Posted inଜାତୀୟ

ମହାରାଷ୍ଟ୍ରରେ ସରକାର ଗଠନର ଚିତ୍ର ସ୍ପଷ୍ଟ: ଶିନ୍ଦେ-ଅଜିତ୍‌ଙ୍କ ସହିତ ହେଲା ବଡ଼ ଡିଲ୍‌

ମୁମ୍ବାଇ,୨୯।୧୧: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ରାତିରେ ଭାଜପା ନେତୃତ୍ୱାଧୀନ ମହାୟୁତି ଗଠବନ୍ଧନର ତିନିଟି ରାଜନୈତିକ ଦଳର ନେତାଙ୍କୁ ଭେଟିଛନ୍ତି। ଏହି ସମୟରେ ସେ ରାଜ୍ୟରେ କ୍ଷମତା ବଣ୍ଟନ ଉପରେ ଆଲୋଚନା କରିଥିଲେ। ଗଠବନ୍ଦନରେ ଜଡିତ ତିନି ଦଳ ମଧ୍ୟରେ କ୍ୟାବିନେଟ ସିଟ ବଣ୍ଟନ ପାଇଁ ସେ ଗୁରୁତ୍ୱପୂର୍ଣ୍ଣ ଫର୍ମୁଲା ଉପରେ ମଧ୍ୟ ଆଲୋଚନା କରିଥିଲେ।

ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ଦେବେନ୍ଦ୍ର ଫଡନ୍‌ଭିସ୍‌ଙ୍କୁ ସବୁଠାରୁ ଶକ୍ତିଶାଳୀ ପ୍ରତିଦ୍ୱନ୍ଦ୍ୱୀ ଭାବେ ବିବେଚନା କରାଯାଉଛି। ମହାରାଷ୍ଟ୍ରରେ ୨୮୮ ସଦସ୍ୟ ବିଶିଷ୍ଟ ବିଧାନସଭା ନିର୍ବାଚନରେ ମହାୟୁତି ଗଠବନ୍ଧନ ୨୩୦ଟି ଆସନ ଜିତି କ୍ଷମତା ବଜାୟ ରଖିଛି। ଏହି ମହାଗଠବନ୍ଧନରେ ଭାଜପା, ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଶିବସେନା ଏବଂ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ଅନ୍ତର୍ଭୁକ୍ତ।

ରିପୋର୍ଟ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ପଦ ଭାଜପା ସହିତ ରହିବ, କିନ୍ତୁ ବିଶ୍ୱାସ କରାଯାଉଛି ଯେ ଯେ ଅମିତ ଶାହା ମଧ୍ୟ ଦୁଇ ଜଣ ଉପ-ମୁଖ୍ୟମନ୍ତ୍ରୀ ନାମ ଉପରେ ସହମତି ଦେଇଛନ୍ତି, ଯେଉଁଥିରେ ପ୍ରତ୍ୟେକ ସହଯୋଗୀ ଦଳ ଶିବସେନା ଏବଂ ଏନସିପିରୁ ଏକ-ଏକ ଉପମୁଖ୍ୟମନ୍ତ୍ରୀ ହେବେ।

ଶନିବାର ମୁମ୍ବାଇରେ ହେବାକୁ ଥିବା ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ଭାଜପା ଏହାର ନେତା ବାଛିବ ବୋଲି ଆଶା କରାଯାଉଛି। ଯଦି ଦେବେନ୍ଦ୍ର ଫଡନ୍‌ଭିସ୍‌ଙ୍କୁ ମୁଖ୍ୟମନ୍ତ୍ରୀ କରାଯାଏ, ତେବେ ଗୃହ ବିଭାଗ ତାଙ୍କ ସହିତ ରହିବାର ସମ୍ଭାବନା ଥିବାବେଳେ ଅର୍ଥ ବିଭାଗ ଏନସିପିକୁ ଯିବାର ଆଶା କରାଯାଉଛି। ଭାଜପା ନେତାଙ୍କ ଅନୁଯାୟୀ, ଶିନ୍ଦେଙ୍କ ନେତୃତ୍ୱାଧୀନ ଶିବସେନାଙ୍କୁ ୟୁଡିଡି ଏବଂ ପିଡବ୍ଲ୍ୟଡି ମିଳିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri