ବଦଳିଲା ସରକାରୀ ମହାବିଦ୍ୟାଳୟର ନାମ

କୋରାପୁଟ,୧୮ା୪(ଅମିତାଭ ବେହେରା): କୋରାପୁଟ ଲାଣ୍ଡିଗୁଡ଼ାସ୍ଥିତ ସରକାରୀ ମହାବିଦ୍ୟାଳୟର ପୁଣିଥରେ ନାଁ ବଦଳିଛି। ଗତ ୧୬ ତାରିଖରେ ଏହାକୁ ରାଜ୍ୟ ସରକାର ବିଜ୍ଞପ୍ତି ମାଧ୍ୟମରେ ସରକାରୀ ଡିଏଭି ମହାବିଦ୍ୟାଳୟ ନାମରେ ନାମିତ କରିଛନ୍ତି। ଦୀର୍ଘଦିନର ଦାବି ପରେ କଲେଜ ତାର ପୂର୍ବ ନାମ ଫେରି ପାଇଥିବାରୁ କଲେଜରେ ଖୁସିର ଲହରି ଖେଳିଯାଇଛି। ଯାହାକୁ ନେଇ ସ୍ଥାନୀୟ ଆଦିବାସୀ ସଂଗ୍ରହାଳୟଠାରେ ଡିଏଭି କଲେଜ ଆଲୁମିନା ଆସୋସିଏଶନ ତରଫରୁ ଖବରଦାତା ସମ୍ମିଳନୀ କରାଯାଇ ସରକାରଙ୍କ ଏହି ନିଷ୍ପତ୍ତିରେ ଖୁସି ବ୍ୟକ୍ତ କରିବା ସହ ଆଲୁମିନାର ସଦସ୍ୟମାନେ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଆସନ୍ତା ଅଗଷ୍ଟ ୧୦ ତାରିଖରେ ଅନୁଷ୍ଠିତ ହେବାକୁ ଥିବା କଲେଜର ପ୍ରତିଷ୍ଠା ଦିବସକୁ ଭବ୍ୟ ଭାବରେ ଆୟୋଜିତ କରାଯିବ ବୋଲି ଆଲୁମିନାର ସଦସ୍ୟ ଅଯୋଧ୍ୟାନାଥ ସାମଲ କହିଛନ୍ତି। ଏହି କଲେଜକୁ କିପରି ସ୍ବୟଂଶାସିତ ମହାବିଦ୍ୟାଳୟରେ ପରିଣତ କରାଯିବ ସେଥିପାଇଁ ଉଦ୍ୟମ ଜାରି ରହିବ ବୋଲି ସେ କହିଛନ୍ତି। ଏହି ଖବରଦାତା ସମ୍ମିଳନୀରେ କୋରାପୁଟ ବିଧାୟକ ରଘୁରାମ ମାଛ,କୋରାପୁଟ ପୌର ପରିଷଦର ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ, ଶରତ ପଟ୍ଟନାୟକ, ତାରିଣୀ ଚରଣ ପାତ୍ର, ରୂପକ ତୁରୁକ, ନିରଞ୍ଜନ ପାଢୀ, ଭବାନୀ ଶଙ୍କର ମିଶ୍ର, ମାର୍କଣ୍ଡ ପାଢ଼ୀ, ଲକ୍ଷ୍ମୀକାନ୍ତ ପାଣିଗ୍ରାହୀ, ତ୍ରିନାଥ ଗୁରୁ,ପ୍ରୀତିଧାରା ସାମଲ,ସି ଏଚ ସାନ୍ତାକାର, ମନୋରଞ୍ଜନ ରାଉତରାୟ, କାମାକ୍ଷା ପ୍ରସାଦ ମାଝୀ, ରମେଶ ଚନ୍ଦ୍ର ବିଶ୍ୱାଳଙ୍କ ସମେତ ଡିଏଭି କଲେଜ ଆଲୁମିନା ଆସୋସିଏଶନର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri