ସଂଖ୍ୟାଲଘୁଙ୍କ ପାଖରେ ପହଞ୍ଚୁନି ସରକାରୀ ସୁବିଧା

ଭୁବନେଶ୍ବର,୨ା୧୨(ବ୍ୟୁରୋ):ଓଡ଼ିଶାରେ ସଂଖ୍ୟାଲଘୁଙ୍କୁ ସରକାରୀ ସୁବିଧା ସୁଯୋଗ ମିଳୁନାହିଁ। ସଂଖ୍ୟାଲଘୁଙ୍କ ପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାର ଯେଉଁସବୁ ଯୋଜନା ଏବଂ କାର୍ଯ୍ୟକ୍ରମ କରୁଛନ୍ତି ସଚେତନତା ଅଭାବରୁ ତାହା ସେମାନଙ୍କ ନିକଟରେ ପହଞ୍ଚିପାରୁନାହିଁ। ଏପରିକି କେନ୍ଦ୍ରୀୟ ପାଣ୍ଠି ମଧ୍ୟ ଫେରିଯାଉଛି। ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଜାତୀୟ ସଂଖ୍ୟାଲଘୁ ଆୟୋଗର ସଦସ୍ୟା ସୟେଦ୍‌ ସେହଜାଦୀ ଏହା ଜାଣି ଉଦ୍‌ବେଗ ପ୍ରକାଶ କରିଛନ୍ତି। ରାଜ୍ୟ ଅତିଥି ଭବନରେ ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ଓଡ଼ିଶାରେ ରାଜ୍ୟ ସଂଖ୍ୟାଲଘୁ ଆୟୋଗ ନାହିଁ। ୱାକଫ ବୋର୍ଡ ଅଧ୍ୟକ୍ଷ ଏବଂ ସଦସ୍ୟ ମଧ୍ୟ ନାହାନ୍ତି। ରାଜ୍ୟ ହଜ୍‌ କମିଟିରେ ୨୦୧୮ ପରେ କୌଣସି ନିଯୁକ୍ତି ହୋଇନାହିଁ। ଓଡ଼ିଶାରେ କେବଳ ଗୋଟିଏ ଉର୍ଦ୍ଦୁ ଶିକ୍ଷକ ତାଲିମ କେନ୍ଦ୍ର ରହିଛି। ମଦ୍ରାସାଗୁଡ଼ିକରେ ୧୮ ହଜାର ପିଲା ପଢ଼ୁଥିବାବେଳେ ୧୦୭୬ ଶିକ୍ଷକ ଅଛନ୍ତି। ତେଣୁ ଆଉ ୨ରୁ ୩ଟି ଉର୍ଦ୍ଦୁ ଶିକ୍ଷକ ତାଲିମ କେନ୍ଦ୍ରର ଆବଶ୍ୟକତା ରହିଛି। ସେହିପରି ସଂଖ୍ୟାଲଘୁଙ୍କ ପାଇଁ ଏକ ସ୍ବତନ୍ତ୍ର ବିଭାଗ ଜରୁରୀ। ରାଜ୍ୟରେ ୯,୧୧,୬୭୦ ମୁସଲମାନ, ୧୧,୬୧,୭୦୮ ଖ୍ରୀଷ୍ଟିଆନ ୨୧,୯୮୧ ଶିଖ୍‌, ୧୩୦୦୦ ବୁଦ୍ଧିଷ୍ଟ, ୯୦୦୦ ଜୈନ ସମ୍ପ୍ରଦାୟର ଲୋକ ରହିଛନ୍ତି। ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଜନବିକାଶ କାର୍ଯ୍ୟକ୍ରମ (ପିଏମ୍‌ଜେବିକେ) ଅଧୀନରେ ବିଭିନ୍ନ କାର୍ଯ୍ୟକ୍ରମ ଜାରି ରହିଛି। ତେବେ ରାଜ୍ୟ କିମ୍ବା ଜିଲାସ୍ତରରେ ଫିପଟିନ୍‌ ପଏଣ୍ଟ ପ୍ରୋଗ୍ରାମ କମିଟି ନ ଥିବାରୁ ପାଣ୍ଠି ବିନିଯୋଗ ହୋଇପାରୁନାହିଁ। କେନ୍ଦ୍ରରୁ ଆସୁଥିବା ପାଣ୍ଠି ଫେରିଯାଉଛି। ସଂଖ୍ୟାଲଘୁଙ୍କୁ ମିଳୁଥିବା ସୁବିଧା ସମ୍ପର୍କରେ ଚର୍ଚ୍ଚା କରାଯାଇପାରୁନାହିଁ। ସଚେତନତା ଅଭାବରୁ ସଂଖ୍ୟାଲଘୁ ସମ୍ପ୍ରଦାୟ ଲୋକେ ଏ ବିଷୟରେ ଜାଣିପାରୁନାହାନ୍ତି। ସଂଖ୍ୟାଲଘୁ ଅର୍ଥ ନିଗମ ମଧ୍ୟ କାର୍ଯ୍ୟକ୍ଷମ ହେଉନାହିଁ। ସ୍ବତନ୍ତ୍ର ସଂଖ୍ୟାଲଘୁ ବିଭାଗ ନ ଥିବାରୁ କେହି ଏଥିପ୍ରତି ଆଗ୍ରହ ପ୍ରକାଶ କରୁ ନ ଥିବା ଜଣାପଡ଼ୁଛି। ଏହା ଉପରେ ଦୃଷ୍ଟିଦେବାକୁ ସେ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri