ସମୟସୀମା ସ୍ପଷ୍ଟ କରନ୍ତୁ ସରକାର

କଟକ ଅଫିସ,୨୫।୮: କରୋନା ମହାମାରୀ ଯୋଗୁ ଦୀର୍ଘ ୫ ମାସ ଧରି ବନ୍ଦ ପଡ଼ିଥିବା ସମସ୍ତ ଧର୍ମାନୁଷ୍ଠାନ ଖୋଲିବା ନେଇ ୨ଟି ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ହାଇକୋର୍ଟ ଏହାର ଶୁଣାଣି କରି ମନ୍ଦିର ଖୋଲିବା ନିଷ୍ପତ୍ତି ରାଜ୍ୟ ସରକାରଙ୍କ ଉପରେ ଛାଡ଼ିଥିଲେ। କିନ୍ତୁ ହାଇକୋର୍ଟଙ୍କ ନିର୍ଦ୍ଦେଶର ଦୁଇ ସପ୍ତାହ ପରେ ମଧ୍ୟ ତାହାକୁ ରାଜ୍ୟ ସରକାର କାର୍ଯ୍ୟକାରୀ କରିନାହାନ୍ତି। ତେଣୁ ମନ୍ଦିର ଓ ଅନ୍ୟ ଧର୍ମାନୁଷ୍ଠାନ କେବେ ଖୋଲିବ, ତାହାର ସମୟସୀମା ବାବଦରେ ସରକାର ସ୍ପଷ୍ଟ କରିବା ପାଇଁ ହାଇକୋର୍ଟରେ ସୋମବାର ପୁଣି ଏକ ଆବେଦନ ହୋଇଛି। କଟକର ସାମାଜିକ କର୍ମୀ ଜୟନ୍ତ ବଳ ଏହି ମାମଲା କରିଛନ୍ତି।
ଉଲ୍ଲେଖଯୋଗ୍ୟ, ଗତ ମାର୍ଚ୍ଚ ମାସ ଲକ୍‌ଡାଉନ ଆରମ୍ଭରୁ ରାଜ୍ୟର ସମସ୍ତ ଧର୍ମାନୁଷ୍ଠାନ ବନ୍ଦ ରହିଛି। ପରେ ଧର୍ମାନୁଷ୍ଠାନ ଖୋଲିବା ପାଇଁ କେନ୍ଦ୍ର ସରକାର ଯେଉଁ ନିର୍ଦ୍ଦେଶ ଦେଲେ, ରାଜ୍ୟ ସରକାର ତାହାର ବିପରୀତ ନିର୍ଦ୍ଦେଶ ଜାରିକରି ଧର୍ମାନୁଷ୍ଠାନ ଖୋଲିବା ଉପରେ କଟକଣା ଲଗାଇଥିଲେ। ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ପାଖରେ ଦୁଇଟି ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲେ। ପୁରୀର ତ୍ରିଲୋଚନ ରଥ ଓ କଟକର ଜୟନ୍ତ ବଳ ଏହି ମାମଲା କରିଥିଲେ। ଧର୍ମାନୁଷ୍ଠାନ ଖୋଲିବା ନେଇ ସେମାନେ କରିଥିବା ଆବେଦନର ଶୁଣାଣି ଗତ ୧୦ ତାରିଖରେ ହୋଇଥିଲା। କରୋନା ସ୍ଥିତି ଦେଖି ଧର୍ମାନୁଷ୍ଠାନ ଖୋଲିବ କି ନା, ସେନେଇ ରାଜ୍ୟ ସରକାର ନିଷ୍ପତ୍ତି ନିଅନ୍ତୁ ବୋଲି ମୁଖ୍ୟ ବିଚାରପତି ମହମ୍ମଦ ରଫିକ୍‌ ଓ ଜଷ୍ଟିସ୍‌ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶକୁ ୧୪ ଦିନ ବିତିଗଲାଣି। କିନ୍ତୁ ଧର୍ମାନୁଷ୍ଠାନ ଖୋଲିବା ନିଷ୍ପତ୍ତି ଏଯାଏ ରାଜ୍ୟ ସରକାର ନେଇନାହାନ୍ତି। କୋର୍ଟ କୌଣସି ସମୟସୀମା ଧାର୍ଯ୍ୟ କରି ନ ଥିବାରୁ ରାଜ୍ୟ ସରକାର ନିଷ୍ପତ୍ତି ନେବାକୁ ପଛଘୁଞ୍ଚା ଦେଉଛନ୍ତି। ତେଣୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦିଷ୍ଟ ସମୟ ସୀମା ଭିତରେ ନିଷ୍ପତ୍ତି ନେବା ପାଇଁ ନିର୍ଦ୍ଦେଶ ଦେବାକୁ ହାଇକୋର୍ଟଙ୍କ ପାଖରେ ନିବେଦନ କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ବିଭୂତି ଭୂଷଣ ଚୌଧୁରୀ ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ଦୁର୍ଘଟଣା ଘଟାଉଛି ଜମିହିଡ଼ ଭଳି ହମ୍ପସ୍‌, ବାଇକରୁ ଖସିପଡ଼ି ମହିଳା…

ଦିଗପହଣ୍ଡି, ୧୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ସାହାଣୀ ସାହି ନିକଟରେ ନିର୍ମିତ ଏକ ଅବୈଜ୍ଞାନିକ ହମ୍ପସ୍‌ରେ ବାଇକରୁ ଖସିପଡ଼ି ଜଣେ ମହିଳା…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri