ଡ୍ରାଇଭରମାନଙ୍କ ସମସ୍ୟାର ସ୍ଥାୟୀ ସମାଧାନ କରିବାକୁ ସରକାରଙ୍କୁ ୯୦ ଦିନର ସମୟ

ବଲାଙ୍ଗୀର,୧୧ା୬(ସୁନିଲ କୁମାର ମହାନ୍ତି): ଅଟୋ ଓ ପ୍ରାଇଭେଟ ଗାଡ଼ିର ବୃତ୍ତିଗତ ଡ୍ରାଇଭରମାନଙ୍କୁ ଡ୍ରାଇଭର କଲ୍ୟାଣ ବୋର୍ଡରେ ସାମିଲ କରିବା ଏବଂ ଡ୍ରାଇଭରମାନଙ୍କୁ ନିର୍ବାଚନରେ ତାଙ୍କର ମତଦାନ ଦେବାର ସାମ୍ବିଧାନିକ ଅଧିକାରରୁ ବଞ୍ଚିତ ରହୁଥିବା ଏହା ସହିତ ଡ୍ରାଇଭରମାନଙ୍କର ରହିଯାଇଥିବା ଅନ୍ୟାନ୍ୟ ସମସ୍ୟାକୁ ନେଇ ସଂଘ ପକ୍ଷରୁ ବାରମ୍ବାର ସରକାରଙ୍କୁ ଜଣାଇବା ପରେ ମଧ୍ୟ ଏହାର ସମାଧାନ କରାଯାଉନାହିଁ। ଏଣୁ ଗୁରୁବାର ଏହାର ପ୍ରତିବାଦରେ ଓଡ଼ିଶା ଡ୍ରାଇଭର ମହାସଂଘ ବଲାଙ୍ଗୀର ପକ୍ଷରୁ ଏକ ଶୋଭାଯାତ୍ରାରେ ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ମୁଖ୍ୟମନ୍ତ୍ରୀଙ୍କୁ ଜିଲାପାଳଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରାଯାଇଛି। ଅଟୋ ଓ ବୃଦ୍ଧିଗତ ପ୍ରାଇଭେଟ ଗାଡ଼ି ଡ୍ରାଇଭରମାନଙ୍କୁ ଡ୍ରାଇଭର କଲ୍ୟାଣ ବୋର୍ଡରେ ସାମିଲ କରିବା ସହିତ ସମସ୍ତ ଡ୍ରାଇଭରମାନଙ୍କ ସୋସିଆଲ ସିକ୍ୟୁରିଟି ପ୍ରଦାନ ଓ ନିର୍ବାଚନରେ ଡ୍ରାଇଭରମାନେ ଭୋଟ ଦେବା ଭଳି ସାମ୍ବିଧାନିକ ଅଧିକାରରୁ ବଞ୍ଚିତ ନ କରିବା ଡ୍ରାଇଭରମାନଙ୍କ ସମସ୍ୟାର ସ୍ଥାୟୀ ସମାଧାନ କରିବାକୁ ସରକାରଙ୍କଠାରେ ଦାବି କରାଯାଇ ସରକାରଙ୍କୁ ଓଡ଼ିଶା ଡ୍ରାଇଭର ସଂଘ ଏକତା ମହାମଞ୍ଚ ପକ୍ଷରୁ କୁହାଯାଇଛି। ଆଗାମୀ ୯୦ ଦିନ ମଧ୍ୟରେ ଡ୍ରାଇଭରମାନଙ୍କର ସମସ୍ୟାର ସ୍ଥାୟୀ ସମାଧାନ ନ ହୁଏ ତେବେ ବାଧ୍ୟ ହୋଇ ସମଗ୍ର ଡ୍ରାଇଭର ସମାଜ ଆଗକୁ ବଡ଼ ଆନ୍ଦୋଳନାତ୍ମକ ପନ୍ଥା ହାତକୁ ନେବେ ବୋଲି ଚେତାବନୀ ଦେଇଛନ୍ତି। ପରେ ବଲାଙ୍ଗୀର ଏସ୍‌ପି, ଓ ଆର୍‌ଟିଓ ମଧ୍ୟ ଡ୍ରାଇଭର ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ କରିଥିବା ଜଣାପଡ଼ିଛି।

ଦାବିପତ୍ର ପ୍ରଦାନ ସମୟରେ ଓଡ଼ିଶା ଚାଳକ ସଂଘ ବଲାଙ୍ଗୀର ସଭାପତି ଇସାକ ସାଗରଙ୍କ ସମେତ ବିଭି ମହାରଣା, ଅର୍ଜୁନ ତାଣ୍ଡି, ସୁମନ୍ତ ପଟେଲ, ଅମିତ ଦଣ୍ଡସେନା, ଅମୂଲ୍ୟ ସାହୁ, ଦିଲୀପ ନାଏକ ପ୍ରମୁଖ ଉପସ୍ଥିତ ଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?