ଛତ୍ରପୁର ଏନ୍‌ଏସିକୁ ମ୍ୟୁନିସିପାଲିଟି ଘୋଷଣା କଲେ ସରକାର, ଖୁସିବ୍ୟକ୍ତ କରିବା ସହ…

ଛତ୍ରପୁର,୩୧।୮(ଦିଲୀପ ସାମଲ/ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁରବାସୀଙ୍କ ବହୁ ପ୍ରତିକ୍ଷୀତ ଆଶା ଆଜି ସଫଳ ହୋଇଛି। ଜିଲାର ସଦର ମହକୁମା ଛତ୍ରପୁର ଏନ୍‌ଏସିକୁ ରବିବାର ମୋହନ ସରକାର ମୁନିସିପାଲଟି ଭାବେ ଘୋଷଣା କରିଛନ୍ତି । ଏଥିପାଇଁ ଛତ୍ରପୁରବାସୀ ବହୁତ ଖୁସି ଥିବା ଦେଖିବାକୁ ମିଳିଛି । ପୂର୍ବ ବିଜେଡି ସରକାର ଏହାକୁ ମ୍ୟୁନିସିପାଲିଟି ଘୋଷଣା କରିଥିଲେ ହେଁ ଏହା କେବଳ ଘୋଷଣାରେ ହିଁ ସୀମିତ ହୋଇ ରହିଥିଲା। ଶେଷରେ ଭାଜପା ସରକାର ଏହାକୁ ମୁନିସିପାଲିଟି ଭାବେ ଘୋଷଣା କରିଛନ୍ତି।
ଆଜି ସ୍ବାୟତ୍ତ ଶାସନ ଦିବସ ଅବସରରେ ଛତ୍ରପୁର ସହରବାସୀଙ୍କୁ ଏହି ଭେଟି ଦେଇଛନ୍ତି ସରକାର। ଏଥିସହ ଗଞ୍ଜାମ ଜିଲାର ଭଞ୍ଜନଗର, ଆସ୍କା, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମଧ୍ୟ ମୁନିସିପାଲଟି ଘୋଷଣା କରାଯାଇଛି । ସେହିପରି ଗଞ୍ଜାମ ଜିଲାର ଜଗନ୍ନାଥ ପ୍ରସାଦ ଓ ପାତ୍ରପୁର ଅଞ୍ଚଳକୁ ମଧ୍ୟ ଏନ୍‌ଏସିର ମାନ୍ୟତା ପ୍ରଦାନ କରାଯାଇଛି ।  ଏନେଇ ବିଧିବଦ୍ଧ ଭାବେ ଘୋଷଣା ହେବା ପରେ ସବୁଠି ଆନନ୍ଦ ଓ ଉତ୍ସାହ ଦେଖିବାକୁ ମିଳିଛି । ବିଶେଷ କରି ଛତ୍ରପୁର ସହରବାସୀମାନେ ଏନେଇ ଖୁସିବ୍ୟକ୍ତ କରିବା ସହିତ ସରକାରଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri