Posted inଜାତୀୟ

ଏସ୍‌ବିଆଇ-ପିଏନ୍‌ବିରେ ଜମା ହେବ ନାହିଁ ସରକାରୀ ଧନ:ସବୁ ଆକାଉଣ୍ଟ ହେବ ବନ୍ଦ

ବେଙ୍ଗାଲୁରୁ,୧୬।୮: କର୍ନାଟକ ସରକାର ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (ଏସବିଆଇ) ଏବଂ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନବି) ରେ କୌଣସି ସରକାରୀ ଟଙ୍କା ଜମା ନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ବ୍ୟାଙ୍କଗୁଡିକରେ ପରିଚାଳିତ ଆକାଉଣ୍ଟକୁ ବନ୍ଦ କରିବା ଏବଂ ଜମା ପ୍ରତ୍ୟାହାର କରିବାକୁ ରାଜ୍ୟ ଅର୍ଥ ବିଭାଗ ସମସ୍ତ ସରକାରୀ ବିଭାଗ, ଉଦ୍ୟୋଗ, ବୋର୍ଡ ଏବଂ ନିଗମକୁ ନିର୍ଦ୍ଦେଶ ଦେଇଛନ୍ତି।
ଏସବିଆଇ ଏବଂ ପିଏନବି କର୍ନାଟକର ବିଭିନ୍ନ ବୋର୍ଡ ଏବଂ ନିଗମର ସରକାରୀ ପାଣ୍ଠିର ଅପବ୍ୟବହାର କରିଥିବା ଅଭିଯୋଗ ହୋଇଛି। ସରକାରଙ୍କ କହିବାନୁସାରେ, ନଭେମ୍ବର ୨୦୧୨ରେ କର୍ନାଟକ ଇଣ୍ଡଷ୍ଟ୍ରିଆଲ ଏରିଆ ଡେଭଲପମେଣ୍ଟ ବୋର୍ଡ ପିଏନ୍‌ବିର ରାଜାଜୀ ନଗର ଶାଖାରେ ୨୫ କୋଟି ଟଙ୍କା ଜମା କରିଥିଲା। ଜମା ଅବଧି ଶେଷ ପରେ ବ୍ୟାଙ୍କ ମାତ୍ର ୧୩ କୋଟି ଟଙ୍କା ଫେରସ୍ତ କରିଛି। ୧୨ କୋଟି ଟଙ୍କା ଅପବ୍ୟବହାର କରାଯାଇଥିଲା। ସେହିଭଳି ୨୦୧୩ରେ କର୍ନାଟକ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଷ୍ଟେଟ ବ୍ୟାଙ୍କ ଅଫ ମହୀଶୁରରେ ୧୦ କୋଟି ଟଙ୍କା ଜମା କରିଥିଲା। ଅଭିଯୋଗ ହୋଇଛି, ବ୍ୟାଙ୍କ ସମ୍ପୂର୍ଣ୍ଣ ପରିମାଣକୁ ଋଣରେ ଆଡଜଷ୍ଟ କରି ଜମା ଫେରସ୍ତ କରିବାକୁ ମନା କରିଦେଇଛି। ଉଭୟ ମାମଲା କୋର୍ଟରେ ବିଚାରାଧୀନ ଅଛି।
ସରକାରଙ୍କ ଅର୍ଥ ବିଭାଗ ଏ ସମ୍ପର୍କରେ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶରେ କୁହାଯାଇଛି ଯେ, ସମସ୍ତ ବିଭାଗ ଏହି ବ୍ୟାଙ୍କଗୁଡିକରେ ପରିଚାଳିତ ଆକାଉଣ୍ଟକୁ ବନ୍ଦ କରି ଜମା ପ୍ରତ୍ୟାହାର କରିବା ଉଚିତ୍‌। କର୍ନାଟକର ଅର୍ଥ ବିଭାଗର ସଚିବଙ୍କ ଦ୍ୱାରା ଜାରି କରାଯାଇଥିବା ଆଦେଶରେ କୁହାଯାଇଛି ଯେ, ଏହି ବ୍ୟାଙ୍କଗୁଡିକରେ କୌଣସି ନୂତନ ଅର୍ଥ ବିନିଯୋଗ କରାଯିବା ଉଚିତ ନୁହେଁ। ଖାତା ବନ୍ଦ କରିବାକୁ ଏବଂ ସରକାରଙ୍କୁ ଜମା ପ୍ରତ୍ୟାହାରର ବିବରଣୀ ଦେବାକୁ ଅର୍ଥ ବିଭାଗ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri