ସରକାର ଆଗୁଆ ସମୀକ୍ଷା କରିଥିଲେ ବିଜୁଳି ସଙ୍କଟ ହୋଇ ନ ଥାଆନ୍ତା: କଂଗ୍ରେସ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ସରକାରଙ୍କ ଅପରିଣାମଦର୍ଶିତା ଓ ଦୂରଦର୍ଶିତା ଅଭାବ ଯୋଗୁ ମେ ମାସର ପ୍ରଚଣ୍ଡ ଗରମରେ ରାଜ୍ୟବାସୀଙ୍କୁ ହଇରାଣ ହେବାକୁ ପଡୁଛି। ଯଦି ସରକାର ପୂର୍ବରୁ ବିଜୁଳି ଉତ୍ପାଦନ ଓ ବଣ୍ଟନର ସମୀକ୍ଷାକରି ଆଗୁଆ ପଦକ୍ଷେପ ନେଇଥାଆନ୍ତେ, ତେବେ ଏଭଳି ଭୟଙ୍କର ପରିସ୍ଥିତି ସୃଷ୍ଟି ହୋଇ ନ ଥାଆନ୍ତା ବୋଲି ବରିଷ୍ଠ କଂଗ୍ରେସ ନେତା ପଞ୍ଚାନନ କାନୁନ୍‌ଗୋ କହିଛନ୍ତି।
କଂଗ୍ରେସ ଭବନଠାରେ ଶନିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ପଞ୍ଚାନନ କହିଛନ୍ତି, ବିଜୁଳି ବିଭାଗ ଆଇନର ପରିଚ୍ଛେଦ ୧୫୩/୫୪ ଅନୁସାରେ ସ୍ବତନ୍ତ୍ର ବିଜୁଳି କୋର୍ଟ ଗଠନ ପରିଚ୍ଛେଦ ୫୭/୬୨ ଅନୁଯାୟୀ ବିଜୁଳି ବଣ୍ଟନ ସଂସ୍ଥାର କାର୍ଯ୍ୟଦକ୍ଷତା ଏବଂ ଗୁଣବତ୍ତାର ସମୀକ୍ଷା ନିଶ୍ଚିତ କରେ। ପରିଚ୍ଛେଦ ୪୨(ଏସ୍‌) ଅନୁସାରେ ପ୍ରତ୍ୟେକ ବିଜୁଳି ବଣ୍ଟନ କମ୍ପାନୀ ଗ୍ରାହକ ଅଭିଯୋଗ କେନ୍ଦ୍ର ସ୍ଥାପନ କରିବ। ଫଲ୍ଟି ମିଟର ବିଲିଂ କନ୍ଦଳ, ବିଜୁଳି କାଟ ଆଦି ବିଷୟରେ ଗ୍ରାହକ ଅଭିଯୋଗ କରିପାରିବେ। ପରିଚ୍ଛେଦ-୬୨(୬) ଅନୁସାରେ ଗ୍ରାହକଙ୍କ ଅଧିକାର ଅଛି ସେମାନେ ଗୁଣଯୁକ୍ତ ଓ ଧାରା ପ୍ରବାହ ବିଜୁଳି ସେବା ପାଇପାରିବେ ଏବଂ ଏହାର ଖିଲାପ ପରେ ବିଜୁଳି ସଂସ୍ଥାଙ୍କ ଉପରେ ଆର୍ଥିକ ଦଣ୍ଡ ବ୍ୟବସ୍ଥା ହୋଇପାରିବ ବୋଲି ସେ କହିଛନ୍ତି। କାନୁନ୍‌ଗୋ ଆହୁରି କହିଛନ୍ତି, ରାଜ୍ୟରେ ମାର୍ଚ୍ଚରେ ୨୪ ଘଣ୍ଟା, ଏପ୍ରିଲରେ ୩୪ ଘଣ୍ଟା ଏବଂ ଚଳିତ ମାସର ୨୦ ତାରିଖ ସୁଦ୍ଧା ୪୨ ଘଣ୍ଟା ବିଦ୍ୟୁତ୍‌ କାଟ ହୋଇଛି। ପରିସ୍ଥିତି ଏପରି ହେଲାଣି ଲୋକମାନେ ବିଦ୍ୟୁତ୍‌ କାର୍ଯ୍ୟାଳୟରେ ତାଲା ପକାଇବା ଆରମ୍ଭ କରିଦେଲେଣି ବୋଲି ସେ କହିଛନ୍ତି। ଏହି ଅବସରରେ କଂଗ୍ରେସ ନେତା ଦେବାଶିଷ ନାୟକ ଉପସ୍ଥିତ ଥିଲେ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri