ହୋଇପାରୁନି ସରକାର-ଡାକ୍ତରଙ୍କ ସହ ବୁଝାମଣା: ୪ PHC ସମ୍ପୂର୍ଣ୍ଣ ଠପ୍‌, CHC ଭରସା ମାତ୍ର ଜଣେ ଡାକ୍ତର

ଜଗନ୍ନାଥ ପ୍ରସାଦ ,୪।୭(ବିଭୁ ପ୍ରସାଦ ପଟ୍ଟନାୟକ): ରାଜ୍ୟରେ ସରକାର ଏବଂ ଆନ୍ଦୋଳନରତ ଡାକ୍ତରମାନଙ୍କ ମଧ୍ୟରେ ଚାଲିଥିବା ଆଲୋଚନା ବିଫଳ ହେବା ପରେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି। ଉଭୟ ପକ୍ଷ ନିଜ ନିଜ ଜିଦରେ ଅଟଳ ରହିବା ଫଳରେ ସରକାରୀ ମେଡିକାଲଗୁଡ଼ିକରେ ସେବା ପ୍ରଦାନ ବାଧାପ୍ରାପ୍ତ ହୋଇଛି। ଏହାର ସିଧାସଳଖ ପ୍ରଭାବ ଗ୍ରାମାଞ୍ଚଳର ଗରିବ ଓ ଅସହାୟ ରୋଗୀଙ୍କ ଉପରେ ପଡ଼ିଛି।

ମିଳିଥିବା ସୂଚନା ଅନୁଯାୟୀ, ଜଗନ୍ନାଥପ୍ରସାଦ ବ୍ଲକ ଅଧୀନରେ ଥିବା ୪ଟି ଯାକ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର (PHC) ଅଳସୁ, ଛାମୁଣ୍ଡା,ବାର ଗାଁ, ତାରାସିଂ ରେ ଚିକିତ୍ସା ସେବା ସମ୍ପୂର୍ଣ୍ଣ ରୂପେ ଠପ୍‌ ହୋଇଯାଇଛି। ସେଠାରେ ରୋଗୀଙ୍କୁ ସାଧାରଣ ପ୍ରାଥମିକ ଚିକିତ୍ସା ଟିକିଏ ମଧ୍ୟ ମିଳିପାରୁ ନାହିଁ। ଅନ୍ୟପଟେ, ବଡ଼ ଆଶା ନେଇ ସମଗ୍ର ବ୍ଲକର ଶହ ଶହ ରୋଗୀ ଜଗନ୍ନାଥପ୍ରସାଦ ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ର (CHC) କୁ ଆସୁଥିବା ବେଳେ, ସେଠାରେ ଏବେ ମାତ୍ର ଜଣେ ମାତ୍ର ଆୟୁଷ ଡାକ୍ତର ଅଛନ୍ତି। ସେହି ଜଣେ ଡାକ୍ତରଙ୍କ ଉପରେ ଏବେ ସମଗ୍ର ଅଞ୍ଚଳର ଜରୁରୀକାଳୀନ ଏବଂ ଓପିଡି (OPD) ସେବାର ସମସ୍ତ ବୋଝ ରହିଛି, ଯାହା ସ୍ଥିତିକୁ ଅତି ଗମ୍ଭୀର ହେଲାଣି I ଜଗନ୍ନାଥପ୍ରସାଦ ମେଡିକାଲକୁ ଆସୁଥିବା ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ ଏବେ ନାହିଁ ନଥିବା ହନ୍ତସନ୍ତ ହେଉଛନ୍ତି। ବିଶେଷ କରି ଜରୁରୀକାଳୀନ ରୋଗୀ, ବୃଦ୍ଧବୃଦ୍ଧା ଏବଂ ଗର୍ଭବତୀ ମହିଳାମାନେ ସବୁଠାରୁ ଅଧିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଦୂରଦୂରାନ୍ତ ଗାଁରୁ ଆସୁଥିବା ଗରିବ ଲୋକେ ବାଧ୍ୟ ହୋଇ ଧାର କରଜ କରି ନୟାଗଡ, ବ୍ରହ୍ମପୁର, ଭୁବନେଶ୍ୱର ଘରୋଇ ନର୍ସିଂହୋମ ମୁହାଁ ହେଉଛନ୍ତି।
ଆଜି ଜଣେ ସ୍କୁଲ ଛାତ୍ରୀ ଛାତି ଯନ୍ତ୍ରଣାକୁ ନେଇ ଆଜି ଆସିଥିବା ବେଳେ ମୁଖ୍ୟ ଡାକ୍ତର ନଥିବା କାରଣରୁ ପରିବାର ପକ୍ଷରୁ ଅସନ୍ତୋଷ ଦେଖିବାକୁ ମିଳିଛି I ସରକାର ଏବଂ ଡାକ୍ତରଙ୍କ ଏହି ଲଢ଼େଇ ଭିତରେ ସାଧାରଣ ଜନତା କେବଳ ବଳି ପଡ଼ୁଥିବାରୁ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଜଗନ୍ନାଥପ୍ରସାଦ ଅଞ୍ଚଳବାସୀ ଏବେ ଦାବି କରିଛନ୍ତି ଯେ ସରକାର ତୁରନ୍ତ ଏହି ସ୍ୱାସ୍ଥ୍ୟ ସଂକଟର ସମାଧାନ କରନ୍ତୁ ଏବଂ ମେଡିକାଲରେ ଡାକ୍ତର ବ୍ୟବସ୍ଥା କରିବାକୁ ଦାବି ରଖିଛନ୍ତି I


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?