ସରକାରୀ ଅନୁଦାନର ବର୍ଷା

ଭବାନୀପାଟଣା,୨୫।୧୦(ସ୍ବ.ପ୍ର.): ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ବିଧାୟକ, ଏମ୍‌ପି ଓ ମନ୍ତ୍ରୀମାନଙ୍କୁ ପ୍ରଭାବିତ କରି ବିପୁଳ ସରକାରୀ ଅର୍ଥ ନିଜ ସ୍କୁଲ ଓ କଲେଜ ପାଇଁ ନେଇଥିବା ଜଣାପଡିଛି। ସ୍ଥାନୀୟ ବିଧାୟକଙ୍କ ବିନା ସୁପାରିସରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦରୁ ଅନୁଦାନ ମିଳିବା ସମ୍ଭବ ନୁହଁ। ୨୦୧୦-୧୧ରୁ ୨୦୧୪-୧୫ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ୫ଟି ପ୍ରକଳ୍ପ ପାଇଁ ୧୬ ଲକ୍ଷ ୨୩ ହଜାର ଟଙ୍କା ଅନୁଦାନ ଦିଆଯାଇଥିବାବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରାୟ ୪୩ ଲକ୍ଷ ଟଙ୍କା ଅନୁଦାନ ଦିଆଯାଇଥିବା ଜଣାପଡିଛି। କେବଳ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠି ନୁହେଁ, ସ୍ଥାନୀୟ ବିଧାୟକ ତଥା ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ନିଜ ବିଧାୟକ ପାଣ୍ଠିରୁ ୨୦୧୪ରୁ ୨୦୧୯ ମଧ୍ୟରେ ପ୍ରାୟ ୪୦ ଲକ୍ଷ ଟଙ୍କା ମଞ୍ଜୁର କରିଥିବା ଜଣାପଡିଛି। ସେହିପରି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ତତ୍କାଳୀନ କଳାହାଣ୍ଡି ଏମ୍‌ପି ଭକ୍ତ ଚରଣ ଦାସ ୨୦୧୦-୧୧ରୁ ୨୦୧୨-୧୩ ପର୍ଯ୍ୟନ୍ତ ଏମ୍‌ପି ଲ୍ୟାଡ୍‌ କଲେଜର ୭ଟି ପ୍ରକଳ୍ପ ପାଇଁ ୩୬ ଲକ୍ଷ ଟଙ୍କା ଅନୁଦାନ ଦେଇଥିବା ଏକ ରିପୋର୍ଟରୁ ଜଣାପଡ଼ିଛି। ସେହିପରି ୨୦୧୭-୧୮ରେ ତକତ୍ାଳୀନ କଳାହାଣ୍ଡି ଏମ୍‌ପି ଅର୍କକେଶରୀ ଦେଓ ସାଂସଦ ପାଣ୍ଠିରୁ କଲେଜର ଅତିରିକ୍ତ ଶ୍ରେଣୀ ଗୃହ ନିର୍ମାଣ ପାଇଁ ୫ ଲକ୍ଷ ଟଙ୍କା ଦେଇଥିବା ସୂଚନା ଫଳକରୁ ଦେଖିବାକୁ ମିଳେ। ପଶ୍ଚିମ ଓଡ଼ିଶା ବିକାଶ ପରିଷଦ, ଏମ୍‌ପି, ବିଧାୟକ ଓ ସ୍ପେଶାଲ ଡେଭଲପମେଣ୍ଟ ପାଣ୍ଠିକୁ ମିଶାଇ ପ୍ରାୟ ଦେଢ଼ରୁ ୨ କୋଟି ଟଙ୍କାର ସରକାରୀ ଅନୁଦାନ ପାଇବାରେ ଗୋବିନ୍ଦ ସକ୍ଷମ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri