Posted inଜାତୀୟ

ନେତାଙ୍କ ନାଁରେ ଆପରାଧିକ ମାମଲାକୁ ସିଧାସଳଖ ପ୍ରତ୍ୟାହାର କରିପାରିବେ ନାହିଁ ସରକାର

ନୂଆଦିଲ୍ଲୀ, ୧୦ା୮: କୌଣସି ଏମ୍‌ପି କିମ୍ବା ବିଧାୟକଙ୍କ ନାମରେ ଆପରାଧିକ ମାମଲା ଥିଲେ ତାହାକୁ ରାଜ୍ୟ ସରକାର ସିଧାସଳଖ ପ୍ରତ୍ୟାହାର କରିପାରିବେ ନାହିଁ। ଏଣିକି ଏଥି ଲାଗି ହାଇକୋର୍ଟଙ୍କ ଠାରୁ ଅନୁମତି ନେବାକୁ ପଡ଼ିବ। ଆପରାଧିକ ମାମଲା ଥିବା ଜନପ୍ରତିନିଧିଙ୍କୁ ନିର୍ବାଚନ ଲଢ଼ିବାକୁ ଦିଆ ନ ଯିବା ପାଇଁ ୨୦୧୬ରେ ଭାଜପା ନେତା ତଥା ଆଇନଜୀବୀ ଅଶ୍ୱିନୀ ଉପାଧ୍ୟାୟଙ୍କ ଦ୍ୱାରା ଦାଖଲ ହୋଇଥିବା ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ସୁପ୍ରମିକୋର୍ଟ ଉପରୋକ୍ତ ଟିପ୍ପଣୀ ଦେଇଛନ୍ତି।

ଆମିକସ୍‌ କ୍ୟୁରି ବିଜୟ ହଁସାରିଆଙ୍କ ରିପୋର୍ଟ ଆଧାରରେ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌. ଭି. ରମନା, ଜଷ୍ଟିସ୍‌ ବିନିତ ସରନ, ସୂର୍ଯ୍ୟ କାନ୍ତଙ୍କ ଖଣ୍ଡପୀଠ ଉକ୍ତ ରାୟ ଦେଇଛନ୍ତି। ରିପୋର୍ଟ ମୁତାବକ, ଦୁଇ ବର୍ଷରୁ କମ୍‌ ସମୟ ମଧ୍ୟରେ ପୂର୍ବତନ ଓ ବର୍ତ୍ତମାନର ଏମ୍‌ପି ଏବଂ ବିଧାୟକଙ୍କ ନାମରେ ଆପରାଧିକ ମାମଲା ୧୭ ପ୍ରତିଶତ ବୃଦ୍ଧି ପାଇଛି। ରାଜ୍ୟ ସରକାରମାନେ ସେମାନଙ୍କ ଏମ୍‌ପି ଏବଂ ବିଧାୟକଙ୍କ ନାମରେ ଥିବା ମାମଲାକୁ ପ୍ରତ୍ୟାହାର କରି ନେଉଛନ୍ତି। କର୍ନାଟକ ସରକାର ୬୧ ଜଣଙ୍କ ନାଁରେ ଥିବା ମାମଲା ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଉତ୍ତରାଖଣ୍ଡ ସରକାର ମଧ୍ୟ ଅନୁରୂପ କାମ କରିଛନ୍ତି। ତେଣୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ବିନା ମାମଲା ପ୍ରତ୍ୟାହାର ହେବା ଉଚିତ ନୁହେଁ ବୋଲି ବିଜୟ ହଁସାରିଆଙ୍କ ରିପୋର୍ଟରେ ଦର୍ଶାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri