ବ୍ଲକ୍‌ଗ୍ରାଣ୍ଟ କର୍ମଚାରୀଙ୍କ ଅନୁକମ୍ପାମୂଳକ ସହାୟତା ରାଶି ବଢ଼ାଇଲେ ସରକାର

ଭୁବନେଶ୍ୱର,୧୦ା୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟ କରୁଥିବା ବ୍ଲକ୍‌ଗ୍ରାଣ୍ଟ ଅନୁଦାନ ପରିସରଭୁକ୍ତ କର୍ମଚାରୀମାନଙ୍କ ପାଇଁ ବିଭିନ୍ନ ସେବା ସୁବିଧା ଘୋଷଣା କରିଛନ୍ତି।

ଘୋଷଣା ଅନୁଯାୟୀ, ଏହି ବ୍ଲକଗ୍ରାଣ୍ଟ କର୍ମଚାରୀମାନେ ବାର୍ଷିକ ୧୫ ଦିନର ସାମୟିକ ଛୁଟି ପାଇବେ। ଏଥି ସହିତ ମହିଳା ବ୍ଲକଗ୍ରାଣ୍ଟ କର୍ମଚାରୀମାନଙ୍କୁ ଦୁଇଟି ଜୀବିତ ସନ୍ତାନ ଜନ୍ମ ପର୍ଯ୍ୟନ୍ତ ୧୮୦ ଦିନର ମାତୃତ୍ୱ ଛୁଟି ମିଳିବ। ବ୍ଲକ୍‌ଗ୍ରାଣ୍ଟ୍‌ ପାଇବା ଦିନଠାରୁ ୧୬ ବର୍ଷ ପରେ ଅନୁଦାନପ୍ରାପ୍ତ ଶିକ୍ଷକଙ୍କୁ ଉଚ୍ଚତର ବେତନ ହାର ସ୍ତରରେ ଏକ ପ୍ଲେସ୍‌ମେଣ୍ଟ ସ୍କେଲ୍‌ ସୁବିଧା ପ୍ରଦାନ କରାଯିବ।

ସେହିପରି ମୁଖ୍ୟମନ୍ତ୍ରୀ ବିଭିନ୍ନ ବ୍ଲକ ଗ୍ରାଣ୍ଟ ଅନୁଦାନ ପରିସରଭୁକ୍ତ ବ୍ଲକଗ୍ରାଣ୍ଟ କର୍ମଚାରୀମାନଙ୍କ ପାଇଁ ସେବା ସମୟରେ ମୃତ୍ୟୁବରଣ କିମ୍ବା ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ଅନୁକମ୍ପାମୂଳକ ସହାୟତା ରାଶି ଯଥାକ୍ରମେ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ଏବଂ ୧.୫୦ ଲକ୍ଷରୁ ୩.୫୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି।

ଇତିମଧ୍ୟରେ କ୍ୟାବିନେଟ, ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟ କରୁଥିବା ବ୍ଲକ୍‌ଗ୍ରାଣ୍ଟ କର୍ମଚାରୀମାନଙ୍କୁ ୬୦ ବର୍ଷ ବୟସରେ ସେବା ନିବୃତ୍ତି ସମୟରେ ଏକକାଳୀନ ରାଶି ଭାବରେ ଶିକ୍ଷକ ଏବଂ ଅଣଶିକ୍ଷକ କର୍ମଚାରୀଙ୍କ ଯଥାକ୍ରମେ ୧୦ଲକ୍ଷ ଓ ୫ ଲକ୍ଷ ଟଙ୍କା ପ୍ରଦାନ ପାଇଁ ମଧ୍ୟ ନିଷ୍ପତ୍ତ ନେଇଛନ୍ତି।

୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲାଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ବ୍ଲକ୍‌ଗ୍ରାଣ୍ଟ କର୍ମଚାରୀ ଓ ସେମାନଙ୍କ ସଂଘ ପକ୍ଷରୁ ଏ ବିଷୟରେ ପ୍ରସ୍ତାବ ଆସିଥିଲା। ମୁଖ୍ୟମନ୍ତ୍ରୀଙ୍କ ସହ ଏ ବିଷୟରେ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ସେମାନଙ୍କ ଏହି ପ୍ରସ୍ତାବ ବିଷୟରେ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଅନୁଯାୟୀ ପ୍ରାୟ ୧୭,୫୦୦ କର୍ମଚାରୀ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

‘ସମସ୍ତ ଉଠାଦୋକାନୀ ଥଇଥାନ ହେବେ’

ଭୁବନେଶ୍ୱର, ୩୦।୪ (ବନ୍ଦନା ସେଠୀ):ଭୁବନେଶ୍ୱରରେ ଥିବା ୧୦୦ ଉଠାଦୋକାନୀ ସଂଘର ସଭାପତି ଓ ସମ୍ପାଦକଙ୍କୁ ନେଇ ସୋମବାର ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାଗୃହରେ ଏକ ଜରୁରିକାଳୀନ...

ଓଡ଼ିଶାରୁ ମାୟାନଗରୀ ଲମ୍ବିଛି ରାହୁଲଙ୍କ ନିଶା କାରବାର

ଭୁବନେଶ୍ୱର,୩୦।୪(ସୂର୍ଯ୍ୟକାନ୍ତ ବେହେରା):ଭୁବନେଶ୍ୱରସ୍ଥିତ ଝାରପଡା ଜେଲ ପରିସରରୁ ଧରାପଡିଥିବା ଗଞ୍ଜେଇ ର଼୍ୟାକେଟର ମୁଖ୍ୟ ବାରିପଦାର ରାହୁଲ ସେଠୀଙ୍କ ତିନିଦିନିଆ ରିମାଣ୍ଡ ଶେଷ ହୋଇଛି। ସୋମବାର ତାଙ୍କୁ ପୁଣି...

ନୂଆ-ଅଭିଜ୍ଞଙ୍କ ମଧ୍ୟରେ କଡ଼ା ମୁକାବିଲା

ଯାଜପୁର,୩୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏଯାଏ କେହି ମହିଳା ବିଧାୟିକା ହୋଇନାହାନ୍ତି। ଏପରି କି ଏହି ଆସନରେ କେବେ କେହି ମହିଳା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା...

ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି: ପାଣ୍ଡିଆନ୍‌

ମାଲକାନଗିରି/କାଲିମେଳା/କୋଟପାଡ଼, ୩୦ା୪ (ଦୁର୍ଯ୍ୟୋଧନ ପାତ୍ର/ଜୀବନକୃଷ୍ଣ ଦାସ/କେ.ରାଜଶେଖର ରାଓ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି ବୋଲି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌...

ଅପରାଧୀଙ୍କୁ ଟିକେଟ ଦେବା ଭାଜପାର ସଂସ୍କୃତି: ବିଜେଡି

ଭୁବନେଶ୍ୱର,୩୦ା୪(ଅନିଲ ଦାସ):ଓଡ଼ିଆ ସଂସ୍କୃତି ବିଶ୍ୱର ଯେ କୌଣସି ରାଜନୈତିକ ଦଳଠାରୁ ଏତେ ବଡ଼ ଯେ କୌଣସି ଦଳ ନିଜକୁ ବଡ଼ ଭାବି ଓଡ଼ିଆ ସଂସ୍କୃତିର ସୁରକ୍ଷା...

ପ୍ରଚାର ପାଇଁ ଏସବୁ ନୂଆ ଟ୍ରେଣ୍ଡ୍‌ ଆପଣାଇଛନ୍ତି ନେତା

କଟକ,୩୦ା୪(ଶିଳ୍ପା ପ୍ରିୟଦର୍ଶିନୀ):ପ୍ରାର୍ଥୀମାନେ ରୋଡ୍‌ ଶୋ ଓ ସମାବେଶ ଜରିଆରେ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଚଳାଇଥିବା ଦେଖିବାକୁ ମିଳୁଛି । ହେଲେ ନିର୍ବାଚନ ପ୍ରଚାରକୁ ସହଜ...

ନନ୍ଦନକାନନ ଆତଙ୍କରାଜ ଘଟଣା: ୨ ଗିରଫ

ବାରଙ୍ଗ,୩୦।୪(ଲିଙ୍ଗରାଜ ରାଉତ):ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଉନ୍ମତ୍ତ କାଣ୍ଡ ଘଟାଇଥିବା ଘଟଣାରେ ପୋଲିସ ୨ ଜଣଙ୍କୁ ଗିଫ କରିଛି। ସୋମବାର ବିଳମ୍ବିତ ରାତିରେ ପୋଲିସ ଉଭୟଙ୍କୁ ଗିରଫ...

୧୫ ଦିନ ଡରେଇଲାଣି ତାତି, ୪୫ ଡିଗ୍ରୀ ଟପିବ

ଭୁବନେଶ୍ୱର, ୩୦।୪(ଅସମାପିକା ସାହୁ):ରାଜ୍ୟରେ ଗତ ୧୫ ଦିନ ହେଲାଣି ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଚଳିତବର୍ଷର ଏହା ହେଉଛି ଦ୍ୱିତୀୟ ପର୍ଯ୍ୟାୟ ଗ୍ରୀଷ୍ମପ୍ରବାହ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri