ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର,୧୪।୭: ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ ସରକାରଙ୍କୁ ଘେରୁଛନ୍ତି। ଏସବୁ ଭିତରେ ସୋମବାର ରାଜ୍ୟ ସରକାର ଏକ ବଡ଼ ପପକ୍ଷେପ ନେଇଛନ୍ତି। ସବୁ କଲେଜରେ ତୁରନ୍ତ ଇଣ୍ଟରନାଲ କମିଟି ଗଢ଼ିବାକୁ ଚିଠି ଲେଖାଯାଇଛି। ୨୪ ଘଣ୍ଟା ମଧ୍ୟରେ ଇଣ୍ଟରନାଲ କମିଟି ନେଇ ରିପୋର୍ଟ କରିବାକୁ ଚିଠିରେ ଉଲ୍ଲେଖ ରହିଛି। ସବୁ ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର ଓ କଲେଜ ପ୍ରିନ୍ସିପାଲଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି ପଠାଯାଇଛି। କମିଟି ସଦସ୍ୟଙ୍କ ନାଁ ଓ କଣ୍ଟାକ୍ଟ ନମ୍ବର ସ୍ପଷ୍ଟ ଚିହ୍ନିତ ସ୍ଥାନରେ ଡିସ୍ପ୍ଲେ ନିର୍ଦ୍ଦେଶ ଦିଆଯାଇଛି। ସେମାନଙ୍କ ବାବଦରେ ବିସ୍ତୃତ ତଥ୍ୟ HIMS ପୋର୍ଟାଲରେ ଅପ୍‌ଲୋଡ ହେବ। ଯୌନ ନିର୍ଯାତନା ବାବଦରେ ସଚେତନ ପାଇଁ ତୁରନ୍ତ ୱାର୍କସପ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଶିକ୍ଷା ବିଭାଗର ମୁଖ୍ୟ (ଏଚ୍‌ଓଡି) ତଥା ଅଧ୍ୟାପକ ସମୀର କୁମାର ସାହୁଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇଥିବା ଜଣେ ଛାତ୍ରୀ ଶନିବାର ନିଜ ଦେହରେ ପେଟ୍ରୋଲ ଢାଳି ଆମତ୍ାହୁତି ଉଦ୍ୟମ କରିଥିଲେ। ସେ ମୃତ୍ୟୁ ସହ ସଂଗ୍ରାମ କରୁଥିବାବେଳେ ତାଙ୍କର ୧୨ ଦିନ ତଳର ଟୁଇଟ୍‌ ଏବେ ଭାଇରାଲ ହୋଇଛି, ଯାହାକୁ ନେଇ ସାରା ରାଜ୍ୟରେ କ୍ଷୋଭ ପ୍ରକାଶ ପାଇଛି। ୬ ମାସ ଧରି ଦିଆଯାଇଆସୁଥିବା ଶାରୀରିକ, ମାନସିକ ନିଯର୍ର୍ାତନା ସମ୍ପର୍କରେ ପୀଡ଼ିତା ଜୁଲାଇ ୧ରେ ନିଜ ସୋସିଆଲ ମିଡିଆ ‘X’ ହ୍ୟାଣ୍ଡଲରେ ଜଣାଇଥିଲେ। ଏହାର ପୂର୍ବ ଦିନ ଅର୍ଥାତ୍‌ ଜୁନ୍‌ ୩୦ ତାରିଖରେ ସେ ବରିଷ୍ଠ ପୋଲିସ ଅଧିକାରୀ, ଅଧ୍ୟାପକ ଏବଂ କେତେଜଣ ଛାତ୍ରୀଛାତ୍ରଙ୍କ ଉପସ୍ଥିତିରେ ନିର୍ଯାତନା ସମ୍ପର୍କରେ କଲେଜ ଅଧ୍ୟକ୍ଷଙ୍କୁ ଲିଖିତ ଅଭିଯୋଗ କରିଥିଲେ। ୧ ତାରିଖରେ ‘X’ରେ ଏନେଇ ତଥ୍ୟ ଉଲ୍ଲେଖ କରିବା ସହ କେତେଜଣ ବିଶିଷ୍ଟ ବ୍ୟକ୍ତି ଓ କର୍ତ୍ତୃପକ୍ଷଙ୍କୁ ଟ୍ୟାଗ୍‌ କରିଥିଲେ। ସେମାନଙ୍କ ମଧ୍ୟରେ ରହିଛନ୍ତି ଓଡ଼ିଶାର ଉଚ୍ଚଶିକ୍ଷା ବିଭାଗ (@ଡିଏଚ୍‌ଇ), ଉଚ୍ଚଶିକ୍ଷା ମନ୍ତ୍ରୀ (@ସୂର୍ଯ୍ୟବଂଶୀବିଜେପି), କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ (@ଡିପ୍ରଧାନବିଜେପି), @ସିଏମ୍‌ଓ_ଓଡ଼ିଶା, @ମୋହନଏମ୍‌ଓଡ଼ିଶା, ବାଲେଶ୍ୱର ଜିଲାପାଳ (@ଡିବାଲେଶ୍ୱର), ବାଲେଶ୍ୱର ବିଧାୟକ ମାନସ କୁମାର ଦତ୍ତ (@ମାନସକୁମାରଦତ୍ତ), କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ (@ଏଡୁମିନ୍‌ଅଫ୍‌ଇଣ୍ଡିଆ) ଓ ଜାତୀୟ ମହିଳା କମିଶନ(@ଏନ୍‌ସିଡବ୍ଲ୍ୟୁଇଣ୍ଡିଆ)। ଏହିମାନଙ୍କ ପାଖରୁ ପୀଡ଼ିତା ନ୍ୟାୟ ଆଶା ରଖିଥିଲେ। କଲେଜ ଅଧ୍ୟକ୍ଷ ତାଙ୍କୁ ୪/୫ ଦିନ ସମୟ ମାଗିଥିଲେ। ହେଲେ ନା କୌଣସି କର୍ତ୍ତୃପକ୍ଷ ତାଙ୍କ ଅଭିଯୋଗକୁ ଗୁରୁତ୍ୱ ଦେଲେ ନା ଅଧ୍ୟକ୍ଷଙ୍କଠାରୁ ସେ ନ୍ୟାୟ ପାଇଲେ। ଶେଷରେ ହତାଶ ହୋଇ ଆମତ୍ାହୁତି ଦେବା ପାଇଁ ଚରମ ପଦକ୍ଷେପ ନେଲେ। ନିର୍ଯାତିତା ଛାତ୍ରୀଙ୍କ ଏହି ଟୁଇଟ୍‌ରେ ଟ୍ୟାଗ୍‌ ହୋଇଥିବା ବ୍ୟକ୍ତିମାନଙ୍କ ଉପରେ ଏବେ ସୋସିଆଲ ମିଡିଆ ୟୁଜର୍ସ ଗଭୀର ଅସନ୍ତୋଷ ପ୍ରକାଶ କରିଛନ୍ତି। କେହି ଜଣେ ଶୁଣିଥିଲେ, ଛାତ୍ରୀ ନିଜ ଦେହରେ ନିଅଁା ଲଗାଇଦେବା ଭଳି ଘଟଣା ଘଟି ନ ଥାନ୍ତା ବୋଲି ୟୁଜର୍ସ ଦର୍ଶାଇବା ସହ ପ୍ରକୃତରେ କିଏ ଦାୟୀ ଏବଂ କାହା ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବା ଉଚିତ ବୋଲି ପ୍ରଶ୍ନ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଟ୍ରମ୍ପଙ୍କ ସାପ୍ତାହିକ ଛୁଟି ବାତିଲ, ଜାଣନ୍ତୁ ପୂରା ମାମଲା…

ଓ୍ବାଶିଂଟନ,୪ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ଓ୍ବିକ୍‌ଲି ଅଫ୍‌ ବା ସାପ୍ତାହିକ ଛୁଟି ବାତିଲ କରିଛନ୍ତି। ହ୍ବାଇଟ୍‌ ହାଉସରୁ ମିଳିଥିବା ସୂଚନା ଅନୁଯାୟୀ, ଟ୍ରମ୍ପ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri