ନିର୍ବାଚନ ପୂର୍ବରୁ ଦେଶର କୃଷକଙ୍କୁ ମିଳିବ ଆଉ ଏକ ଭେଟି! ମୋଦି ସରକାର ବଢ଼ାଇବେ ପିଏମ୍‌ କିଶାନ ଯୋଜନାରେ ମିଳୁଥିବା କିସ୍ତି

ନୂଆଦିଲ୍ଲୀ,୧୧।୧୦: ଲୋକ ସଭା ନିର୍ବାଚନ ପୂର୍ବରୁ ମୋଦି ସରକାର ଦେଶର କୃଷକମାନଙ୍କୁ ବଡ଼ ଉପହାର ଦେଇ ପାରନ୍ତି। ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ସ୍କିମ ଅନୁଯାୟୀ ମିଳୁଥିବା ଅର୍ଥରାଶିକୁ ୩୩% ଅଧିକ ବୃଦ୍ଧି କରିବାକୁ ଯୋଜନା କରାଯାଉଛି। ଏଣୁ ପିଏମ୍‌ କିଶାନରେ ମିଳୁଥିବା ୬୦୦୦ ଟଙ୍କା ରାଶି ବଢ଼ି ୮୦୦୦ ଟଙ୍କା ହୋଇଯିବ। ଏହି ନିଷ୍ପତ୍ତି ଯୋଗୁ ସ୍କିମ ସହ ଜଡ଼ିତ ୧୧ କୋଟିରୁ ଅଧିକ କୃଷକ ଉପକୃତ ହେବେ। ତେବେ ଯଦି ମୋଦି ସରକାର କୃଷକଙ୍କୁ ଦେଉଥିବା ଟଙ୍କାକୁ ୨୦୦୦ ବୃଦ୍ଧି କରନ୍ତି ତେବେ ୨୦୧୯ ଭଳି ଏହା ମଧ୍ୟ ମାଷ୍ଟର ଷ୍ଟ୍ରୋକ ସାବ୍ୟସ୍ତ ହୋଇପାରେ ବୋଲି କୁହାଯାଉଛି।

ବ୍ଲୁମବର୍ଗର ରିପୋର୍ଟ ଅନୁଯାୟୀ ସରକାର ନୂଆ ପ୍ରସ୍ତାବ ଉପରେ ବିଚାର କରୁଛନ୍ତି। ଯଦି ଯୋଜନାର ରାଶି ବୃଦ୍ଧି କରାଯାଏ ତେବେ ଏହାଦ୍ୱାରା ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧିର ବଜେଟ ୬୦,୦୦୦ ଟଙ୍କାରୁ ବଢ଼ି ୮୦,୦୦୦ ଟଙ୍କା ହୋଇଯିବ। ହେଲେ ଏହି ସମ୍ବନ୍ଧରେ ସରକାରଙ୍କ ତରଫରୁ ଆଧିକାରିକ ଘୋଷଣା ହୋଇନାହିଁ। ଆଗକୁ ୫ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଥିବାରୁ ସରକାର ଏନେଇ ଶୀଘ୍ର ଘୋଷଣା କରିପାରନ୍ତି ବୋଲି କୁହାଯାଉଛି।

ପ୍ରକାଶ ଯେ, ଗତ କିଛି ଦିନ ଧରି କେନ୍ଦ୍ର ସରକାର ଭୋଟ ବ୍ୟାଙ୍କକୁ ଧ୍ୟାନରେ ରଖି ନିଷ୍ପତ୍ତି ନେଉଛି। ନିକଟରେ ସରକାରଙ୍କ ପକ୍ଷରୁ ଉଜ୍ଜଳା ଯୋଜନା ଅନୁଯାୟୀ ମିଳୁଥିବା ସବସିଡିଯୁକ୍ତ ଏଲପିଜି ସିଲିଣ୍ଡର ଉପରେ ୩୦୦ ଟଙ୍କା ସବସିଡି ବୃଦ୍ଧି କରାଯାଇଛି। ଏହାଛଡ଼ା ସାଧାରଣ ଉପଭୋକ୍ତାଙ୍କୁ ମଧ୍ୟ ୨୦୦ ଟଙ୍କା ସବସିଡି ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri