ରାସ୍ତା ଉନ୍ନତିକରଣ ନାଁରେ ସରକାରୀ ଅନୁଦାନ ବାଟମାରଣା

କୋକସରା,୧୯ା୭(ଦୁଷ୍ମନ୍ନ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଡାଲଗୁମା ପଞ୍ଚାୟତରୁ ବାଙ୍କୀମୁଣ୍ଡାକୁ ସଂଯୋଗ କରୁଥିବା ରାସ୍ତା ଏହି ଅଞ୍ଚଳବାସୀଙ୍କ ପାଇଁ ମୁଖ୍ୟ ଯାତାୟାତର ମାଧ୍ୟମ ହୋଇଥିବା ବେଳେ ଦଶନ୍ଧି ପରେ ମଧ୍ୟ ଏହି ରାସ୍ତା ଉପରେ ପ୍ରଶାସନର ନଜର ପଡୁନାହିଁ । କୋକସରା ବ୍ଲକରୁ ଧର୍ମଗଡ଼ ବ୍ଲକକୁ ସଂଯୋଗ କରୁଥିବା ଏହି ରାସ୍ତା ଦେଇ ପ୍ରତ୍ୟହ ଶତାଧିକ ଜନସାଧାରଣ ନିର୍ଭରଶୀଳ ହେଇଥିବା ବେଳେ ଡାଲଗୁମାରୁ ବାଙ୍କୀମୁଣ୍ଡା ୩ କିଲୋମିଟର ରାସ୍ତା ପାଇଁ ଅଞ୍ଚଳବାସୀ ଅନେକ ସମୟରେ ନର୍ବାଚିତ ବିଧାୟକ, ଜନପ୍ରତିନିଧି, ବ୍ଲକ, ଜିଲା ପ୍ରଶାସନ ନିକଟରେ ଅଭିଯୋଗ କରିଛନ୍ତି। ତେବେ ପଞ୍ଚାୟତ ଅନୁଦାନରୁ ପ୍ରତିବର୍ଷ ମାଟି ମୋରମ ପକାଇ ନାମକୁ ରାସ୍ତା ଉନ୍ନତିକରଣ ନାଁରେ ବାଟମାରଣା ହେଉଛି ସରକାରୀ ଅନୁଦାନ। ତେବେ ଗ୍ରାମ୍ୟ ଉନ୍ନୟନ ବିଭାଗ ଧର୍ମଗଡ଼ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଚିତାମୁଣ୍ଡାରୁ ଡାଲଗୁମା ବାଙ୍କୀମୁଣ୍ଡା ୬ କିଲୋମିଟର ରାସ୍ତା ପାଇଁ ଟେଣ୍ଡର ପ୍ରକ୍ରିୟା ସରିଥିବା ଜଣାପଡିଛି ଓ ଆଗାମୀ ମାସେ ମଧ୍ୟରେ ରାସ୍ତା କାର୍ଯ୍ୟ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣ ହେବ ବୋଲି ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ସୁରେଶ ବାରିହା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?