Posted inଜାତୀୟ

ଟିଭି ଚ୍ୟାନେଲ ଉପରେ ସରକାରୀ କଟକଣା

ନୂଆଦିଲ୍ଲୀ,୨୪।୪ (ପି.ଟି.): ୟୁକ୍ରେନ୍‌-ରୁଷିଆ ଯୁଦ୍ଧ ଏବଂ ଦିଲ୍ଲୀ ଦଙ୍ଗାକୁ ନେଇ ଘରୋଇ ଟିଭି ଚ୍ୟାନେଲଗୁଡ଼ିକରେ ପ୍ରସାରିତ କେତେକ ବିତର୍କରେ ଉତ୍ତେଜକ ତଥା ସାମାଜିକ ଦୃଷ୍ଟିରୁ ଗ୍ରହଣଯୋଗ୍ୟ ହୋଇ ନ ଥିବା ଭାଷା ବ୍ୟବହାର କରାଯାଇଥିବା ଦେଖାଯାଇଛି। ଏଥିସହ ବିତର୍କକୁ ‘ପରମାଣୁ ପୁଟିନ୍‌’ ଏବଂ ‘ଅଲି, ବଲି ଔର ଖଲବଲି’ (ଅସ୍ଥିରତା) ଭଳି ଶିରୋନାମା ଦିଆଯାଉଛି। ଘରୋଇ ଚ୍ୟାନେଲଗୁଡ଼ିକ ଏଭଳି ଉତ୍ତେଜକ ଏବଂ ନିନ୍ଦାତ୍ମକ ଶିରୋନାମାଠାରୁ ଦୂରେଇ ରହିବାକୁ କେନ୍ଦ୍ର ସରକାର ଶନିବାର କଡ଼ା ଆଡଭାଇଜରି ଜାରି କରିଛନ୍ତି। ବିଶେଷ କରି ୟୁକ୍ରେନ ଯୁଦ୍ଧ ଉପରେ ରିପୋର୍ଟିଂ ବେଳେ ନ୍ୟୁଜ୍‌ ଚ୍ୟାନେଲଗୁଡ଼ିକ ଭୁଲ୍‌ ଦାବି କରିବା ସହ ବାରମ୍ବାର ଅନ୍ତର୍ଜାତୀୟ ସଂସ୍ଥାଗୁଡ଼ିକର ନାଁ ନେଉଛନ୍ତି। ସେହିପରି ଉତ୍ତରପଶ୍ଚିମ ଦିଲ୍ଲୀ ଘଟଣାର ରିପୋର୍ଟିଂକୁ ନେଇ ପ୍ରତିବାଦ ଦେଖାଦେଇଛି। ଉକ୍ତ ଘଟଣାରେ ପ୍ରଶାସନିକ କାର୍ଯ୍ୟକୁ ଚ୍ୟାନେଲଗୁଡ଼ିକ ସାମ୍ପ୍ରଦାୟିକ ରଙ୍ଗ ଦେଇଥିବାର ଅଭିଯୋଗ ହୋଇଥିଲା। ଦିଲ୍ଲୀ ହିଂସା ସମ୍ପର୍କିତ କେତେକ ବିତର୍କରେ ଅସଭ୍ୟ, ଉତ୍ତେଜକ ତଥା ସାମାଜିକ ଦୃଷ୍ଟିରୁ ଗ୍ରହଣଯୋଗ୍ୟ ହୋଇ ନ ଥିବା ଭାଷା ବ୍ୟବହାର କରାଯାଇଥିବା ସୂଚନା ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଜାରି ଆଡଭାଇଜରିରେ କୁହାଯାଇଛି। ବିଷୟବସ୍ତୁ ପ୍ରସାରଣ ନାମରେ ଚ୍ୟାନେଲଗୁଡ଼ିକର ଏଭଳି ଆଚରଣକୁ ନେଇ ସରକାର ଗମ୍ଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। କେବଲ୍‌ ଟେଲିଭିଜନ ନେଟଓ୍ବର୍କ୍ସ (ନିୟନ୍ତ୍ରଣ) ଆଇନ, ୧୯୯୫ର ବ୍ୟବସ୍ଥା ଓ ନିୟମାବଳୀର ଉଲ୍ଲଂଘନ କରୁଥିବା ପ୍ରକାଶନ ଓ ପ୍ରସାରଣଠାରୁ ତୁନ୍ତ ଦୂରେଇ ରହିବାକୁ ମନ୍ତ୍ରଣାଳୟ ପକ୍ଷରୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧%…

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri