୧୨ ବର୍ଷ ପରେ ବି ମିଳୁନି ସରକାରୀ ସୁବିଧା, ପ୍ରଶାସନିକ ଅବହେଳାର ଶିକାର ବଳିଆ

ଗଞ୍ଜାମ,୨୦ା୧୨(ଅନାଥ ତରାଇ): ସରକାରୀ ଯୋଜନା କାହା ପାଇଁ? ଯୋଗ୍ୟ ହିତାଧିକାରୀଙ୍କୁ ସୁବିଧା ଯୋଗାଇଦେବା କ୍ଷେତ୍ରରେ ପ୍ରଶାସନିକ ବିଫଳତାର ଏକ ନଗ୍ନଚିତ୍ର ଦେଖିବାକୁ ମିଳିଛି ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତର ବାଗଲପୁର ଗ୍ରାମରେ। ଗ୍ରାମର ଜଣେ ଗରିବ କଳାକାର ବଳିଆ ଦାସ ଦୀର୍ଘ ୧୨ ବର୍ଷ ଧରି ଖଣ୍ଡେ ପ୍ରଧାନମନ୍ତ୍ରୀ ଆବାସ ପାଇଁ ସଂଘର୍ଷ କରୁଥିଲେ ମଧ୍ୟ ସଫଳ ହୋଇପାରିନାହାନ୍ତି।
ତାଙ୍କୁ ଜାଣିଶୁଣି ଅଣଦେଖା କରାଯାଉଛି କି ବୋଲି ସେ କ୍ଷୋଭର ସହ କହିଛନ୍ତି। ପଞ୍ଚାୟତଠାରୁ ବ୍ଲକ ପ୍ରଶାସନ ପର୍ଯ୍ୟନ୍ତ ସମସ୍ତଙ୍କୁ ଗୁହାରି କରି ନିରାଶ ହେବା ପରେ ଏବେ ସେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଓ ସରକାରଙ୍କୁ ସହାୟତା ପାଇଁ ନିବେଦନ କରିଛନ୍ତି। ଜଣେ କଳାକାରଙ୍କୁ ମୌଳିକ ସୁବିଧାରୁ ବଞ୍ଚିତ କରିବା ପ୍ରଶାସନର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।

Dharitri – Odisha’s No.1 Odia Daily

Share