ସରକାରୀ ଅର୍ଥ ଆତ୍ମସାତ: ବନ୍ଧାହେଲେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ

ଦାରିଙ୍ଗବାଡି,୧୯।୬ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକରେ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସରକାରୀ ଅର୍ଥକୁ ବେଧଡକ ବ୍ୟାଙ୍କରୁ ଉଠାଣ କରି ଆତ୍ମସାତ କରିବା ଘଟଣାରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଗିରଫ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ହେଲେ ଅକ୍ରୁର ମାଝୀ। ତାଙ୍କୁ ଭିଜିଲାନ୍ସ ଏସମ୍ପର୍କରେ ଅଧିକା ପଚରାଉଚରା କରୁଥିବା ଜଣାପଡିଛି।

ପ୍ରକାଶ ଯେ, ଗତ ୨୦୨୩/୨୪ ଆର୍ଥିକ ବର୍ଷରେ ସେ ଉକ୍ତ ବ୍ଲକର ୨ଟି ଅର୍ଥାତ ଝିଞ୍ଜିରୀଗୁଡା ଏବଂ ସରାମୁଳି ଦାୟିତ୍ୱରେ ଥିବା ସମୟରେ ପାଞ୍ଚଦସ କେନ୍ଦ୍ରୀୟ ଅର୍ଥ କମିଶନ ଅନୁଦାନ ଏବଂ ପଞ୍ଚାମ ରାଜ୍ୟ ଅର୍ଥ କମିଶନ ଅନୁଦାନ ପ୍ରାୟ ୫୩ ଲକ୍ଷ ଟଙ୍କାକୁ ବ୍ୟାଙ୍କ ଆକାଉଣ୍ଟରୁ ସିଧା ବ୍ୟାଙ୍କ ଚେକ ମାଧ୍ୟମରେ ଉଠାଣ କରି ଆତ୍ମସାତ କରିଥିବା ସ୍ଥାନୀୟ ପ୍ରଶାସନ ଗତ ନଭେମ୍ବରରେ ଜିଲ୍ଲା ପ୍ରଶାସନଙ୍କୁ ଲିଖିତ ଅଭିଯୋଗ କରିଥିଲା। ଏହାର ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରଶାସନ ଭିଜିଲାନ୍ସର ସହଯୋଗ ଲୋଡ଼ିଥିଲା। ଭିଜିଲାନ୍ସ ସେହିଦିନଠାରୁ ତଦନ୍ତ କରିବା ସହ ଘଟଣାର ସତ୍ୟାସତ୍ୟ ପାଇ ଅକ୍ରୁରଙ୍କୁ ଗିରଫ କରାଯାଇଛି। ବ୍ଲକ ପ୍ରଶାସନ ସୂତ୍ରରୁ ମିଳିଥିବା ତଥ୍ୟ ଅନୁସାରେ ଉକ୍ତ ଅନୁଦାନକୁ ଯେଉଁ ସବୁ ପ୍ରକଳ୍ପରେ ଖର୍ଚ୍ଚ କରାଯିବ, ସେଠି ଅନଲାଇନ ମାଧ୍ୟମରେ ପୈଠ କରାଯିବା ନିୟମ ରହିଛି। କିନ୍ତୁ ଦାୟିତ୍ୱରେ ଥିବା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ନିୟମକୁ ପାଳନ ନ କରି ଚେକରେ ଟଙ୍କା ଉଠାଣ କରୁଥିବା ପ୍ରଶାସନ ଜାଣି ତାଙ୍କୁ ନଭେମ୍ବରରୁ ପ୍ରଥମେ ପଞ୍ଚାୟତ ଦାୟିତ୍ୱରୁ ଅପସାରଣ କରି ବ୍ଲକ ହେଡକ୍ୱାଟରରେ ଡ୍ୟୁଟି କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଏହି ଅର୍ଥ ଆତ୍ମସାତ ଘଟଣାରେ ପଞ୍ଚାୟତର ଆଉ କିଏ କିଏ ସାମିଲ ଅଛନ୍ତି କି ନାହିଁ ସେ ନେଇ ଭିଜିଲାନ୍ସ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri