ସରକାରୀ ଜମି ଛାଡିଲେ ନାହିଁ : ଜିଦ୍‌ରେ ଅଟଳ ଅନକ ଡୁଙ୍ଗୁରୁ ଗ୍ରାମବାସୀ, ଲାଗିଲା ୧୬୩ ଧାରା

ମୋହନା,୧୩।୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନକଡୁଙ୍ଗୁରୁ ଗାଁ ନିକଟରେଥିବା ବିବାଦୀୟ ସରକାରୀ ଜମିରେ ଲାଗିଲା ବିଏନ୍‌ଏସ୍‌ ଧାରା ୧୬୩ । କିଛିଦିନ ହେଲା ଅନକଡୁଙ୍ଗୁରୁ ମୌଜାରେ ଥିବା ଖାତା ନମ୍ବର ୧୧, ପ୍ଲଟ ନମ୍ବର ୫୪/୨୪୦ରେ ଥିବା ୧୨ ଏକର ୨୭ ସେଣ୍ଟ ରହିଛି। ସେହି ସରକାରୀ ଜାଗାରୁ ଇଡ଼କୋକୁ ୯ ଏକର ୩୬ ସେଣ୍ଟ ଦିଆ ଯାଇଛି। ଗଜପତି ଜିଲାର ମୁଖ୍ୟ ପର୍ଯ୍ୟଟନ କ୍ଷେତ୍ର ହେଉଛି ଚନ୍ଦ୍ରଗିରିରେ ଥିବା ଜିରାଙ୍ଗ ବୌଦ୍ଧ ମନ୍ଦିର। ଏହି ମନ୍ଦିର ସାମ୍ନାରେ ଥିବା ଏହି ସରକାରୀ ଜାଗାରେ ୧୦୦ କୋଟି ବିନିମୟରେ ପଞ୍ଚ ତାରକା ହୋଟେଲ ନିର୍ମାଣ କରାଯିବା। ନେଇ ରାଜ୍ୟ ସରକାର ଲକ୍ଷ ରଖିଛନ୍ତି। ହେଲେ ଅନକଡୁଙ୍ଗୁରୁ ଗାଁ ଲୋକେ ଏହି ଜାଗାରେ ବର୍ଷ ବର୍ଷ ଧରି ଚାଷ କରିବା ସହ ଜୀବିକା ନିର୍ବାହ କରି ଆସୁଛନ୍ତି। ଯାହାକୁ ନେଇ ଗାଁରେ ଥିବା ୩୪ ପରିବାର ବିରୋଧ କରି ଆସୁଛନ୍ତି। ପ୍ରଶାସନ ପକ୍ଷରୁ ଗାଁ ଲୋକଙ୍କୁ ବୁଝା ସୁଝା କରି ଉକ୍ତ ଜାଗାରେ ବିଏନଏସ ଧାରା ୧୬୩ ଲଗାଇ ତିନି ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରି ଉକ୍ତ ଜାଗାକୁ ଚିହ୍ନଟ କରିବା ସହ ଶାନ୍ତି ଶୃଙ୍ଖଳାରେ ଜମି ଅଧିଗ୍ରହଣ କରାଯାଉଥିବା ତହସିଲଦାର ଚକ୍ରଧର ପାଢ଼ି କହିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିନକ ପରେ ସାବିତ୍ରୀ, ଜମୁଛି ଆମ୍ବ-ପଣସ ଆସର

ଗଞ୍ଜାମ,୧୪।୫(ବିଦ୍ୟାଧର ସାହୁ): ଦିନକ ପରେ ଅର୍ଥାତ ଶନିବାର ସମଗ୍ର ରାଜ୍ୟରେ ପାଳିତ ହେବ ସାବିତ୍ରୀ ଅମାବାସ୍ୟା l କେଉଁ ଆବାହନ କାଳରୁ ବାପାମା’ ଝିଅ ପାଇଁ ଭାର…

LPG-କ୍ଷୀର ପରେ ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା, ଏହି ଜିନିଷର ବଢିଗଲା ଦାମ୍‌…

ନୂଆଦିଲ୍ଲୀ,୧୪।୫: ଏଲପିଜି ଗ୍ୟାସ ସିଲିଣ୍ଡର, ଅମୂଲ ଏବଂ ମଦର ଡେରୀ କ୍ଷୀରର ମୂଲ୍ୟ ବୃଦ୍ଧି ପରେ, ସାଧାରଣ ଲୋକଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରକୃତରେ,…

ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ: ନିଲମ କଲେଜ ଟପ୍ପର

ଲୋଇସିଂହା,୧୪।୫(ସୁଶାନ୍ତ ବାରୁକ): ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବଲାଙ୍ଗୀର ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମ ତଥା ବଲାଙ୍ଗୀର ଜେଆଇଟିମ କଲେଜ କଳା ବିଭାଗ…

ପେଟ୍ରୋଲ ଅଭାବ ଭିତରେ ଭୁବନେଶ୍ୱରରେ ବଦଳିଲା ତେଲଦର! ଜାଣନ୍ତୁ କ’ଣ ହୋଇଛି ପରିବର୍ତ୍ତନ

ନୂଆଦିଲ୍ଲୀ,୧୪।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି ।…

୨୦ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୪ା୫(ରବିନାରାୟଣ ଜେନା):ଓଡ଼ିଶାର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ମେ’ ୨୦ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ଅପରାହ୍ନ…

କେନ୍ଦୁପତ୍ର ବୋଝେଇ ପିକଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ରିଆମାଳ, ୧୪୫(ବଦ୍ରିନାରାୟଣ ଅଗ୍ରୱାଲା):ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା କରଲଗା ଜିରୋ ପଏଣ୍ଟଠାରେ ଏକ କେନ୍ଦୁପତ୍ର ବୋଝେଇ ପିକଅପ ଜବତ ହେବା ସହ ଦୁଇ ଜଣକୁ…

ମାସେ ହେଲା ଅଚଳ ଜଳ ଯୋଗାଣ ପ୍ରକଳ୍ପ: ଚୁବୁକାଦାଦର ଗାଁରେ ପାନୀୟ ଜଳ ସମସ୍ୟା

ଅମରପାଲି,୧୪ା୫(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଚୁବୁକାଦାଦର ଗଁାରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗ୍ରାମରେ ଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

ଏତିକି ଟଙ୍କା ଯାଏ କିଣିପାରିବେ ପେଟ୍ରୋଲ, ପେଟ୍ରୋଲ-ଡିଜେଲ ନିୟମରେ ସରକାର କଲେ ବଡ଼ ପରିବର୍ତ୍ତନ!

ନୂଆଦିଲ୍ଲୀ,୧୪।୫: କେରଳରେ ପେଟ୍ରୋଲ ଏବଂ ଡିଜେଲ କ୍ରୟ ସମ୍ୱନ୍ଧୀୟ ନୂତନ ନିୟମାବଳୀ ଜାରି କରାଯିବା ସମ୍ପର୍କରେ ଖବର ପ୍ରକାଶ ପାଇଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କେରଳର ଇନ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri