Posted inଜାତୀୟ

ସରକାରୀ କର୍ମଚାରୀଙ୍କ ବଢ଼ିବ ଦରମା! ସାମ୍ନାକୁ ଆସିଲା ୮ମ ବେତନ ଆୟୋଗର ନୂଆ ଅପଡେଟ୍

ନୂଆଦିଲ୍ଲୀ,୮।୯: କେନ୍ଦ୍ରୀୟ କର୍ମଚାରୀ ଓ ପେନସନ୍‌ଭୋଗୀଙ୍କ ପାଇଁ ୮ମ ବେତନ ଆୟୋଗର ଆଲୋଚନା ଜୋରଦାର ହୋଇଛି। ଆୟୋଗ ୭ ଓ ୮ ସେପ୍ଟେମ୍ବରରେ ଚେନ୍ନାଇରେ କର୍ମଚାରୀ ସଂଗଠନ, ୟୁନିଅନ୍ ଓ ଅନ୍ୟ ହିତଧାରୀଙ୍କ ସହ ଆଲୋଚନା କରୁଛି । ଦରମା ସଂଶୋଧନ, ଭତ୍ତା, ପେନସନ୍ ଓ କାର୍ଯ୍ୟ ପରିବେଶ ଭଳି ବିଷୟ ଉପରେ ମତାମତ ନିଆଯାଉଛି।

୮ମ ବେତନ ଆୟୋଗର ଆଲୋଚନାରେ ଫିଟମେଣ୍ଟ ଫ୍ୟାକ୍ଟର ଏକ ବଡ଼ ପ୍ରସଙ୍ଗ । ଏହା ସଂଶୋଧିତ ବେସିକ୍ ପେ ନିର୍ଦ୍ଧାରଣରେ ଗୁରୁତ୍ୱପୂର୍ଣ୍ଣ। ଏହା ସହ କର୍ମଚାରୀଙ୍କ ବେତନ, ପେନସନ୍, ଭତ୍ତା ଏବଂ କାର୍ଯ୍ୟସ୍ଥଳର ପରିସ୍ଥିତି ନେଇ ମଧ୍ୟ ଆଲୋଚନା ଚାଲିଛି। ସୋସିଆଲ୍ ମିଡିଆରେ ୨.୧୫, ୨.୨୮ ଓ ୨.୫୭ ଭଳି ବିଭିନ୍ନ ଫିଟମେଣ୍ଟ ଫ୍ୟାକ୍ଟରକୁ ନେଇ ଚର୍ଚ୍ଚା ହେଉଛି। କିନ୍ତୁ ଏପର୍ଯ୍ୟନ୍ତ କୌଣସି ଫିଟମେଣ୍ଟ ଫ୍ୟାକ୍ଟର ଉପରେ ସରକାରୀ ଭାବେ ଅନ୍ତିମ ଘୋଷଣା ହୋଇନାହିଁ। ଷଷ୍ଠ ବେତନ ଆୟୋଗରେ ଫିଟମେଣ୍ଟ ଫ୍ୟାକ୍ଟର ୧.୮୬ ଥିବାବେଳେ ସପ୍ତମ ବେତନ ଆୟୋଗରେ ଏହା ୨.୫୭ ଥିଲା।

ଅବସରପ୍ରାପ୍ତ କର୍ମଚାରୀଙ୍କ ପେନସନ୍ ସଂଶୋଧନ ଏବଂ ଭତ୍ତା ବୃଦ୍ଧି ନେଇ ମଧ୍ୟ ଆୟୋଗ ବିଭିନ୍ନ ପକ୍ଷର ମତାମତ ରେକର୍ଡ କରୁଛି । ତେବେ ପେନସନ୍ କିମ୍ବା ଦରମାରେ କେତେ ବୃଦ୍ଧି ହେବ, ସେନେଇ ଏବେଠାରୁ କୌଣସି ନିଶ୍ଚିତ ଅଙ୍କ କୁହାଯାଇପାରିବ ନାହିଁ। ଆୟୋଗ ସୁପାରିସ୍ କରିବା ପରେ ସରକାରଙ୍କ ଅନ୍ତିମ ନିଷ୍ପତ୍ତି ହେବ। ଚେନ୍ନାଇ ପରେ ୯ ସେପ୍ଟେମ୍ବରରେ ପୁଡୁଚେରୀରେ ଆଲୋଚନା ହେବ। ଏହାପରେ ୧୬ରୁ ୧୮ ସେପ୍ଟେମ୍ବର ଯାଏଁ ଚଣ୍ଡିଗଡ଼ରେ ଏବଂ ୭-୮ ଅକ୍ଟୋବରରେ ବେଙ୍ଗାଲୁରୁରେ ଆଲୋଚନା କାର୍ଯ୍ୟକ୍ରମ ରହିଛି।

କେନ୍ଦ୍ର ସରକାର ୩ ନଭେମ୍ବର ୨୦୨୫ରେ ୮ମ କେନ୍ଦ୍ରୀୟ ବେତନ ଆୟୋଗ ଗଠନ କରିଥିଲେ ଏବଂ ଅନ୍ତିମ ରିପୋର୍ଟ ଦାଖଲ ପାଇଁ ୧୮ ମାସର ସମୟ ଦିଆଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚୁଗୁଲି କରି ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ୬୭ ବର୍ଷୀୟା ମହିଳା: କରିସାରିଲେଣି ୨ ଘର, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ପଡ଼ୋଶୀଙ୍କ ଘରର ଖବର ରଖିବା କିମ୍ବା ଗାଁ-ସାହିରେ ଚୁଗୁଲି କରିବାକୁ ସାଧାରଣତଃ ସମୟ ନଷ୍ଟ ବୋଲି କୁହାଯାଏ। କିନ୍ତୁ କଲମ୍ବିଆର ଜଣେ ୬୭ ବର୍ଷୀୟ ବୃଦ୍ଧା ଏହି…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ସ୍କୁଲରେ ଚାଞ୍ଚଲ୍ୟ; ପାଇଖାନାରୁ ମିଳିଲା ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଲକ୍ଷ୍ନୌ,୮।୯: ଉତ୍ତରପ୍ରଦେଶର ମବାନା ଅଞ୍ଚଳର ଏକ ଘରୋଇ ସ୍କୁଲରେ ଘଟିଛି ଦୁଃଖଦ ଘଟଣା। ସପ୍ତମ ଶ୍ରେଣୀର ୧୩ ବର୍ଷୀୟ ଛାତ୍ର କୁନାଲ ଶର୍ମାଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ…

RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ…

ଦିଲ୍ଲୀ ଆସିବା ପୂର୍ବରୁ ଭାରତର ଖୁବ ପ୍ରଶଂସା କଲା ଇରାନ, କହିଲା…

ତେହରାନ,୮।୯: ବ୍ରିକ୍ସ ଶିଖର ସମ୍ମିଳନୀ ପାଇଁ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ନୂଆଦିଲ୍ଲୀ ଗସ୍ତ ପୂର୍ବରୁ, ତେହରାନ ଭାରତ ସହିତ ଏହାର ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି…

ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ମାନହାନି ମାମଲା, ଭିଡିଓ ଶେୟାର କରିବା ପଡିଲା ମହଙ୍ଗା!

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତଥା ଡ୍ୟାନ୍ସର ନୋରା ଫତେହି ପୁଣିଥରେ ଆଇନଗତ ବିବାଦରେ ଫସିଛନ୍ତି। ଗୁଜରାଟର ଗାନ୍ଧୀନଗର ଅଦାଲତରେ ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ସିଭିଲ…

ଗୁଣପୁର ବଂଶଧାରାରେ ଦ୍ୱିତୀୟ ସେତୁ ପାଇଁ ଦାବି ଜୋରଦାର: ମନ୍ତ୍ରୀଙ୍କୁ ସ୍ମାରକପତ୍ର…

ଗୁଣପୁର, ୮।୯ (ସୁଜାତା ପାଢ଼ୀ): ଗୁଣପୁର ବଂଶଧାରା ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଦାବିରେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri