Posted inଜାତୀୟ

୭ରୁ ୧୧ବର୍ଷର ପିଲାଙ୍କୁ କୋଭୋଭାକ୍ସର ଜରୁରୀକାଳୀନ ବ୍ୟବହାର ପାଇଁ ସୁପାରିଶ

ନୂଆଦିଲ୍ଲୀ,୨୫।୬: ସେଣ୍ଟ୍ରାଲ ଡ୍ରଗ୍ସ ଅଥରିଟି ଅଫ୍‌ ଇଣ୍ଡିଆର ଏକ ବିଶେଷଜ୍ଞ କମିଟି ଶୁକ୍ରବାର ୭ରୁୁ ୧୧ବର୍ଷ ବୟସର ପିଲାମାନଙ୍କ ପାଇଁ ସେରମ ଇନ୍‌ଷ୍ଟିଚ୍ୟୁଟର କୋଭୋଭାକ୍ସ ଟିକାର ଜରୁରୀକାଳୀନ ବ୍ୟବହାର ଲାଗି ଅନୁମୋଦନ କରିବାକୁ ସୁପାରିଶ କରିଛି। ଶନିବାର ଏନେଇ ସରକାରୀ ସୂତ୍ରରୁ ସୂଚନା ମିଳିଛି। ତେବେ ଅନ୍ତିମ ଅନୁମୋଦନ ପାଇଁ ଡ୍ରଗ କଣ୍ଟ୍ରୋଲର୍‌ ଜେନେରାଲ ଅଫ୍‌ ଇଣ୍ଡିଆ (ଡିସିଜିଆଇ)କୁ ଏହି ସୁପାରିଶ ପଠାଯାଇଥିବା ଜଣାପଡ଼ିଛି। ସୂଚନା ମୁତାବକ, ସେରମ ଇନଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆ(ଏସ୍‌ଆଇଆଇ)ର ସରକାରୀ ତଥା ନିୟାମକ ମାମଲାର ନିର୍ଦ୍ଦେଶକ ପ୍ରକାଶ କୁମାର ସିଂ ମାର୍ଚ୍ଚ ୧୬ରେ ଜରୁରୀକାଳୀନ ବ୍ୟବହାର ଅନୁମତି ପାଇଁ ଆବେଦନ କରିଥିଲେ। ଅନ୍ୟପଟେ ସରକାରୀ ସୂତ୍ରରୁ ଜଣାପଡ଼ିଛି ଯେ, ସେଣ୍ଟ୍ରାଲ ଡ୍ରଗ୍ସ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ଅର୍ଗାନାଇଜେସନ(ସିଡିଏସ୍‌ସିଓ)ର ବିଷୟ ବିଶେଷଜ୍ଞ କମିଟି (ଏସ୍‌ଇସି) କୋଭିଡ-୧୯ ଉପରେ ଏସ୍‌ଆଇଆଇର ଏହି ଆବେଦନ ଉପରେ ବିଚାର ବିମର୍ଶ କରିଥିଲା। ଏହାପରେ ୭ରୁ ୧୧ ବର୍ଷ ବୟସର ପିଲାମାନଙ୍କ ପାଇଁ କୋଭୋଭାକ୍ସର ଜରୁରୀକାଳୀନ ବ୍ୟବହାର ପ୍ରାଧିକରଣ ଦେବାକୁ ସୁପାରିଶ କରିଛି। ବିଶେଷଜ୍ଞ କମିଟି ଏପ୍ରିଲରେ ଅନୁଷ୍ଠିତ ହୋଇଥିବା ଏକ ବୈଠକରେ ପୁଣେ ସ୍ଥିତ ଏହି କମ୍ପାନୀଠାରୁ ଉକ୍ତ ଆବେଦନ ଉପରେ ଅଧିକ ସୂଚନା ମାଗିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ…

ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟ ପ୍ରତିମା

ଭୁ ଯିଶୁଖ୍ରୀଷ୍ଟ ଦୁଇ ହଜାରରୁ ଅଧିକ ବର୍ଷ ତଳେ, ରୋମୀୟ ସାମ୍ରାଜ୍ୟ ସମୟରେ, ନିଜର ପରିଚୟ ଓ ବ୍ୟକ୍ତିତ୍ୱକୁ ଖୋଲାଖୋଲି ଭାବେ ପ୍ରକାଶ କରିଥିଲେ। ତାଙ୍କ ବିରୋଧରେ…

ଯୁଦ୍ଧ ମଧ୍ୟରେ ଆମେରିକାରେ ବଡ଼ ଆକ୍ସନ: ସେନାମୁଖ୍ୟ ବିଦା

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକାରେ ଏକ ବଡ଼ ସାମରିକ ଅଦଳବଦଳ ହୋଇଛି। ପ୍ରତିରକ୍ଷା ସଚିବ ପିଟ ହେଗସେଥ ଆମେରିକୀୟ ସେନାର ମୁଖ୍ୟ ଜେନେରାଲ ରେଣ୍ଡି…

ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ

ମୁଁ  ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ…

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri