ହାଟଡ଼ିହୀରେ ସରକାରୀ ପାଣ୍ଠି ହେରଫେର ଅଭିଯୋଗ: ଅଫିସରେ ବସି ତଦନ୍ତ ସାରିବା ନେଇ ଅଭିଯୋଗକାରୀଙ୍କ ଅସନ୍ତୋଷ

ହାଟଡ଼ିହୀ,୧୩।୮(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଧୀନ ସଢ଼ା ପଞ୍ଚାୟତରେ ବିଭିନ୍ନ ସରକାରୀ ଉନ୍ନୟନ କାର୍ଯ୍ୟରେ ଅନୁଦାନ ହେରଫେର ହୋଇଥିବା ଅଭିଯୋଗର ଏକମାସ ପରେ ତଦନ୍ତ ହୋଇଥିଲେ ହେଁ ଏହାର କାର୍ଯ୍ୟପ୍ରଣାଳୀକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତଦନ୍ତକାରୀ ଅଧିକାରୀମାନେ ଘଟଣାସ୍ଥଳକୁ ଯାଇ ପ୍ରତ୍ୟକ୍ଷ ତଦନ୍ତ କରିବା ପରିବର୍ତ୍ତେ ପଞ୍ଚାୟତ ଅଫିସରେ ବସି ତଦନ୍ତ ସାରିଦେଇଥିବା ଅଭିଯୋଗ ହୋଇଛି। ଏପରିକି ଅଭିଯୋଗକାରୀଙ୍କୁ ତଦନ୍ତ ସମ୍ପର୍କରେ କୌଣସି ସୂଚନା ଦିଆଯାଇ ନ ଥିବା ଏବଂ ତଦନ୍ତ ପ୍ରକ୍ରିୟାରେ ସାମିଲ କରାଯାଇ ନ ଥିବାରୁ ସେମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। କୌଣସି ଚାପ କିମ୍ବା ସ୍ୱାର୍ଥରେ ଅଭିଯୋଗର ସତ୍ୟତାକୁ ଚାପି ଦେବା ପାଇଁ ପ୍ରୟାସ କରାଯାଉଥିବା ଅଭିଯୋଗକାରୀମାନେ କ୍ଷୋଭ ପ୍ରକାଶ କରି କହିଛନ୍ତି।

ସୂଚନାଯୋଗ୍ୟ ଯେ, ସଢ଼ା ଗ୍ରାମର ଅନନ୍ତ ଚରଣ ପହି, ନରେନ୍ଦ୍ର ପୁହାଣ, ଅକ୍ଷୟ ପହି, ଜଗନ୍ନାଥ ପୁହାଣ, କୃପାସିନ୍ଧୁ ପୁହାଣ, ହରିହର ପୁହାଣ, ସୁଧାଂଶୁ ଶେଖର ପୁହାଣ ପ୍ରମୁଖ ଗ୍ରାମବାସୀ ପଞ୍ଚାୟତର ବିଭିନ୍ନ ଯୋଜନାରେ ଅନିୟମିତତା ନେଇ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ଅନୁଯାୟୀ, ପଞ୍ଚାୟତରେ ବିନା କାର୍ଯ୍ୟରେ ଲକ୍ଷାଧିକ ଟଙ୍କା ଉଠାଣ ହୋଇ ହେରଫେର କରାଯାଇଛି। ଚଳିତ ବର୍ଷ ପଞ୍ଚାୟତର କୌଣସି ୱାର୍ଡରେ ଜଳଛତ୍ର ଖୋଲାଯାଇନଥିଲେ ମଧ୍ୟ ବିଭିନ୍ନ ସ୍ଥାନରେ ଜଳଛତ୍ର ଖୋଲାଯାଇ ପାନୀୟ ଜଳ ଯୋଗାଇ ଦିଆଯାଇଥିବା ଦର୍ଶାଇ ଭାଉଚର ମାଧ୍ୟମରେ ଜୁନ୍ ୧୧, ୨୦୨୬ରେ ୧ ଲକ୍ଷ ୬ ଟଙ୍କା ଉଠାଣ କରାଯାଇଛି ଏବଂ ଏହି ଅର୍ଥ ପିଇଓଙ୍କ ଆକାଉଣ୍ଟକୁ ପ୍ରଦାନ କରାଯାଇଛି। ସେହିପରି ବର୍ଜ୍ୟବସ୍ତୁ ସଂଗ୍ରହ ନାମରେ ଘରଘର ବୁଲି ଅଳିଆ ଆବର୍ଜନା ସଂଗ୍ରହ କାର୍ଯ୍ୟ ଦର୍ଶାଇ ନଭେମ୍ବର ୨, ୨୦୨୫ରେ ମୋଟ ୧ ଲକ୍ଷ ୨୯ ହଜାର ୬୦୦ ଟଙ୍କା ଉଠାଣ ହୋଇଛି। କିନ୍ତୁ ଏହି ଅର୍ଥ ଏସ୍‌ଏଚ୍‌ଜି (ସ୍ୱୟଂ ସହାୟକ ଗୋଷ୍ଠୀ) ମାଧ୍ୟମରେ ଦିଆଯିବା ବଦଳରେ ସିଧାସଳଖ ପିଇଓଙ୍କ ଆକାଉଣ୍ଟକୁ ପ୍ରଦାନ କରାଯାଇଛି।

ଏହା ବ୍ୟତୀତ ଖଳାଗଡ଼ିଆ ପୋଖରୀ ଚାରିପଟେ ବୃକ୍ଷରୋପଣ କରାଯାଇଥିବା ଦର୍ଶାଇ ଫେବୃଆରୀ ୨୦, ୨୦୨୬ରେ ଭାଉଚର ମାଧ୍ୟମରେ ୪୫ ହଜାର ଟଙ୍କା ଉଠାଣ ହୋଇଥିବାବେଳେ ବାସ୍ତବରେ ସେଠାରେ ଗୋଟିଏ ବି ଗଛ ଲଗାଯାଇନାହିଁ। ସେହିପରି ‘ଏକ ପେଡ ମା କେ ନାମ’ ଯୋଜନାରେ ମଧ୍ୟ ଅନୁଦାନ ଖର୍ଚ୍ଚ ହୋଇଥିବା ଦର୍ଶାଯାଇଛି।

ଅଭିଯୋଗର ମାସାଧିକ ସମୟ ପରେ ଏଭଳି ଏକପାଖିଆ ତଦନ୍ତ କରାଯିବା ଏବଂ ଅଭିଯୋଗକାରୀଙ୍କୁ ସାମିଲ ନ କରାଯିବା ନେଇ ସେମାନେ ଉଚ୍ଚସ୍ତରୀୟ ଓ ନିରପେକ୍ଷ ତଦନ୍ତ ଦାବି କରିଛନ୍ତି। ଯଦି ପ୍ରଶାସନ ତୁରନ୍ତ ସ୍ୱଚ୍ଛ ତଦନ୍ତ ନ କରେ, ତେବେ ଆଗାମୀ ଦିନରେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ବିଡ଼ିଓ ରଞ୍ଜନ କୁମାର ପରିଡ଼ା କହିଛନ୍ତି ଯେ ଉଚ୍ଚ ଅଧିକାରୀଙ୍କ ଦ୍ୱାରା ତଦନ୍ତ ହୋଇଥିବାରୁ ସେ ଏନେଇ କିଛି ମନ୍ତବ୍ୟ ଦେଇପାରିବେ ନାହିଁ। ଅପରପକ୍ଷେ, କେନ୍ଦୁଝର ଜିଲା ପରିଷଦର ତଦନ୍ତକାରୀ ଅଧିକାରୀ ଶୁଭଦର୍ଶୀ ଯୋଶୀ କହିଛନ୍ତି ଯେ ତଦନ୍ତ ପ୍ରକ୍ରିୟା କିମ୍ବା ଅଭିଯୋଗକାରୀଙ୍କୁ ସାମିଲ କରିବା ସମ୍ପର୍କରେ ସେ କିଛି କହିବେ ନାହିଁ ଏବଂ ତଦନ୍ତ ରିପୋର୍ଟ ସିଧାସଳଖ ଉଚ୍ଚ ଅଧିକାରୀଙ୍କୁ ପ୍ରଦାନ କରାଯିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

“ଆଟ୍ ହୋମ୍” କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଅଜିତ ସେଠୀ

ଛତ୍ରପୁର,୧୩|୮(ଦିଲ୍ଲୀପ ସାମଲ / ଦ୍ଵାରିକା ପଟନାୟକ): ଆଗାମୀ ସ୍ୱାଧୀନତା ଦିବସ ଅବସରରେ ରାଜଭବନ ତଥା ଲୋକ ସେବା ଭବନରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର “ଆଟ୍ ହୋମ୍”…

ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ ସହ ଲୁଟ୍, ଜେଲ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୩|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ନିକଟରେ ଏକ ଯାତ୍ରୀବାହୀ ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ କରିବା ସହ ୨୨୦୦…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri