ସରକାରୀ କର୍ମଚାରୀଙ୍କୁ ଅଫିସ ମନା

ଭୁବନେଶ୍ୱର, ୯।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଦୈନିକ ୫୦୦ରୁ ଅଧିକ ମାମଲା ଦୃଷ୍ଟିକୁ ଆସୁଛି। ସରକାରୀ କାର୍ଯ୍ୟାଳୟଠାରୁ ଆରମ୍ଭ କରି ରାଜନେତାମାନେ ମଧ୍ୟ କରୋନାରେ ଆକ୍ରାନ୍ତ ହେବାକୁ ଲାଗିଲେଣି। ଏସବୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କଟକଣା ଆରମ୍ଭ କରିଛନ୍ତି। ଆସନ୍ତା ୩୧ ପର୍ଯ୍ୟନ୍ତ ସରକାରୀ କର୍ମଚାରୀମାନେ ଭୁବନେଶ୍ୱରରେ ରହିଥିବା ନିଜସ୍ବ ଅଫିସ ଆସିପାରିବେ ନାହିଁ।
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବୁଧବାର ଜାରି କରାଯାଇଥିବା ନିର୍ଦ୍ଦେଶନାମା ଅନୁଯାୟୀ, ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବୃଦ୍ଧି ପାଉଥିବାରୁ କଟକ ମହାନଗର ଏବଂ ଖୋର୍ଦ୍ଧା ପୌରାଞ୍ଚଳକୁ ଛାଡି ଅନ୍ୟ ସ୍ଥାନରୁ ଆସୁଥିବା ସରକାରୀ କର୍ମଚାରୀମାନଙ୍କୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଥିବା ବିଭିନ୍ନ ସରକାରୀ ଅଫିସକୁ ନ ଆସିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ସେହିପରି କୋଭିଡ୍‌-୧୯ ମାର୍ଗଦର୍ଶିକା ଆଧାରରେ ରାଜଭବନକୁ ୩୧ ତାରିଖ ପର୍ଯ୍ୟନ୍ତ ଜନସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି। ଆବଶ୍ୟକସ୍ଥଳେ ଟେଲିଫୋନ୍‌/ଫ୍ୟାକ୍ସ/ଇମେଲରେ ଯୋଗାଯୋଗ କରିବାକୁ ରାଜଭବନ ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷରେ ରାଜଧାନୀର ଦୁଇଟି ଆର୍‌ଟିଓ କାର୍ଯ୍ୟାଳୟ( ୧ ଏବଂ ୨)କୁ ଆସନ୍ତା ସୋମବାର ପର୍ଯ୍ୟନ୍ତ ବନ୍ଦ କରାଯାଇଛି। ଯେହେତୁ ମଙ୍ଗଳବାର ଆର୍‌ଟିଓ ୧ କାର୍ଯ୍ୟାଳୟର ୩ଜଣ କର୍ମଚାରୀଙ୍କ କରୋନା ପଜିଟିଭ ଚିହ୍ନଟ ହେଲା, ଏହାପରେ ସେମାନଙ୍କ ସହ ଅନ୍ୟ ଅଧିକାରୀମାନେ ମିଶିଥିବା ଆଶଙ୍କାରେ ବନ୍ଦ କରାଯାଇଛି। ସେହିପରି ଉଭୟ ଆର୍‌ଟିଓ କାର୍ଯ୍ୟାଳୟକୁ ମଧ୍ୟ ସାନିଟାଇଜ କରାଯାଉଛି।
କିଛିଦିନ ତଳେ ସାଧାରଣ ଲୋକମାନଙ୍କୁ ବିଭିନ୍ନ ସରକାରୀ କାର୍ଯ୍ୟାଳୟକୁ ପ୍ରବେଶ ଲାଗି ବାରଣ କରାଯାଇଥିଲା । ସେହିପରି ୫୦ପ୍ରତିଶତ କର୍ମଚାରୀଙ୍କୁ ନେଇ ଅଫିସ କାର୍ଯ୍ୟ କରିବାକୁ ଘୋଷଣା ହୋଇଥିଲା। ବର୍ତ୍ତମାନ ଅଫିସରଙ୍କ ଅଫିସ ଆସିବା ଉପରେ ସରକାର କଟକଣା ଲଗାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri