ସରକାରୀ ଅନୁଦାନର ବର୍ଷା

ଭବାନୀପାଟଣା,୨୫।୧୦(ସ୍ବ.ପ୍ର.): ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ବିଧାୟକ, ଏମ୍‌ପି ଓ ମନ୍ତ୍ରୀମାନଙ୍କୁ ପ୍ରଭାବିତ କରି ବିପୁଳ ସରକାରୀ ଅର୍ଥ ନିଜ ସ୍କୁଲ ଓ କଲେଜ ପାଇଁ ନେଇଥିବା ଜଣାପଡିଛି। ସ୍ଥାନୀୟ ବିଧାୟକଙ୍କ ବିନା ସୁପାରିସରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦରୁ ଅନୁଦାନ ମିଳିବା ସମ୍ଭବ ନୁହଁ। ୨୦୧୦-୧୧ରୁ ୨୦୧୪-୧୫ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ୫ଟି ପ୍ରକଳ୍ପ ପାଇଁ ୧୬ ଲକ୍ଷ ୨୩ ହଜାର ଟଙ୍କା ଅନୁଦାନ ଦିଆଯାଇଥିବାବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରାୟ ୪୩ ଲକ୍ଷ ଟଙ୍କା ଅନୁଦାନ ଦିଆଯାଇଥିବା ଜଣାପଡିଛି। କେବଳ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠି ନୁହେଁ, ସ୍ଥାନୀୟ ବିଧାୟକ ତଥା ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ନିଜ ବିଧାୟକ ପାଣ୍ଠିରୁ ୨୦୧୪ରୁ ୨୦୧୯ ମଧ୍ୟରେ ପ୍ରାୟ ୪୦ ଲକ୍ଷ ଟଙ୍କା ମଞ୍ଜୁର କରିଥିବା ଜଣାପଡିଛି। ସେହିପରି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ତତ୍କାଳୀନ କଳାହାଣ୍ଡି ଏମ୍‌ପି ଭକ୍ତ ଚରଣ ଦାସ ୨୦୧୦-୧୧ରୁ ୨୦୧୨-୧୩ ପର୍ଯ୍ୟନ୍ତ ଏମ୍‌ପି ଲ୍ୟାଡ୍‌ କଲେଜର ୭ଟି ପ୍ରକଳ୍ପ ପାଇଁ ୩୬ ଲକ୍ଷ ଟଙ୍କା ଅନୁଦାନ ଦେଇଥିବା ଏକ ରିପୋର୍ଟରୁ ଜଣାପଡ଼ିଛି। ସେହିପରି ୨୦୧୭-୧୮ରେ ତକତ୍ାଳୀନ କଳାହାଣ୍ଡି ଏମ୍‌ପି ଅର୍କକେଶରୀ ଦେଓ ସାଂସଦ ପାଣ୍ଠିରୁ କଲେଜର ଅତିରିକ୍ତ ଶ୍ରେଣୀ ଗୃହ ନିର୍ମାଣ ପାଇଁ ୫ ଲକ୍ଷ ଟଙ୍କା ଦେଇଥିବା ସୂଚନା ଫଳକରୁ ଦେଖିବାକୁ ମିଳେ। ପଶ୍ଚିମ ଓଡ଼ିଶା ବିକାଶ ପରିଷଦ, ଏମ୍‌ପି, ବିଧାୟକ ଓ ସ୍ପେଶାଲ ଡେଭଲପମେଣ୍ଟ ପାଣ୍ଠିକୁ ମିଶାଇ ପ୍ରାୟ ଦେଢ଼ରୁ ୨ କୋଟି ଟଙ୍କାର ସରକାରୀ ଅନୁଦାନ ପାଇବାରେ ଗୋବିନ୍ଦ ସକ୍ଷମ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ଗିରଫ କଲା ଭିଜିଲାନ୍ସ: ଆୟଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ହୋଇଥିଲା ଚଢାଉ

ବଞ୍ଚୋ,୩୧।୧୨ (ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri