IPS ଅଫିସରଙ୍କ ଛୁଟି ବାତିଲ କଲେ ସରକାର, କେହି ଯଦି ଛୁଟିରେ ଥିବେ ତେବେ…

ଭୁବନେଶ୍ୱର,୧୦ା୫: ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର। ଏନେଇ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶାନାମା ଜାରି ହୋଇଛି। କୌଣସି IPS ଅଫିସର ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ଜାରି ହୋଇଛି। ଏଥିସହିତ ଛୁଟିଲେ ଥିଲେ ତୁରନ୍ତ ଆସି କାର୍ଯ୍ୟରେ ଯୋଗ ଦେବାକୁ ମଧ୍ୟ ନିର୍ଦ୍ଦେଶନାମା ଜାରି କରାଯାଇଛି।
ଟ୍ରେନିଂରେ ଥିଲେ ବି ଯୋଗଦେବାକୁ ନିର୍ଦ୍ଦେଶ ରହିଛି। ଏନେଇ ଓଡ଼ିଶା ପୋଲିସ ଡିଜିଙ୍କୁ ଗୃହ ବିଭାଗ ପକ୍ଷରୁ ଚିଠି ମାଧ୍ୟମରେ ଜଣାଇ ଦିଆଯାଇଛି। କୌଣସି IPS ଅଫିସରଙ୍କୁ ଛୁଟି ଦିଅନାହିଁ ବୋଲି ଗୃହ ବିଭାଗ ପକ୍ଷରୁ କୁହାଯାଇଛି। ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି।

ସେହିପରି ରାଜ୍ୟ ସରକାର ସମସ୍ତ ଜିଲାପାଳ ଏବଂ ଆର୍‌ଡିସିଙ୍କ ଛୁଟି ବାତିଲ କରିଛନ୍ତି। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଚିଠି କରାଯାଇଛି। ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି।

ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ଏହି ସମୟରେ ମଧ୍ୟରେ କାହାରିକୁ ଛୁଟି ଦିଆଯିବ ନାହିଁ। ଯେଉଁମାନେ ବି ଛୁଟିରେ ଅଛନ୍ତି, ସେମାନେ ଶୀଘ୍ର ଆସି କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି।

ପୂର୍ବରୁ ଦିଲ୍ଲୀ, ରାଜସ୍ଥାନ, ଗୁଜରାଟ ଏବଂ ହରିୟାଣାରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri