ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ: କଠିନ ପରିଶ୍ରମ କରି…

ଦିଗପହଣ୍ଡି,୧୨ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଛି। ଶିକ୍ଷକ ଜଗଦୀଶ ସାହୁ ବେଦମନ୍ତ୍ର ପାଠ କରିବା ପରେ ପ୍ରଧାନ ଶିକ୍ଷୟତ୍ରୀ ବିଷ୍ଣୁପ୍ରିୟା ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣ ସଭାରେ ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରୀ ମାନେ କଠିନ ପରିଶ୍ରମ କରି ସଫଳତାର ଶୀର୍ଷ ସୋପାନରେ ପହଞ୍ଚିବା ପାଇଁ ପରାମର୍ଶ ଦେଇଥିଲେ। ବାଳିକା ଶିକ୍ଷାର ଅଭିବୃଦ୍ଧି ଘଟିଛି। ପ୍ରତିଟି କ୍ଷେତ୍ରରେ ବାଳିକା ମାନେ ବାଳକ ମାନଙ୍କଠାରୁ ଆଗରେ ରହି ଆସୁଛନ୍ତି। ତେଣୁ  ଛାତ୍ରୀ ମାନେ ନିଜକୁ ନ୍ୟୁନ ମନେ ନକରି ଭଲ ପାଠ ପଢିବା ଉଚିତ ବୋଲି ସେ କହିଥିଲେ। ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଡ.ଶଙ୍କର ନାରାୟଣ ବେଜ ମୁଖ୍ୟବକ୍ତା ଭାବେ ଯୋଗଦେଇ ଛାତ୍ରୀମାନଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ। ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀ, ରସାନନ୍ଦ ଘଡ଼େଇ, ସ୍କୁଲ ପରିଚାଳନା କମିଟି ସଭାନେତ୍ରୀ ରଶ୍ମିତା ସାହୁ, ସିଆରସିସି ଅନିଲ କୁମାର ଦାସ, କାଉନସିଲର ସୁଶାନ୍ତ କୁମାର ପାତ୍ର ପ୍ରମୁଖ ମଞ୍ଚାସୀନ ଥିଲେ। ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରୀମାନଙ୍କୁ ଅତିଥିବୃନ୍ଦ ପୁରସ୍କୃତ କରାଯାଇଥିଲା। ଶେଷରେ ଛାତ୍ରୀମାନଙ୍କ ପକ୍ଷରୁ ସାଂସ୍କୃତିକ ବିଚିତ୍ରା ପରିବେଷଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟ ଭାଇ ଦେଲା ବିଶ୍ବାସରେ ବିଷ:୧୩ ବର୍ଷୀୟା ନାବାଳିକା ହେଲେ ୬ ମାସର ଗର୍ଭବତୀ, ଡାକ୍ତରୀ ପରୀକ୍ଷା ପରେ…

ବୈଶିଙ୍ଗା,୧୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ବଳାତ୍କାର ଶିକାର ଜନୈକା ୧୩ ବର୍ଷିୟା ନାବାଳିକା ୬ମାସର ଗର୍ଭବତୀ ହେବା ଘଟଣାରେ ସମ୍ପର୍କୀୟ ଭାଇକୁ ଗିରଫ କରିଛି…

ପରିବେଶ ପ୍ରଦୂଷିତ ଅଭିଯୋଗ: ମା’ ତାରିଣୀ ପଥର କ୍ରଶର ୟୁନିଟକୁ ସିଲ୍ କଲା ପ୍ରଶାସନ                     

ଦିଗପହଣ୍ଡି,୧୫|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ଡ଼ଙ୍କାରି ମୌଜା ରେ ଥିବା ମା ‘ ତାରିଣୀ ପଥର କ୍ରଶର ୟୁନିଟ କୁ…

କର୍ମକ୍ଷେତ୍ରରେ ମହିଳାଙ୍କୁ ଯୌନ ନିର୍ଯାତନା: ନିଲମ୍ବିତ ହେଲେ ବରଗଡ଼ ବିଇଓ, ଡିଇଓ 

ବରଗଡ଼,୧୫।୫(ପ୍ରେମାନନ୍ଦ ଖମାରୀ)- କର୍ମକ୍ଷେତ୍ରରେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଏବଂ ବିଭାଗରେ ଆର୍ଥିକ ଅନିୟମିତତା ଅଭିଯୋଗ ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଏହି ମାମଲାରେ ଗିରଫ…

ରାଜ୍ୟସ୍ତରୀୟ ପ୍ରାଥମିକ ଆଚାର୍ଯ୍ୟ ପ୍ରଶିକ୍ଷଣ : ତାଲିମ ନେଲେ…

ଦିଗପହଣ୍ଡି,୧୫ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ରାଜ୍ୟ ବିଦ୍ୟା ଭାରତୀ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଗତ ୫ ତାରିଖ ଠାରୁ…

ଯୁକ୍ତ ୩ ପରୀକ୍ଷା ଫଳ ପ୍ରକାଶିତ: କେଏସୟୁବିର ବଡ଼ ସଫଳତା

ଭଞ୍ଜନଗର,୧୫।୫(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଯୁକ୍ତ ୩ ଶେଷ ବର୍ଷ (ସ୍ନାତକ) କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷାଫଳ ଶୁକ୍ରବାର ସନ୍ଧ୍ୟାରେ ପ୍ରକାଶିତ ହୋଇଛି। ଏଥିରେ ଭଞ୍ଜନଗର କବି…

ମହିଳାଙ୍କ ସ୍ବାମୀ ଅନ୍ୟ ରାଜ୍ୟରେ କାମ କରୁଥିବା ବେଳେ ଗଢ଼ିଉଠିଲା ପ୍ରେମ, ଜାଣିବା ପରେ ହାଣିଲେ…

ଦିଗପହଣ୍ଡି,୨୫ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପ୍ରେମ ସମ୍ପର୍କକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରାଯାଇଥିବା ଅଭିଯୋଗ…

ଭଞ୍ଜନଗର ଠାକୁରାଣୀ ଯାତ୍ରା: ଅନ୍ତରା ଚକ୍ରବର୍ତ୍ତୀଙ୍କ ଗୀତରେ ଝୁମିଲେ ଦର୍ଶକ

ଭଞ୍ଜନଗର, ୧୫।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା  ଭଞ୍ଜନଗର ଠାକୁରାଣୀ ଯାତ୍ରା ଶୁକ୍ରବାର ୨୦ତମ ଦିନରେ ପହଞ୍ଚିଛି। ଏହି ଅବସରରେ କବି ସମ୍ରାଟ ରଙ୍ଗମଞ୍ଚରେ ଅନୁଷ୍ଠିତ ସାଂସ୍କୃତିକ…

୬ କୋଟି ବ୍ୟୟରେ ନିର୍ମାଣ ହେବ ଚାରିଧାମ ପାର୍କ ପ୍ରକଳ୍ପ: ବିଧାୟକଙ୍କ ଦ୍ବାରା ବିଭିନ୍ନ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ

ଦିଗପହଣ୍ଡି,୧୫|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାର୍ଯ୍ୟାଳୟ ପକ୍ଷରୁ ସହର ରେ ନବନିର୍ମିତ ବିଭିନ୍ନ ପ୍ରକଳ୍ପ କୁ ଶୁକ୍ରବାର  ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri