ସମ୍ପତ୍ତି ତାଲିକା ଦେବାକୁ ବାଧ୍ୟ ସରକାରୀ କର୍ମଚାରୀ: ନ ହେଲେ ପ୍ରମୋଶନ ମନା

ଭୁବନେଶ୍ୱର,୨୮ା୧୦(ରବିନାରାୟଣ ଜେନା):୨୦୨୫ ଶେଷ ହେବାକୁ ୨ମାସ ବାକି ରହିଛି। ହେଲେ ଏପର୍ଯ୍ୟନ୍ତ ବାବୁମାନେ ୨୦୨୪ ଲାଗି ସେମାନଙ୍କ ବାର୍ଷିକ ସମ୍ପତ୍ତି ବିବରଣୀ ସରକାରଙ୍କୁ ଦେଉନାହାନ୍ତି। ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏସଂକ୍ରାନ୍ତରେ ବାରମ୍ବାର ଅବଗତ କରାଗଲେ ମଧ୍ୟ କର୍ମଚାରୀଙ୍କୁ ଚେତନା ଆସୁନାହିଁ। ଏପରି କି ସଂଖ୍ୟାଧିକ କର୍ମଚାରୀ ସେମାନଙ୍କ ପଦୋନ୍ନତି ସହ ଅନ୍ୟାନ୍ୟ ସରକାରୀ ପ୍ରାପ୍ତିକୁ ମଧ୍ୟ ଖାତିର କରୁନାହାନ୍ତି। ନଭେମ୍ବରରୁ କର୍ମଚାରୀଙ୍କ ପଦୋନ୍ନତି ପ୍ରକ୍ରିୟା ଆରମ୍ଭ ହେବ। ହେଲେ ସଂଖ୍ୟାଧିକ କର୍ମଚାରୀ ସମ୍ପତ୍ତି ତାଲିକା ଦେଇ ନ ଥିବାରୁ ଏକ ଅପ୍ରୀତିକର ସ୍ଥିତି ସୃଷ୍ଟି ହୋଇଛି। ସରକାରଙ୍କ ନିର୍ଦ୍ଦେଶନାମାକୁ ବିଭିନ୍ନ ସମୟରେ ବିଭାଗୀୟ ମୁଖ୍ୟମାନେ ଠିକଣା ଭାବେ କାର୍ଯ୍ୟକାରୀ କରୁ ନ ଥିବା ନଜିର ରହିଥିବାବେଳେ ସମ୍ପ୍ରତି ବାର୍ଷିକ ସମ୍ପତ୍ତି ତାଲିକାକୁ କର୍ମଚାରୀମାନଙ୍କ ଅବମାନନାକୁ ନେଇ ଲୋକସେବା ଭବନରେ ଚର୍ଚ୍ଚା ଜୋର୍‌ ଧରିଛି।
ସାଧାରଣ ପ୍ରଶାସନ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ ସୁରେନ୍ଦ୍ର କୁମାର ଚଳିତମାସ ୨୩ରେ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। କର୍ମଚାରୀମାନେ ଯେପରି ସମୟ ଭିତରେ ସମ୍ପତ୍ତି ତାଲିକା ପ୍ରଦାନ କରିବେ ସେନେଇ ବିଭାଗୀୟ ମୁଖ୍ୟମାନେ ଗୁରୁତ୍ୱ ଦେବାକୁ ସେ ଅନୁରୋଧ କରିଛନ୍ତି। ସୁରେନ୍ଦ୍ର କୁମାର ଦର୍ଶାଇଛନ୍ତି, ରାଜ୍ୟ ସରକାରଙ୍କ ମାନବସମ୍ବଳ ପରିଚାଳନା ପଦ୍ଧତି(ଏଚ୍‌ଆର୍‌ଏମ୍‌ଏସ୍‌) ପୋର୍ଟାଲରେ ପ୍ରତିବର୍ଷ ସରକାରୀ କର୍ମଚାରୀମାନେ ତାଙ୍କର ବାର୍ଷିକ ସମ୍ପତ୍ତି ତାଲିକା ଅପ୍‌ଲୋଡ୍‌ କରିବାକୁ ସ୍ପଷ୍ଟ ନିର୍ଦ୍ଦେଶ ରହିଛି। ହେଲେ ଏହାକୁ ବହୁ କର୍ମଚାରୀ ମାନୁନାହାନ୍ତି। ଫଳରେ କର୍ମଚାରୀଙ୍କ ପଦୋନ୍ନତି ଓ ଅନ୍ୟାନ୍ୟ ସରକାରୀ ପଦକ୍ଷେପ ବେଳେ ସମସ୍ୟା ସୃଷ୍ଟି ହେଉଛି। ଏହି ପରିପ୍ରେକ୍ଷୀରେ ୨୦୨୪ ବର୍ଷ ପାଇଁ ଆଉ ଅବଧି ବୃଦ୍ଧି କରାଯିବ ନାହିଁ କି ଏଚ୍‌ଆର୍‌ଏମ୍‌ଏସ୍‌ ପୋର୍ଟାଲ ଖୋଲାଯିବ ନାହିଁ। ସେ କହିଛନ୍ତି, ବାର୍ଷିକ ସମ୍ପତ୍ତି ବିବରଣୀ ଦେବା କର୍ମଚାରୀମାନଙ୍କ ପାଇଁ ବାଧ୍ୟତାମୂଳକ। ଏହାକୁ ଜାଣି ମଧ୍ୟ ଯେଉଁ କର୍ମଚାରୀମାନେ ସମ୍ପତ୍ତି ବିବରଣୀ ପ୍ରଦାନ କରିନାହାନ୍ତି, ସେମାନଙ୍କୁ ପଦୋନ୍ନତି ଦିଆଯିବ ନାହିଁ। ବିଭାଗୀୟ ମୁଖ୍ୟମାନେ ଡିପାର୍ଟମେଣ୍ଟାଲ ପ୍ରମୋଶନ କମିଟି(ଡିପିସି) ବୈଠକ କଲାବେଳେ ସମ୍ପୃକ୍ତ କର୍ମଚାରୀଙ୍କୁ ପଦୋନ୍ନତି ଲାଗି ବିବେଚନା କରିବେନାହିଁ ବୋଲି ସୁରେନ୍ଦ୍ର କୁମାର ଦର୍ଶାଇଛନ୍ତି।
ସୁରେନ୍ଦ୍ର କୁମାର ପୁନର୍ବାର ଅବଗତ କରାଇଛନ୍ତି, ୨୦୨୫ ବର୍ଷ ପାଇଁ ୩୧ ଜାନୁଆରୀ-୨୦୨୬ ସୁଦ୍ଧା ସମସ୍ତ କର୍ମଚାରୀ ଯେପରି ସମ୍ପତ୍ତି ତାଲିକା ପ୍ରଦାନ କରିବେ ସେଦିଗରେ ପଦକ୍ଷେପ ନେବାକୁ ହେବ। ଏହି ଅବଧିକୁ ସରକାର ଏଥର କଡାକଡ଼ି ଭାବେ ପାଳନ କରିବାକୁ ଯାଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ବିଭାଗୀୟ ମୁଖ୍ୟମାନେ କର୍ମଚାରୀଙ୍କ ବାର୍ଷିକ ସମ୍ପତ୍ତି ବିବରଣୀ ଯେପରି ୧୦୦% ମିଳିବ ସେଥିପ୍ରତି ଗୁରୁତ୍ୱ ଦେବାକୁ ସେ ଦର୍ଶାଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୧୨ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ, ମୁଖ୍ୟ ଶାସନ ସଚିବ ସୂଚନା ଦେଇ କହିଲେ ଏହି ବିଭାଗର…

ଭୁବନେଶ୍ୱର,୩୧ା୧: ସରିଲା କ୍ୟାବିନେଟ୍‌ ବୈଠକ। ଏହା ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧୦ଟି ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ…

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

NCP ବିଧାୟକ ଦଳର ନେତା ନିର୍ବାଚିତ ହେଲେ Sunetra Pawar, ସନ୍ଧ୍ୟା ୫ଟାରେ ଉପ ମୁଖ୍ୟମନ୍ତ୍ରୀ ଶପଥ ନେବେ

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ବୈଠକରେ ନିଷ୍ପତ୍ତି ହୋଇଛି। ସୁନେତ୍ରା ପାୱାର ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବେ ଏବଂ ସା ୫ଟାରେ ଶପଥ ଗ୍ରହଣ କରିବେ।…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଖେଳାଳିଙ୍କୁ ଏମିତି କହିଦେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୩୧।୧: ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଶେଷ ସୁପର ୬ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ଏହି ମ୍ୟାଚ ଅତ୍ୟନ୍ତ…

ଡାଏଲଗ ନାହିଁ, ଦର୍ଶକଙ୍କୁ ଦୁଇ ଘଣ୍ଟା ବାନ୍ଧି ରଖୁଛି ଏହି ଫିଲ୍ମ

ମୁମ୍ବାଇ: ଡାଏଲଗ୍‌ ବିନା ଫିଲ୍ମ। ଆଜିର ଯୁଗରେ ଏମିତି ଫିଲ୍ମ ନିର୍ମାଣ କରିବା ବୋଧହୁଏ କାଠିକର ପାଠ। କିନ୍ତୁ ନିର୍ଦ୍ଦେଶକ କିଶୋର ପାଣ୍ଡୁରଙ୍ଗ ବେଲେକର ଟିକେ ନିଆରା।…

CM ଦେବେନ୍ଦ୍ର ଫଡ଼ନଭିସଙ୍କ ପାଖରେ ରହିବ ଅର୍ଥ ବିଭାଗ, Deputy CM ସୁନେତ୍ରାଙ୍କ ଶପଥ ଗ୍ରହଣ ପୂର୍ବରୁ ରାଜନୀତି ସରଗରମ

ମୁମ୍ବାଇ,୩୧।୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏକ ବଡ଼ ଘଟଣା ଘଟୁଛି। ପାୱାର ପରିବାର ଏବଂ ଏନସିପି ମଧ୍ୟରେ ଆଭ୍ୟନ୍ତରୀଣ ରାଜନୈତିକ ଅସ୍ଥିରତା ମଧ୍ୟରେ, ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ…

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri