏବେ ବି ରହସ୍ୟାବୃତ। ବାରମ୍ବାର ଦାବି ସତ୍ତ୍ୱେ ପୂର୍ବରୁ କୌଣସି ପଦକ୍ଷେପ ନିଆଯାଇ ନଥିବା ବେଳେ ଏହି ନୂତନ ସେବା ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସିର ଲହରି ଖେଳାଇ ଦେଇଛି।

ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ ଏମପି ପ୍ରତିନିଧି ଅମ୍ବୁ ପାତ୍ର, ବିଧାୟକ ପ୍ରତିନିଧି ବଦ୍ରି ନାରାୟଣ ଆଚାର୍ଯ୍ୟ, କୁନ୍ଦୁରା ମଣ୍ଡଳ ସଭାପତି ପଦ୍ମନାଭ ବିଷୋୟୀ, ସମ୍ପାଦକ ତ୍ରିନାଥ ନାୟକ, ତୁଷାର ଭଟ୍ଟ ଏବଂ ରଞ୍ଜିତ ବାରିକଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?