‘ଆଦିବାସୀଙ୍କ ପାଇଁ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ସରକାର’

ଭୁବନେଶ୍ୱର,୨୬ା୨: ହରିଜନ ଆଦିବାସୀ କେତେ ସୁରକ୍ଷିତ ତାହା ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଘଟଣାରୁ ସ୍ପଷ୍ଟ। ସାମାଜିକ ବିଧି ବ୍ୟବସ୍ଥା କେତେ ନିମ୍ନଗାମୀ ହେଉଛି ତାହା ଦଶମ ଶ୍ରେଣୀ ଛାତ୍ରୀ ପ୍ରସବ ଘଟଣାରୁ ଜଣାପଡ଼ୁଛି। ଆଦିବାସୀଙ୍କ ପାଇଁ ସରକାର କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି କହିଛନ୍ତି ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ। ଚିତ୍ରକୋଣ୍ଡା ଘଟଣା ପରେ ପ୍ରସନ୍ନ ଏପରି ସରକାରଙ୍କୁ ଟାର୍ଗେଟ୍‌ କରି କହିଛନ୍ତି।

ସୂଚନାଯୋଗ୍ୟ, ଚିତ୍ରକୋଣ୍ଡା ଅନୁସୂଚିତ ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟ ପରିସରରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଏକ ଶିଶୁକୁ ଜନ୍ମ ଦେଇଥିବା ଜଣାପଡ଼ିଛି। ଦଶମ ଶ୍ରେଣୀର ଛାତ୍ରୀ ଜଣକ ସୋମବାର ସକାଳେ ପରୀକ୍ଷା ଦେଇ ସ୍କୁଲ ହଷ୍ଟେଲକୁ ଫେରିଥିଲେ। ତେବେ ସନ୍ଧ୍ୟା ସମୟରେ ସ୍କୁଲ ହଷ୍ଟେଲରୁ ଝିଅଙ୍କ ବାପାଙ୍କୁ ଫୋନ୍‌ ଯାଇଥିଲା ଝିଅ ହଷ୍ଟେଲରେ ନାହିଁ। ସ୍କୁଲରେ ଝିଅଙ୍କ ମା-ବାପା ପହଞ୍ଚିବା ପରେ ହଷ୍ଟେଲରେ ଛାତ୍ରୀ ଜଣକ ଏକ ଶିଶୁ ଜନ୍ମ ଦେଇଥିବା ଜାଣିବାକୁ ପାଇଥିଲେ। ତେବେ ସ୍କୁଲ ଚାରି କାନ୍ଥ ଭିତରେ ଏତେ ବଡ଼ ଘଟଣା କିପରି ଘଟିଲା ତାକୁ ନେଇ ଏବେ ମା-ବାପା ଚିନ୍ତା ପ୍ରକଟ କରିବା ସହ ଏଥିପାଇଁ ସ୍କୁଲ କର୍ତ୍ତୃପକ୍ଷଙ୍କୁ ଦାୟୀ କରିଛନ୍ତି। ଚିତ୍ରକୋଣ୍ଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ହସ୍ପିଟାଲକୁ ଆଣି ଅଧିକ ଚିକିତ୍ସା ଯୋଗାଇ ତଦନ୍ତ ଆରମ୍ଭ କରିଛି। ପ୍ରଧାନଶିକ୍ଷକଙ୍କୁ ଏ ସମ୍ବନ୍ଧରେ ପଚାରିବାରୁ, ସେ ଓ୍ବାଡେନ ଓ ଏଏନ୍‌ଏମ୍‌ଙ୍କୁ କାର୍ଯ୍ୟରେ ଅବହେଳା ପାଇଁ ଦାୟୀ କରିଥିଲେ ହେଁ ପ୍ରଧାଶିକ୍ଷକଙ୍କୁ ନିଲମ୍ବନ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri