୫ ରୁଟ୍‌ରେ ସରକାରୀ ବସ୍‌ ବନ୍ଦ

ରାୟଗଡ଼ା ଅଫିସ,୨୮ା୭: ମାଓବାଦୀଙ୍କ ପିଏଲ୍‌ଜିଏ(ପିପୁଲ୍ସ ଲିବରେଶନ ଗେରିଲା ଆର୍ମି) ସପ୍ତାହ ବୁଧବାରଠାରୁ ଆରମ୍ଭ ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାୟଗଡ଼ା ଜିଲା ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ଯାଞ୍ଚକୁ କଡ଼ାକଡ଼ି କରାଯିବା ସହ ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ୫ଟି ରୁଟ୍‌ରେ ସରକାରୀ ବସ୍‌ ଚଳାଚଳ ବନ୍ଦ କରାଯାଇଛି। ବୁଧବାରଠାରୁ ଅଗଷ୍ଟ ୩ ପର୍ଯ୍ୟନ୍ତ ୧୧ଟି ସରକାରୀ ବସ୍‌ ଚଳାଚଳ ବନ୍ଦ ରହିବ। ରାୟଗଡ଼ା-ବ୍ରହ୍ମପୁର, ରାୟଗଡ଼ା-ଚମ୍ପି ନାରାୟଣପାଟଣା, ରାୟଗଡ଼ା-ଥୁଆମୂଳରାମପୁର, ରାୟଗଡ଼ା-ଡଙ୍ଗାପାଇ, ରାୟଗଡ଼ା-କାଶୀପୁର ରୁଟ୍‌ରେ ବସ୍‌ ଚଳାଚଳ ବନ୍ଦ କରାଯାଇଛି। ଅଗଷ୍ଟ ୪ କିମ୍ବା ୫ରୁ ବସ୍‌ ଚଳାଚଳ ସ୍ବାଭାବିକ ହେବ ବୋଲି ରାୟଗଡ଼ା ଡିଟିଏମ୍‌ ବିଜୟାନନ୍ଦ ବେହେରା ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ ମାଓବାଦୀ କାର୍ଯ୍ୟକଳାପ ରୋକିବା ପାଇଁ ରାୟଗଡ଼ା ଏସ୍‌ପି ବିବେକାନନ୍ଦ ଶର୍ମାଙ୍କ ନିର୍ଦ୍ଦେଶ କ୍ରମେ ଜିଲାର ମାଓବାଦୀପ୍ରବଣ ଅଞ୍ଚଳଗୁଡ଼ିକରେ କୋମ୍ବିଂ ଅପରେଶନକୁ ଜୋର୍‌ଦାର କରାଯିବା ସହ ଏସ୍‌ଓଜି, ଡିଭିଏଫ୍‌, ସିଆର୍‌ପିଏଫ୍‌, ବିଏସ୍‌ଏଫ୍‌ ଯବାନଙ୍କୁ ସଜାଗ କରାଯାଇଛି। ସେହିପରି ମାଓବାଦୀଙ୍କ ଗତିବିଧି ଉପରେ ନଜର ରଖାଯାଇ ବିଭିନ୍ନ ଚେକ୍‌ପୋଷ୍ଟରେ ଯାନବାହନ ଯାଞ୍ଚ କରାଯାଉଛି। ବିଭିନ୍ନ ଏଜେନ୍ସି ଦ୍ୱାରା ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ମେଶନଗୁଡ଼ିକୁ କ୍ୟାମ୍ପକୁ ନେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିବା ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri